ଓଡ଼ିଆ ଆଇଆର୍‌ଏସ୍‌ ଅଫିସର ଜାତିସଂଘ ଟ୍ୟାକ୍ସ କମିଟି ବିଶେଷଜ୍ଞ

ନୂଆଦିଲ୍ଲୀ, ୨୩ା୭: ଅର୍ଥ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଥିବା ଓଡ଼ିଆ ଆଇଆର୍‌ଏସ୍‌ ଅଫିସର ରଶ୍ମିରଞ୍ଜନ ଦାସ ୨୦୨୧-୨୦୨୫ ବର୍ଷ ପାଇଁ ଜାତିସଂଘ ଟ୍ୟାକ୍ସ କମିଟି ସଦସ୍ୟ ନିଯୁକ୍ତ ହୋଇ ବିଶ୍ୱର ୨୫ ଜଣ ଟିକସ ବିଶେଷଜ୍ଞଙ୍କ ମଧ୍ୟରେ ଏକମାତ୍ର ଭାରତୀୟ ଭାବେ ସ୍ଥାନ ପାଇଛନ୍ତି। ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ୍‌) ଅଧିକାରୀ ରଶ୍ମିରଞ୍ଜନଙ୍କର ନୀତି ନିର୍ଦ୍ଧାରଣ ଏବଂ ପ୍ରତ୍ୟକ୍ଷ ଟିକସ ଆଇନ କାର୍ଯ୍ୟକାରୀ କରିବାରେ ୨୮ ବର୍ଷର ଅଭିଜ୍ଞତା ରହିଛି। ୧୩୫ରୁ ଊର୍ଦ୍ଧ୍ୱ ଦେଶ ଯାଞ୍ଚ କରୁଥିବା ବିଇପିଏସ୍‌ ଗ୍ରୁପ୍‌ ଇନ୍‌କ୍ଲୁସିଭ୍‌ ଫ୍ରେମ୍‌ଓ୍ବାର୍କରେ ସେ ଭାରତର ପ୍ରତିନିଧି ରହିବା ସହ ଏହାର ଷ୍ଟିୟରିଂ କମିଟି ସଦସ୍ୟ ରହିଛନ୍ତି। ସେ ଆଇଆଇଏମ୍‌ ବାଙ୍ଗାଲୋରରୁ ପବ୍ଲିକ୍‌ ପଲିସି ଆଣ୍ଡ୍‌ ମ୍ୟାନେଜ୍‌ମେଣ୍ଟରେ ପିଜି ଡିପ୍ଲୋମା କରିବା ସହ ଜେଏନ୍‌ୟୁରୁ ଇଣ୍ଟରନ୍ୟାଶନାଲ ରିଲେଶନ୍ସ ଉପରେ ସ୍ନାତକ ଡିଗ୍ରୀ ହାସଲ କରିଛନ୍ତି। ଜାତିସଂଘର ନୂଆ ଟ୍ୟାକ୍ସ କମିଟି ଦ୍ୱୈତ ଟିକସ ଚୁକ୍ତିନାମା, ମୂଲ୍ୟ ସ୍ଥାନାନ୍ତର, ଟିକସ ବିବାଦ ସମାଧାନ, ଏକ୍ସଟ୍ରାକ୍ଟିଭ୍‌ ଇଣ୍ଡଷ୍ଟ୍ରିଜ୍‌ ଏବଂ ଡିଜିଟାଲ ଅର୍ଥନୀତିର ଟିକସ ବ୍ୟବସ୍ଥା ପରିବେଶ ଟିକସ, ମୂଲ୍ୟଯୁକ୍ତ ଟିକସ ଇତ୍ୟାଦିର ସମାଧାନ ଦିଗରେ କାର୍ଯ୍ୟ କରିବ। ଏହା ବିକାଶଶୀଳ ଦେଶ ଏବଂ ସେମାନଙ୍କ ନୀତି ଉପରେ ସ୍ବତନ୍ତ୍ର ଗୁରୁତ୍ୱ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri