ବର୍ଲିନ ମହୋତ୍ସବରେ ଓଡ଼ିଆ ଫିଲ୍ମ

ଭୁବନେଶ୍ୱର,୨୮।୯: ଜର୍ମାନୀର ବର୍ଲିନଠାରେ ଅନୁଷ୍ଠିତ ହେଉଥିବା ଇଣ୍ଡୋ ଜର୍ମାନ ଫିଲ୍ମ ମହୋତ୍ସବରେ ପ୍ରଦର୍ଶିତ ହୋଇଛି ଓଡ଼ିଶାର କ୍ରୀଡ଼ା ଡକ୍ୟୁମେଣ୍ଟ ଭିତ୍ତିକ ଫିଲ୍ମ ‘ଦ ମାଉଣ୍ଟେନ୍‌ ହକି’। ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ଯୁବ ନିର୍ମାତା ଅଭିନାଶ ପ୍ରଧାନ ଓ ଦେବାଶିଷ ମହାପାତ୍ର।
ଜଣେ ହକି ଶିକ୍ଷକର ସଂଘର୍ଷ ଓ ତା’ର ପୂର୍ଣ୍ଣ ଜୀବନ ଉପରେ ଫିଲ୍ମଟି ଆଧାରିତ। ରାଜେନ୍ଦ୍ର କୁମାର କୁଜୁର ନାମକ ଜଣେ କୋଚ୍‌ ୪୦୦ଝିଅଙ୍କୁ ବହୁ କଷ୍ଟରେ ଅମଲିଖାମନ ଗାଁର ଏକ ମିଶନାରୀ ସ୍କୁଲରେ ଶିକ୍ଷା ଦେଉଥିଲେ। କାହାଣୀରେ ତାଙ୍କର ଏହି ଜୀବନଯାତ୍ରାକୁ ପ୍ରଦର୍ଶିତ କରାଯାଇଛି। ଫିଲ୍ମର ପ୍ରଡ୍ୟୁସର ହେଉଛନ୍ତି ରାଜ କିଶୋର ହୋତା। ସେ ୧୦ ବର୍ଷ ହେବ ବଲିଉଡ୍‌ରେ କାମ କରୁଥିଲେ। ଏବେ ଓଡ଼ିଶାର ନୂଆ ଟ୍ୟାଲେଣ୍ଟକୁ ନେଇ କାମ କରିବାକୁ ଓଲିଉଡ୍‌କୁ ଏଣ୍ଟ୍ରି କରିଛନ୍ତି। ତେବେ ଫିଲ୍ମକୁ ଏମ୍‌ଏକ୍ସ ପ୍ଲେୟାର, ଡିଜନି ପ୍ଲସ ହଟ୍‌ଷ୍ଟାର ଓ ଫିୟରଲେସ ନାମକ ଏକ ବିଶ୍ୱସ୍ତରୀୟ ଓଟିଟି ପ୍ଲାଟଫର୍ମରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri