ଜାତୀୟସ୍ତରରେ ୧ ନମ୍ବର ର଼୍ୟାଙ୍କରେ ଓଡ଼ିଆ ଡାକ୍ତର

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଓୟୁଏଟି ସ୍ଥିତ ଭେଟେରିନାରି କଲେଜର ସର୍ଜରି ବିଭାଗର ସହକାରୀ ପ୍ରଧ୍ୟାପକ ଡାକ୍ତର ବିଶ୍ୱଦୀପ ଜେନା ଚଳିତ ବର୍ଷର ଭାରତୀୟ କୃଷି ଅନୁସନ୍ଧାନ ଓ ଗବେଷଣା ପରିଷଦ ଆନୁକୂଲ୍ୟରେ ହୋଇଥିବା ପିଏଚ୍‌ ଏଣ୍ଟ୍ରାନ୍ସ ପରୀକ୍ଷାରେ ସାଧାରଣ ବର୍ଗରେ ସର୍ବ ଭାରତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସୂଚନାଯୋଗ୍ୟ, ଡାକ୍ତର ଜେନା ବନ୍ୟପ୍ରାଣୀ ସର୍ଜରୀ ବିଶେଷ କରି ସାପମାନଙ୍କ ଚିକିତ୍ସା କ୍ଷେତ୍ରରେ ସାରା ରାଜ୍ୟ ତଥା ଦେଶରେ ଅନେକ କିର୍ତ୍ତିମାନ ସ୍ଥାପିତ କରିଛନ୍ତି। ଭାରତର ଯେ କୌଣସି ସରୀସୃପ ପାଇଁ ସିଟି ସ୍କାନ କରିବାରେ ଡାକ୍ତର ବିଶ୍ୱଦୀପ ଦେଶରେ ପ୍ରଥମ ବ୍ୟକ୍ତି ହୋଇଥିଲେ। ଏକ ବର୍ମିଜ ଅଜଗରର ସିଟି ସ୍କାନ କରି ସେ ଚର୍ଚ୍ଚାକୁ ଆସିଥିଲେ। ସେହିପରି ସାପମାନଙ୍କ ଚିକିତ୍ସା ପାଇଁ ବଣ୍ୟପ୍ରାଣୀ ସର୍ଜରୀରେ ଜାତୀୟ ସମ୍ମିଳନୀରେ ବିଶ୍ୱଦୀପ ସ୍ବର୍ଣ୍ଣ ପଦକ ମଧ୍ୟ ଜିତିଛନ୍ତି। ପ୍ରଥମ ସ୍ଥାନ ଅଧିକାର କରିଥିବାରୁ ନିଜ ମନପସନ୍ଦର ଯେ କୌଣସି ଭାରତୀୟ ଭେଟେରିନାରି କଲେଜରେ ପିଏଚ୍‌ କରିବାକୁ ସୁଯୋଗ ପାଇବେ ବିଶ୍ୱଦୀପ ।


Enter your email to get our daily news in your inbox.

All Right Reserved By Dharitri.Com

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri