Posted inଖେଳ

ଟାଇଟଲ ପୋଛିନେଲେ ଓଡ଼ିଶା ଖେଳାଳି

ଭୁବନେଶ୍ୱର, ୨।୩ (ତପନ ସ୍ବାଇଁ): ମିଶନ ଅଲିମ୍ପିକ୍ସ ସ୍ପୋଟର୍‌ସ ଫେଡେରେଶନ(ଏମ୍‌ଓଏସ୍‌ଏଫ୍‌) ଆନୁକୂଲ୍ୟରେ ଗୁରୁକୂଳ ଟେନିସ ରିସର୍ଟରେ ୧ ଲକ୍ଷ ଟଙ୍କା ପୁରସ୍କାର ରାଶି ବିଶିଷ୍ଟ ଏଆଇଟିଏ-ଓଟିଏ ପୁରୁଷ ଟେନିସ ଟୁର୍ନାମେଣ୍ଟ ଶେଷ ହୋଇଛି। ଏହାର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗରେ ଓଡ଼ିଶା ପ୍ରତିଯୋଗୀମାନେ ଚାମ୍ପିୟନ ହୋଇ ଟାଇଟଲ ପୋଛି ନେଇଛନ୍ତି। ସିଙ୍ଗଲ୍ସରେ ଓଡ଼ିଶାର ଅମୃତଜୟ ମହାନ୍ତି ମଣିପୁରର ହମୋମ ଭୂଷଣଙ୍କୁ ୩-୬, ୬-୨, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। ପ୍ରଥମ ସେଟ୍‌ରେ ପଛୁଆ ରହିଥିଲେ ହେଁ ଅମୃତଜୟ ସଫଳ ପ୍ରତ୍ୟାବର୍ତ୍ତନ କରି ବିଜେତା ହୋଇଥିଲେ। ଚଳିତ ବର୍ଷ ଏହା ତାଙ୍କର ପ୍ରଥମ ଟାଇଟଲ। ଗତ ସପ୍ତାହ ତାଙ୍କ ପାଇଁ କଷ୍ଟସାଧ୍ୟ ଥିଲା। ଟୁର୍ନାମେଣ୍ଟରେ ତାଙ୍କୁ କେତେକ ୩ ସେଟ୍‌ ବିଶିଷ୍ଟ ମ୍ୟାଚ ଖେଳିବାକୁ ପଡ଼ିଥିଲା। ତେବେ ଦକ୍ଷତା ପ୍ରଦର୍ଶନ କରି ସେ ସଫଳତା ପାଇଥିଲେ। ଡବଲ୍ସରେ ଓଡ଼ିଶାର ସତୀର୍ଥ ପଟ୍ଟନାୟକ ଓ ଆଦିତ୍ୟ ଶତପଥୀ ମହାରାଷ୍ଟ୍ର ଯୋଡ଼ି ନୀରବ ଶେଟ୍ଟୀ ଓ ପ୍ରଣବ ଗାଡିଗିଲଙ୍କୁ ୬-୪, ୭-୫ ସେଟ୍‌ରେ ପରାସ୍ତ କରିଛନ୍ତି। ସ୍ଥାନୀୟ ଖେଳାଳି ସମସ୍ତ ମ୍ୟାଚ ଜିତିଥିବାରୁ ଓଡ଼ିଶା ପାଇଁ ଏହା ଏକ ବଡ଼ ସଫଳତା ବୋଲି ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri