ବିଶ୍ୱ ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଓଡ଼ିଆ ଗବେଷକ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ବିଶ୍ୱର ଶ୍ରେଷ୍ଠ ଗବେଷକ ତାଲିକାରେ ସ୍ଥାନ ପାଇଛନ୍ତି ଓଡ଼ିଆ ବୈଜ୍ଞାନିକ। ଆମେରିକାର ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରକାଶ ପାଇଥିବା ଏହି ତାଲିକାରେ ଭାରତର ୭ଜଣ ବୈଜ୍ଞାନିକଙ୍କ ନାମ ରହିଛି। ଏମାନଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଶାର ବି.କେ. ମିଶ୍ର। ଡ. ମିଶ୍ର ବର୍ତ୍ତମାନ ଆଇଆଇଟି ଗୋଆର ନିର୍ଦ୍ଦେଶକ ଅଛନ୍ତି। ସେହିଭଳି ଆଇଆଇଟି ଗୋଆର ୩ଜଣ ବୈଜ୍ଞାନିକ ଥିବାବେଳେ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଓସେନୋଗ୍ରାଫି(ଏନ୍‌ଆଇଓ)ର ୩ଜଣ ଓ ପରିବେଶବିତ୍‌ ମାଧବ ଗାଡଗିଲ୍‌ ରହିଛନ୍ତି।
୨୦୧୯ ପର୍ଯ୍ୟନ୍ତ ଯେଉଁ ବୈଜ୍ଞାନିକମାନେ ଗବେଷଣା କରିଛନ୍ତି, ସେମାନଙ୍କ ତଥ୍ୟ ସଂଗ୍ରହ କରି ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଏହି ତାଲିକା ପ୍ରକାଶ କରିଛି। ସବୁଠାରୁ ବଡ଼କଥା ହେଉଛି ଏକମାତ୍ର ଓଡ଼ିଆ ଭାବେ ଏଥିରେ ସ୍ଥାନ ପାଇଛନ୍ତି ବୈଜ୍ଞାନିକ ବି.କେ. ମିଶ୍ର। ଖଣି ଓ ଧାତୁ କ୍ଷେତ୍ରରେ ଗବେଷଣା ପାଇଁ ମିଶ୍ର ଏହି ଅନ୍ତର୍ଜାତୀୟ ତାଲିକାର ୧୧ ନମ୍ବର ସ୍ଥାନରେ ରହିଛନ୍ତି। ମେଟାଲିଜ୍‌ ଓ ପାଉଡର ଟେକ୍ନୋଲୋଜି କ୍ଷେତ୍ରରେ ଗବେଷଣା ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ମିଶ୍ର ଏହା ପୂର୍ବରୁ ଲୁହାପଥର ଖନନ ଦ୍ୱାରା ଗୋଆର ପରିବେଶ ଉପରେ ପଡ଼ୁଥିବା ପ୍ରଭାବ ସମ୍ପର୍କରେ ଆକଳନ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ ବିଶେଷଜ୍ଞ କମିଟିର ସଦସ୍ୟ ଭାବେ ନିଯୁକ୍ତ ହୋଇଥିଲେ। ୧୯୮୧ ସେ ଏନ୍‌ଆଇଟି ରାଉରକେଲାରେ ମେଟାଲର୍ଜିକାଲ ଇଞ୍ଜିନିୟରିଂରେ ବିଏସ୍‌ସି ଶେଷ କରିବା ପରେ ଆମେରିକାରେ ଏମ୍‌ଏସ୍‌ସି ଓ ପିଏଚ୍‌ଡି ହାସଲ କରିଥିଲେ। ୨୦୦୫ରୁ ୨୦୧୭ ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟିର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ।
ତେବେ ବିଶ୍ୱ ଶ୍ରେଷ୍ଠ ଗବେଷକ ତାଲିକାରେ ପ୍ରଥମଥର ପାଇଁ ଏତେ ସଂଖ୍ୟକ ଭାରତୀୟଙ୍କୁ ଦେଖିବା ଗର୍ବର ବିଷୟ ବୋଲି ମିଶ୍ର ଏହି ଅବସରରେ କହିଛନ୍ତି। ତାଲିକାରେ ଅନ୍ୟମାନଙ୍କ ମଧ୍ୟରେ ଗୋଆ ଏନ୍‌ଆଇଓର ପୂର୍ବତନ ନିର୍ଦ୍ଦେଶକ ଏସ୍‌.ଡବ୍ଲ୍ୟୁ.ଏ ନକ୍‌ଭି ଏବଂ ଏସ. ଆର. ସେଟ୍ଟି ସ୍ଥାନ ପାଇଛନ୍ତି। ଏହି ଦୁଇ ବୈଜ୍ଞାନିକ ପାଣିପାଗ ବିଜ୍ଞାନ ଓ ବାୟୁମଣ୍ଡଳ ବିଜ୍ଞାନ ଉପରେ ଗବେଷଣା କରୁଥିଲେ। ସେହିଭଳି ଅନ୍ୟଜଣେ ବରିଷ୍ଠ ବୈଜ୍ଞାନିକ ସି.ରଘୁ କୁମାରଙ୍କୁ ସାମୁଦ୍ରିକ ଜୀବ ବିଜ୍ଞାନ ଓ ହାଇଡ୍ରୋବାୟୋଲୋଜି ବର୍ଗରେ ସଫଳତା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?