ଏମ୍‌ଟିଭି ରିଆଲିଟି ଶୋ’ରେ ଓଡ଼ିଆ ଝିଅ ସ୍ବପ୍ନା ପ୍ରିୟଦର୍ଶିନୀ

ଏମ୍‌ଟିଭିର ମଡେଲିଂ ରିଆଲିଟି ଶୋ’ରେ ଚମକିଛନ୍ତି ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳର ୧୯ ବର୍ଷୀୟା ସ୍ବପ୍ନା ପ୍ରିୟଦର୍ଶିନୀ। ସୁପର ମଡେଲ ଅଫ୍‌ ଦି ଇୟର ସିଜନ-୨ରେ ଓଡ଼ିଶାର ଏକମାତ୍ର ପ୍ରତିଯୋଗୀ ଭାବେ ସେ ଅଂଶଗ୍ରହଣ କରିଛନ୍ତି। ପ୍ରସିଦ୍ଧ ସମ୍ବଲପୁରୀ ଗୀତ ‘ରଙ୍ଗବତୀ’ର ତାଳେ ତାଳେ ଦମ୍‌ଦାର ନୃତ୍ୟ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରବିବାର ସକାଳେ ଟିଭିରେ ଏହାର ପ୍ରସାରଣ ହେବା ପରେ ସ୍ବପ୍ନା ପାଲଟିଯାଇଛନ୍ତି ନୂଆ ମଡେଲ ସେନ୍‌ସେଶନ। ଭାଇକମ୍‌ ୧୮ ପ୍ରଯୋଜନା ସଂସ୍ଥା ଦ୍ୱାରା ଏମ୍‌. ଟିଭିର ‘ସୁପର ମଡେଲ ଅଫ୍‌ ଦି ଇୟର ସିଜନ-୨’ ପ୍ରତିଯୋଗିତା ପାଇଁ ଚୟନ ହୋଇଥିବା ୧୫ଜଣ ପ୍ରତିଯୋଗୀଙ୍କ ମଧ୍ୟରେ ଏକମାତ୍ର ଓଡ଼ିଆ ଝିଅ ଭାବେ ଅଂଶଗ୍ରହଣ କରିଛନ୍ତି ସ୍ବପ୍ନା। ମୁମ୍ବାଇରୁ ଫୋନ୍‌ ଯୋଗେ ‘ଧରିତ୍ରୀ’କୁ ସୂଚନା ଦେଇ ସ୍ବପ୍ନା କହିଛନ୍ତି, ଏକମାତ୍ର ଓଡ଼ିଆ ଝିଅ ଭାବେ ସୁପର ମଡେଲ କ୍ରାଉନ ପ୍ରତିଯୋଗିତାରେ ଭାଗ ନେଇଥିବାରୁ ସେ ଗର୍ବିତ। ସ୍ବପ୍ନା ସେ ଏବେ ଆମିଟି ବିଶ୍ୱବିଦ୍ୟାଳୟରେ ବ୍ୟାଚ୍‌ଲର ଇନ୍‌ ବିଜନେସ୍‌ ଆଡମିନିଷ୍ଟ୍ରେଶନ (ବିବିଏ)ରେ ପଢୁଛନ୍ତି। ତାଙ୍କ ବାପା ବିଶ୍ୱଜିତ୍‌ ରାଉତରାୟ ମୁମ୍ବାଇ ପଶ୍ଚିମ ସର୍କଲ ଅଞ୍ଚଳରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ମୁଖ୍ୟ ପରିଚାଳକ ଅଛନ୍ତି। ସ୍ବପ୍ନାଙ୍କ ମଡେଲିଂ ସ୍ବପ୍ନକୁ ସାକାର କରିବାକୁ ମା’ ମଧୁମିତା ରାଉତରାୟ ଭରପୂର ସମର୍ଥନ କରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri