ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ସୁଯୋଗ, ୮୧ ହଜାର ଯାଏଁ ଅଛି ଦରମା

ଭୁବନେଶ୍ୱର,୧୪।୫: ଓଡ଼ିଶା ହାଇକୋର୍ଟରେ ୩୫ଟି ଜୁନିୟର ଷ୍ଟେନୋଗ୍ରାଫର ପଦ ପୂରଣ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବିଜ୍ଞପ୍ତି। ଆବେଦନକାରୀମାନେ ମେ’ ୨୦ ତାରିଖ ସକାଳ ୧୦ଟାରୁ ଏଥିପାଇଁ ଅନଲାଇନରେ ଆପ୍ଲାଏ କରିପାରିବେ। ଆବେଦନର ଶେଷ ତାରିଖ ଜୁନ ୧୮ ଯାଏଁ ରହିଛି। ଏହି ପଦରେ ଯେଉଁମାନେ ନିଯୁକ୍ତି ପାଇବେ ସେମାନଙ୍କ ପେ’ ସ୍କେଲ ୨୫ ହଜାର ୫୦୦ ଟଙ୍କାରୁ ୮୧,୧୦୦ ଟଙ୍କା ରହିଛି।

୩୫ଟି ପଦରୁ ୧୨ଟି ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ୧୦ଟି ପଦ ଅଣସଂରକ୍ଷିତ ରହିଥିବା ବେଳେ ସେଥିରୁ ୩ଟି ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। SEBCଙ୍କ ପାଇଁ ୫ଟି ପଦ ସଂରକ୍ଷିତ ରହିଥିବା ବେଳେ ସେଥରୁ ୨ଟି ସେହିବର୍ଗର ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ଏସଟିଙ୍କ ପାଇଁ ୧୨ଟି ପଦ ରହିଥିବାବେଳେ ସେଥିରୁ ସେହି ବର୍ଗର ମହିଳାଙ୍କ ପାଇଁ ୪ଟି ପଦ ସଂରକ୍ଷିତ ରହିଛି। ଏସିଙ୍କ ପାଇଁ ୮ଟି ପଦ ସଂରକ୍ଷିତ ଥିବାବେଳେ ସେଥିରୁ ୩ଟି ସେହିବର୍ଗର ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ରହିଛି।

ଶିକ୍ଷାଗତ ଯୋଗ୍ୟତା
ପ୍ରାର୍ଥୀ ଯେକୌଣସି ବିଷୟରେ ସ୍ବୀକୃତି ପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରିଥିବା ଆବଶ୍ୟକ। ପ୍ରାର୍ଥୀ ଶର୍ଟହ୍ୟାଣ୍ଡରେ ଗୋଟିଏ ମିନିଟରେ ୮୦ଟି ଶବ୍ଦ ଲେଖିପାରୁଥିବା ଆବଶ୍ୟକ। ସେହିପରି ଗୋଟିଏ ମିନିଟରେ ୪୦ଟି ଶବ୍ଦ ଟାଇପ କରିପାରୁଥିବା ଦରକାର। ତା’ସହିତ ତାଙ୍କର କମ୍ପ୍ୟୁଟର ନଲେଜ ଥିବା ଆବଶ୍ୟକ।

ପରୀକ୍ଷା ଫି’
ପ୍ରାର୍ଥୀଙ୍କୁ ପରୀକ୍ଷା ଫି’ ବାବଦକୁ ୫୦୦ ଟଙ୍କା ଦେବାକୁ ପଡ଼ିବ। ଏହାକୁ ଆଉ ଫେରସ୍ତ କରାଯିବ ନାହିଁ। ପ୍ରାର୍ଥୀ ଡେବିଟ କାର୍ଡ/କ୍ରେଡିଟ କାର୍ଡ/ନେଟ ବ୍ୟାଙ୍କିଂ ସିଷ୍ଟମ ଯୋଗେ ଏହି ଫି’ ଜମା କରିପାରିବେ।

ପରୀକ୍ଷା ପ୍ରକ୍ରିୟା
ପ୍ରଥମେ ୧୦୦ ମାର୍କର ଲିଖିତ ପରୀକ୍ଷା ହେବ। ଏଥିରେ ୨୦ ମାର୍କର ଇଂରାଜୀ ରଚନା, ୨୦ ମାର୍କର ଓଡ଼ିଆ ଇଂରାଜୀ ପ୍ୟାସେଜ ଅନୁବାଦ, ୨୦ ମାର୍କର ଇଂରାଜୀରୁ ଓଡ଼ିଆ ପ୍ୟାସେଜ ଅନୁବାଦ ଓ ୪୦ ମାର୍କର ଇଂରାଜୀ ବ୍ୟାକରଣ ପଡିବ। ଏହା ପରେ ୧୦୦ ମାର୍କର କମ୍ପ୍ୟୁଟର ଆପ୍ଲିକେସନ ଟେଷ୍ଟ ଓ ୧୦୦ ମାର୍କର ସ୍କିଲ ଟେଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri