Posted inଖେଳ

ଟାଇଟଲ ପୋଛିନେଲେ ଓଡ଼ିଶା ଖେଳାଳି

ଭୁବନେଶ୍ୱର, ୨।୩ (ତପନ ସ୍ବାଇଁ): ମିଶନ ଅଲିମ୍ପିକ୍ସ ସ୍ପୋଟର୍‌ସ ଫେଡେରେଶନ(ଏମ୍‌ଓଏସ୍‌ଏଫ୍‌) ଆନୁକୂଲ୍ୟରେ ଗୁରୁକୂଳ ଟେନିସ ରିସର୍ଟରେ ୧ ଲକ୍ଷ ଟଙ୍କା ପୁରସ୍କାର ରାଶି ବିଶିଷ୍ଟ ଏଆଇଟିଏ-ଓଟିଏ ପୁରୁଷ ଟେନିସ ଟୁର୍ନାମେଣ୍ଟ ଶେଷ ହୋଇଛି। ଏହାର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗରେ ଓଡ଼ିଶା ପ୍ରତିଯୋଗୀମାନେ ଚାମ୍ପିୟନ ହୋଇ ଟାଇଟଲ ପୋଛି ନେଇଛନ୍ତି। ସିଙ୍ଗଲ୍ସରେ ଓଡ଼ିଶାର ଅମୃତଜୟ ମହାନ୍ତି ମଣିପୁରର ହମୋମ ଭୂଷଣଙ୍କୁ ୩-୬, ୬-୨, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। ପ୍ରଥମ ସେଟ୍‌ରେ ପଛୁଆ ରହିଥିଲେ ହେଁ ଅମୃତଜୟ ସଫଳ ପ୍ରତ୍ୟାବର୍ତ୍ତନ କରି ବିଜେତା ହୋଇଥିଲେ। ଚଳିତ ବର୍ଷ ଏହା ତାଙ୍କର ପ୍ରଥମ ଟାଇଟଲ। ଗତ ସପ୍ତାହ ତାଙ୍କ ପାଇଁ କଷ୍ଟସାଧ୍ୟ ଥିଲା। ଟୁର୍ନାମେଣ୍ଟରେ ତାଙ୍କୁ କେତେକ ୩ ସେଟ୍‌ ବିଶିଷ୍ଟ ମ୍ୟାଚ ଖେଳିବାକୁ ପଡ଼ିଥିଲା। ତେବେ ଦକ୍ଷତା ପ୍ରଦର୍ଶନ କରି ସେ ସଫଳତା ପାଇଥିଲେ। ଡବଲ୍ସରେ ଓଡ଼ିଶାର ସତୀର୍ଥ ପଟ୍ଟନାୟକ ଓ ଆଦିତ୍ୟ ଶତପଥୀ ମହାରାଷ୍ଟ୍ର ଯୋଡ଼ି ନୀରବ ଶେଟ୍ଟୀ ଓ ପ୍ରଣବ ଗାଡିଗିଲଙ୍କୁ ୬-୪, ୭-୫ ସେଟ୍‌ରେ ପରାସ୍ତ କରିଛନ୍ତି। ସ୍ଥାନୀୟ ଖେଳାଳି ସମସ୍ତ ମ୍ୟାଚ ଜିତିଥିବାରୁ ଓଡ଼ିଶା ପାଇଁ ଏହା ଏକ ବଡ଼ ସଫଳତା ବୋଲି ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…

ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri