ନଜରରେ ଓରିଏଣ୍ଟାଲ ଇନସ୍ୟୁରାନ୍ସ, ୟୁନାଇଟେଡ ଇଣ୍ଡିଆ

ନୂଆଦିଲ୍ଲୀ,୨୨।୨: ଓରିଏଣ୍ଟାଲ ଇନ୍‌ସ୍ୟୁରାନ୍ସ କିମ୍ବା ୟୁନାଇଟେଡ୍‌ ଇଣ୍ଡିଆ ଇନ୍‌ସ୍ୟୁରାନ୍ସ କମ୍ପାନୀର ଘରୋଇକରଣକୁ ସରକାର ବିଚାର କରିପାରନ୍ତି। ଏହି କମ୍ପାନୀଗୁଡ଼ିକୁ ପୁଞ୍ଜି ଯୋଗାଣ କରାଯାଇଛି। ବର୍ତ୍ତମାନ ଏହି କମ୍ପାନୀଗୁଡ଼ିକର ଆର୍ଥତ୍କ ସ୍ଥିତିରେ ପୂର୍ବାପେକ୍ଷା ଉନ୍ନତି ଆସିଛି। କମ୍ପାନୀଗୁଡ଼ିକର ଆର୍ଥତ୍କ ସ୍ଥିତିକୁ ଉନ୍ନତ କରିବା ଲାଗି ସରକାର ପୁଣିଥରେ ୩ ହଜାର କୋଟି ଟଙ୍କାର ପୁଞ୍ଜି ଯୋଗାଣ କରିପାରନ୍ତି। ଆର୍ଥତ୍କ ସ୍ଥିତି ସୁଧୁରୁଥିବାରୁ ଘରୋଇକ୍ଷେତ୍ରର ଦୃଷ୍ଟି ଆକର୍ଷଣ କରିବା ଲାଗି କମ୍ପାନୀଗୁଡ଼ିକ ସକ୍ଷମ ହେବେ ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ କହିଛନ୍ତି। ଏକ ଯୋଗ୍ୟ କମ୍ପାନୀ ଖୋଜିବା ପ୍ରକ୍ରିୟା ସରକାର ଆରମ୍ଭ କରିଛନ୍ତି। ଏଥିଲାଗି କିଛି ସମୟ ଲାଗିପାରେ।
ସେହିଭଳି ନିୟୁ ଇଣ୍ଡିଆ ଆସ୍ୟୁରାନ୍ସ କମ୍ପାନୀକୁ ପୁଞ୍ଜି ବଜାରରେ ପଞ୍ଜୀକୃତ କରିବାର ମଧ୍ୟ ସମ୍ଭାବନା ରହିଛି। ଏଥିରେ ସରକାରଙ୍କ ୮୫.୪୪% ଅଂଶଧନ ରହିଛି। ଘରୋଇକରଣ ପଦକ୍ଷେପ ଉପରେ ନୀତି ଆୟୋଗ ସରକାରଙ୍କୁ ବିଭିନ୍ନ ପ୍ରସ୍ତାବ ଦେବ। ଅର୍ଥ ମନ୍ତ୍ରଣାଳୟ ଅଧୀନ ନିବେଶ ଏବଂ ରାଷ୍ଟ୍ରାୟତ୍ତ ସମ୍ପତ୍ତି ପରିଚାଳନା ବିଭାଗ(ଦୀପମ) ଏହି କାର୍ଯ୍ୟକ୍ରମକୁ ଆଗକୁ ବଢାଇବ। ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨ ରାଷ୍ଟ୍ରାୟତ୍ତ ଏବଂ ଗୋଟିଏ ବୀମା କମ୍ପାନୀର ଘରୋଇକରଣ ସମ୍ପର୍କରେ ଘୋଷଣା କରିଥିଲେ। ଅଂଶଧନ ବିକ୍ରିରୁ ୧.୭୫ ଲକ୍ଷକୋଟି ଟଙ୍କା ସଂଗ୍ରହ ନେଇ ସରକାର ଲକ୍ଷ୍ୟ ରଖିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ନ୍ୟାଶନାଲ ଇନ୍‌ସ୍ୟୁରାନ୍ସ, ଓରିଏଣ୍ଟାଲ ଇନ୍‌ସ୍ୟୁରାନ୍ସ ଏବଂ ୟୁନାଇଟେଡ ଇଣ୍ଡିଆ ଇନ୍‌ସ୍ୟୁରାନ୍ସକୁ ପୁଞ୍ଜି ଯୋଗାଣ ନେଇ ନିଷ୍ପତ୍ତି ନିଆଯାଇଥିଲା। ସେହିଭଳି ଏହି କମ୍ପାନୀଗୁଡ଼ିକରେ ଅଧିକୃତ ଶେୟାର କ୍ୟାପିଟାଲ ବଢାଇବା ଦିଗରେ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ନିଷ୍ପତ୍ତି ହୋଇଥିଲା। ଘରୋଇକରଣ କାର୍ଯ୍ୟକ୍ରମକୁ ସରକାର ବର୍ତ୍ତମାନ ବଢାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri