Posted inରାଜ୍ୟ

ମାତୃଭାଷା ଦିବସ ସହ ପାଳନ ହେବ ଓଡ଼ିଆ ଭାଷା ସପ୍ତାହ, ପୁରାତନ ବିଦ୍ୟାଳୟକୁ ମିଳିବ ଐତିହ୍ୟ ମାନ୍ୟତା

ଭୁବନେଶ୍ୱର,୧୯ା୧: ଐତିହ୍ୟ କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ ୨୦୨୪ ଫେବ୍ରୁଆରି ୩ ତାରିଖ ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି 5-T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କାର୍ତ୍ତିକ ପାଣ୍ଡିଆନ୍‌। ଭୁବନେଶ୍ୱର ଜନତା ମଇଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ।

ସମ୍ମିଳନୀ ଉପଲକ୍ଷେ ପ୍ରସ୍ତୁତ କରାଯାଉଥିବା ଅକ୍ଷର ଭୂମିକୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଙ୍କ ଦ୍ଵାରା ସମ୍ମିଳନୀର ପ୍ରଥମ ଦିନରେ ଲୋକାର୍ପଣ କରିବେ। ସମ୍ମିଳନୀ ଅବସରରେ ସମସ୍ତ ବିଦ୍ୟାଳୟ/ଉଚ୍ଚ ବିଦ୍ୟାଳୟ/ ମହାବିଦ୍ୟାଳୟ/ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଓଡ଼ିଆ ଭାଷା ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ ।

ଏହି ସମ୍ମିଳନୀରେ ଭାଷା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବିଷୟ ବସ୍ତୁ ଗୁଡ଼ିକୁ ନେଇ ୧୬ଗୋଟି ସମ୍ପାନ ଆୟୋଜନ କରାଯିବ । ଏତଦବ୍ଯତୀତ ବିଦ୍ୟାଳୟ/ଉଚ୍ଚ ବିଦ୍ୟାଳୟ/ ମହାବିଦ୍ୟାଳୟ/ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ସ୍ଵତନ୍ତ ସମ୍ପାନର ଆୟୋଜନ କରାଯିବ।

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଲୋକାର୍ପିତ ଲୋଗୋକୁ ଚୟନିତ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କର ପ୍ରମୁଖ ସ୍ଥାନ/ କାନ୍ଥରେ ଚିତ୍ରଣ କରାଯିବ ।

ଏହି ଲୋଗୋକୁ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପ୍ରଦାନ କରାଯିବା ସହିତ ସମସ୍ତ ସରକାରୀ ଗାଡ଼ିରେ ଷ୍ଟିକରିଂ କରାଯାଇ ସମ୍ମିଳନୀର ପ୍ରଚାର ପ୍ରସାର କରାଯିବ।

ଏହି ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ବିଷୟଭିତ୍ତିକ ସଙ୍ଗୀତ ପ୍ରସ୍ତୁତ କରାଯିବ ।

ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ଵାରା ଏହି ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ଆୟୋଜିତ କାର୍ଯ୍ୟକ୍ରମ ଗୁଡ଼ିକର ସୂଚନା, ଶିକ୍ଷା ଓ ଯୋଗାଯୋଗ ମାଧ୍ୟମରେ ଉଭୟ ମୁଦ୍ରଣ ଓ ବୈଦ୍ୟୁତିକ ଗଣମାଧ୍ୟମର ବ୍ଯବହାର କରାଯିବ ।

ଓଡ଼ିଶା ପରିବାର ତରଫରୁ ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆ ସଂଗଠନମାନଙ୍କୁ Live Webcast ଦ୍ଵାରା ଯୋଡ଼ାଯାଇ ସମ୍ମିଳନୀର ଉଦଘାଟନ ଓ ଉଦଯାପନ ଉତ୍ସବରେ ବାସ୍ତବ ଓ ଆଭାସୀ ଉପସ୍ଥିତି ନିମନ୍ତେ ଉତ୍ସାହିତ କରାଯିବ ।

ଏଥିସହିତ ସେମାନଙ୍କର ମତାମତକୁ ବୈଦ୍ୟୁତିକ ଗଣମାଧ୍ୟମ ଓ ମୁଦ୍ରଣ ଗଣମାଧ୍ୟମରେ ପ୍ରକାଶ କରାଯିବା ସହିତ ମତାମତର କ୍ୟାଟଲଗ ମଧ୍ୟ ପ୍ରସ୍ତୁତ କରାଯିବ ।

ଏହି ସମ୍ମିଳନୀ ଉପଲକ୍ଷେ ସମ୍ମିଳନୀ ସମ୍ବନ୍ଧୀୟ ଆଲୋଚନା ଚକ୍ର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଗୁଡ଼ିକୁ ତଥ୍ୟପୁସ୍ତିକା (Brochure) ମାଧ୍ୟମରେ ପ୍ରକାଶ କରାଯିବ ।

ପ୍ରତିବର୍ଷ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସପ୍ତାହ ପାଳନ କରାଯିବା ସହିତ ରାଜ୍ୟ ମାତୃଭାଷା ଦିବସ ପାଳନ କରାଯିବ।

ମାତୃଭାଷାର ବହୁଳ ବ୍ୟବହାର ନିମନ୍ତେ ବିଭିନ୍ନ ନିଗମ କାର୍ଯ୍ଯାଳୟ/ ସରକାରୀ କାର୍ଯ୍ଯାଳୟ/ ବେସରକାରୀ କାର୍ଯ୍ଯାଳୟ/ ଅନୁଷ୍ଠାନମାନଙ୍କରେ ଓଡ଼ିଆ ଭାଷାର ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ/ସମ୍ବର୍ଦ୍ଧିତ କରାଯିବ ।

ରାଜ୍ୟ ବାହାରେ ବିଭିନ୍ନ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା କରାଯିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ ।

ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆମାନଙ୍କୁ ଓଡ଼ିଆ ଶିଖିବା ନିମିତ୍ତ ଉଭୟ ଡିଜିଟାଲ ଓ କଠିନ ପୁସ୍ତକ ଯୋଗାଇ ଦିଆଯିବ। ସେମାନଙ୍କୁ ସପ୍ତମ ଶ୍ରେଣୀ ସ୍ତରର ଓଡ଼ିଆ ଉତ୍ତୀର୍ଣ୍ଣ ପ୍ରମାଣପତ୍ର ପ୍ରଦାନ ନିମିତ୍ତ ଏକ ପରୀକ୍ଷା ପ୍ଲାଟଫର୍ମ ମଧ୍ୟ ଉପଲବ୍ଧ କରାଯିବ ।

ରାଜ୍ୟରେ ଶହେ ବର୍ଷରୁ ପୁରୁଣା ୧୦୯ଟି ପ୍ରାଥମିକ ବିଦ୍ୟାଳୟ ଏବଂ ୪୫ଟି ଉଚ୍ଚ ବିଦ୍ୟାଳୟକୁ ଐତିହ୍ୟ ଭାବେ ଘୋଷଣା କରାଯିବା ସହ ଉକ୍ତ ବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ବରପୁତ୍ରମାନଙ୍କୁ ସମ୍ବର୍ଦ୍ଧନା କରାଯିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ଏହି ଅବସରରେ ସମ୍ମିଳନୀ ସ୍ଥଳ ଏବଂ ଭୁବନେଶ୍ୱର ମହାନଗରକୁ ଆଲୋକମାଳାରେ ସୁସଜ୍ଜିତ କରାଯିବ ।

 


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri