ମହାପ୍ରଭୁଙ୍କ ଆଭୂଷଣ ପାଇଁ ଓଡ଼ିଆ ଭକ୍ତ ଦେବେ ସୁନା

ପୁରୀ ଅଫିସ,୧୭।୧୧:  ମହାପ୍ରଭୁଙ୍କୁ ଦାନ ଦେବାକୁ ଦାତାଙ୍କ ମଧ୍ୟରେ ଆଗ୍ରହ ବଢ଼ିଛି। ଶ୍ରୀମନ୍ଦିରର ୩ଟି କବାଟ ରୁପା ଛାଉଣି ପାଇଁ ଆବଶ୍ୟକ ରୁପା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବାକୁ ଜଣେ ଭକ୍ତ ଆଗେଇ ଆସିଥିବାବେଳେ ଏବେ ଆଉ ଜଣେ ଭକ୍ତ ମହାପ୍ରଭୁଙ୍କ ଆଭୂଷଣ ପ୍ରଦାନ ଲାଗି ଇଚ୍ଛା ପ୍ରକାଶ କରିଛନ୍ତି। ଶ୍ରୀମସ୍ତକରେ ଶୋଭାମଣ୍ଡିତ କରୁଥିବା ଚନ୍ଦ୍ର, ସୂର୍ଯ୍ୟ ଏବଂ ଅବକାଶ ସମୟରେ ବ୍ୟବହାର ହେଉଥିବା ସୁବର୍ଣ୍ଣ ପାତିଆ ସମ୍ପୃକ୍ତ ଦାତା ତଥା ଓଡ଼ିଆ ଭକ୍ତଙ୍କ ଦାନ ସୁନାରେ ତିଆରି କରାଯିବ। ସୋମବାର ଏହି ଆଭୂଷଣର ମାପଚୁପ ହୋଇଥିବାବେଳେ ମଙ୍ଗଳବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହାକୁ ଅନୁମୋଦନ କରାଯିବ।
ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ହେଉଛନ୍ତି ରାଜାଧିରାଜ। ତାଙ୍କର କେତେକ ରୀତି, ନୀତି, ବେଶ ଓ ଭୋଗ ଇତ୍ୟାଦିରେ ରାଜକୀୟ ଠାଣି ପରିଲକ୍ଷିତ ହୋଇଥାଏ। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସୁନାବେଶ ବା ରାଜବେଶ ବର୍ଷକୁ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ। ଚାରିଥର ଶ୍ରୀମନ୍ଦିର ରନତ୍ସିଂହାସନ ଉପରେ ଏବଂ ଥରେ ରଥ ଉପରେ ସୁନାବେଶ କରାଯାଇଥାଏ। ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାରରେ ଦାରୁବିଗ୍ରହ ଝଲସିଥାନ୍ତି। ତେବେ ପୁରୁଣା ହୋଇଯାଇଥିବା ଚନ୍ଦ୍ର, ସୂର୍ଯ୍ୟ ଓ ପାତିଆ ନୂତନ ଭାବେ ତିଆରି କରାଯିବ। ଓଡ଼ିଶାର ଜଣେ ଜଗନ୍ନାଥପ୍ରେମୀ ଭକ୍ତ ଏହି ଆଭୂଷଣର ସମସ୍ତ ଖର୍ଚ୍ଚ ବହନ କରିବେ। ଏଥିରେ ପ୍ରାୟ ୩୦୦ରୁ ୪୦୦ ଗ୍ରାମ୍‌ ସୁନା ଲାଗିବ ବୋଲି ପରିଚାଳନା କମିଟି ସଦସ୍ୟ ଅନନ୍ତ ତିଆଡ଼ି କହିଛନ୍ତି। ସୋମବାର ପରିଚାଳନା କମିଟି ସଦସ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଦାତାଙ୍କ ପକ୍ଷରୁ ଆସିଥିବା କାରିଗର ପୁରୁଣା ଚନ୍ଦ୍ର, ସୂର୍ଯ୍ୟର ମାପଚୁପ ନେଇଛନ୍ତି। ପୁରୁଣା ତଥା ପାରମ୍ପରିକ ଢାଞ୍ଚାରେ ନୂଆ ଅଳଙ୍କାର ତିଆରି କରାଯିବ। ତେବେ ମଙ୍ଗଳବାର ପରିଚାଳନା କମିଟି ବୈଠକରେ ଏହାକୁ ଅନୁମୋଦନ ମିଳିବା ପରେ ମାସକ ମଧ୍ୟରେ ଏହି ନୂତନ ଅଳଙ୍କାର ନିର୍ମାଣ କରାଯିବ ବୋଲି ତିଆଡ଼ିି ସୂଚନା ଦେଇଛନ୍ତି। ସୂଚନାଥାଉ କି, ପୂର୍ବରୁ ରାଜ୍ୟ ବାହାରର ଜଣେ ଭକ୍ତ ଠାକୁରଙ୍କର ଶ୍ରୀମୁଖ ପଦ୍ମ, ଝୋବାକଣ୍ଠି ଓ ତଡ଼ଗୀ ତିଆରି ଲାଗି ଶ୍ରୀମନ୍ଦିର ପ୍ରଶାସନକୁ ଅବଗତ କରାଇଛନ୍ତି। ଏଥିପାଇଁ ପ୍ରକ୍ରିୟା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri