୨୨ବର୍ଷରେ ଆଇଏଏସ୍‌ ପାଇଲେ ଓଡ଼ିଆ ଝିଅ

ଭୁବନେଶ୍ୱର, ୬ା୮(ବ୍ୟୁରୋ): କମ୍‌ ବୟସରେ ବଡ଼ ସଫଳତା। ମାତ୍ର ୨୨ବର୍ଷ ବୟସରେ ୟୁପିଏସ୍‌ସି ପରୀକ୍ଷାରେ ସଫଳତା ହାସଲ କରିଛନ୍ତି ଜଣେ ଓଡ଼ିଆ ଝିଅ। ୩୧ତମ ର଼୍ୟାଙ୍କ୍‌ରେ ରହି ସର୍ବକନିଷ୍ଠ ଆଇଏଏସ୍‌ ଅଧିକାରୀ ଭାବେ ନୂଆ କୀର୍ତ୍ତି ସ୍ଥାପନ କରିବାକୁ ଯାଉଛନ୍ତି ବାଲେଶ୍ୱର ଜିଲାର ସିମି କିରଣ। ଜଳେଶ୍ୱର ବ୍ଲକ ଅନ୍ତର୍ଗତ ସନ୍ତୋଷପୁର ଗାଁରେ ତାଙ୍କ ଘର। ବାପା ଛତିଶଗଡ଼ ଭିଲାଇ ଷ୍ଟିଲପ୍ଲାଣ୍ଟରେ ଜେନେରାଲ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିବାବେଳେ ମା’ ଶିକ୍ଷୟିତ୍ରୀ ଅଛନ୍ତି। ସିମି ନିଜର ସ୍କୁଲ ଶିକ୍ଷା ଡିପିଏସ୍‌ ଭିଲାଇରୁ ପଢ଼ିଥିବାବେଳେ ଆଇଆଇଟି ମୁମ୍ବାଇରୁ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂରେ ୨୦୧୯ରେ ଶିକ୍ଷା ସମାପ୍ତ କରିଥିଲେ। ୨୦୧୯ରେ ସେ ଆଇଏଏସ୍‌ ପରୀକ୍ଷା ଦେଇଥିବାବେଳେ ପ୍ରଥମ ପ୍ରଚେଷ୍ଟାରେ ହିଁ ସଫଳତା ହାସଲ କରିଛନ୍ତି। ନାରୀ ସଶକ୍ତୀକରଣକୁ ନେଇ ଅନେକ କିଛି କରିବାର ଇଚ୍ଛା ରଖିଥିବା ସିମି ତାଙ୍କର ସଫଳତାର ଶ୍ରେୟ ମାତାପିତା, ଶିକ୍ଷକ ଓ ବନ୍ଧୁମାନଙ୍କୁ ଦେଇଛନ୍ତି। ନାରୀ ସଶକ୍ତୀକରଣ ସହିତ ଶିକ୍ଷା ଉପରେ ଗୁରୁତ୍ୱ ଦେବେ ବୋଲି ସେ କହିଛନ୍ତି। ସେହିପରି ଦେଶରେ କମ୍‌ ବୟସର ଝିଅଙ୍କ ବିବାହକୁ ନେଇ ସିମି କହିଛନ୍ତି ଯେ, ଯେଉଁ ଝିଅମାନେ ଭଲ ପଢୁଛନ୍ତି ଓ ଆଗକୁ ପଢ଼ିବାର ଇଚ୍ଛା ରଖୁଛନ୍ତି ସେମାନଙ୍କୁ ସ୍ବତନ୍ତ୍ର ସ୍କଲାରଶିପ ଦେଇ ପ୍ରୋତ୍ସାହନ ଦେବା ଉଚିତ। ସେହିପରି ପାଠପଢ଼ିବାବେଳେ କେତେ ଘଣ୍ଟା ପଢୁଛନ୍ତି ତାହା ଯେତିକି ଗୁରୁତ୍ୱ ରଖେ ନାହିଁ, କେଉଁ ମାନର ବା କେଉଁ ଗୁଣବତ୍ତାର ପାଠପଢୁଛନ୍ତି ତାହା ସବୁଠୁ ଗୁରୁତ୍ୱପୂର୍ଣ୍ଣ। ଯଦି ଦିନକୁ ୫ ଘଣ୍ଟାର ଗୁଣାତ୍ମକ ପାଠ ପଢୁଛନ୍ତି ତାହା ୧୦ରୁ ୧୨ ଘଣ୍ଟାର ପାଠ ପଢ଼ାଠାରୁ ବି ଅଧିକ ହେବ ବୋଲି ସିମି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?