ବାଙ୍ଗାଲୋରରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ, କାରଣ ଖୋଜୁଛି ପୋଲିସ

କୋକସରା,୬।୩(ଡି.ଏନ୍‌.ଏ): ପୁଣି ବାଙ୍ଗାଲୋରରେ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଜଣାପଡି ନ ଥିବା ବେଳେ ବେଳେ ବାଙ୍ଗାଲୋର ଜିଆର୍‌ପି ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, କଳାହାଣ୍ଡି ଜିଲା ଆମପାଣି ଥାନା ଅଧୀନ କନ୍ଦାଗଡ଼ର ବସନ୍ତ ମାଝୀ ଗତ ବର୍ଷ ଜୁଲାଇରେ ଗ୍ରାମର ସାଥୀ ଶ୍ରମିକଙ୍କ ସହ ଦାଦନ ଖଟିବାକୁ ବାଙ୍ଗାଲୋର ଯାଇଥିଲେ। ସେଠାରେ ସେ ଏକ ଠିକାସଂସ୍ଥାରେ କାମ କରୁଥିଲେ।

ହେଲେ ଶନିବାର କେ.ଆର୍‌.ପୁରମ ରେଲୱେ ଷ୍ଟେଶନ ନିକଟ ଟ୍ରେନ ଲାଇନ କଡରେ ଜଣେ ଯୁବକଙ୍କ ମୁଣ୍ଡ ଗଣ୍ଡି ଅଲଗା ହୋଇପଡିଥିବା ରେଳ କର୍ମଚାରୀ ଦେଖିବାକୁ ପାଇଥିଲେ। ଏନେଇ ରେଳ କର୍ମଚାରୀ ସ୍ଥାନୀୟ ଇନ୍ଦ୍ରାନଗର ଜିଆର୍‌ପି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଥିଲା। ମୃତଦେହ ନିକଟରୁ ଏକ ପରିଚୟ ପତ୍ର ମିଳିଥିଲା ପୋଲିସ ମୃତ ଯୁବକ ଜଣକ କଳାହାଣ୍ଡି ଜିଲା କୋକସରା ବ୍ଲକ କନ୍ଦାଗଡ଼ ଗାଁର ବସନ୍ତ ମାଝୀ(୨୨) ବୋଲି ଜାଣିବାକୁ ପାଇଥିଲା। ପରେ ପୋଲିସ ବସନ୍ତଙ୍କ ପରିବାର ଲୋକଙ୍କ ସହ ଯୋଗଯୋଗ କରି ଘଟଣା ସମ୍ପର୍କରେ ଅବଗତ କରିଥିଲା। ବସନ୍ତଙ୍କ ମୃତ୍ୟୁ ଖବର ପାଇ ପରିବାର ଲୋକ ରବିବାର ବାଙ୍ଗାଲୋର ଯାଉଥିବା ଜଣାପଡିଛି। ହେଲେ ବସନ୍ତଙ୍କ କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri