ମହାକାଶ ଯିବ ଓଡ଼ିଆ ଛାତ୍ରଙ୍କ ପ୍ରକଳ୍ପ

ସୁନାବେଡ଼ା ,୨୦ା୬(ସ୍ବ.ପ୍ର.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଆସନ୍ତା ୨୪ ତାରିଖରେ ଏସ୍‌ଆର୍‌-୭ ରକେଟ୍‌ ଉତ୍‌କ୍ଷେପଣ କରାଯିବ। ଉକ୍ତ ମିଶନରେ ବ୍ୟବହୃତ ବିଭିନ୍ନ ଯନ୍ତ୍ରାଂଶକୁ ନେଇ ପ୍ରସ୍ତୁତ ଏକ ପ୍ରକଳ୍ପକୁ ଏଥିରେ ସାମିଲ କରାଯାଇଛି। ରାଜ୍ୟର ବିଭିନ୍ନ ଅଞ୍ଚଳର ୭ଜଣ ଛାତୀଛାତ୍ର ଭୁବନେଶ୍ୱରସ୍ଥିତ ୟଙ୍ଗ୍‌ ଟିଙ୍କର ଏକାଡେମୀରେ ଏହି ପ୍ରକଳ୍ପ ପ୍ରସ୍ତୁତ କରିଛନ୍ତି। ସେମାନଙ୍କ ମଧ୍ୟରେ କୋରାପୁଟ ଜିଲା ସୁନାବେଡ଼ା ପବ୍ଲିକ ସ୍କୁଲର ଛାତ୍ର ଆରିୟନ ପଟ୍ଟନାୟକ ସାମିଲ ହୋଇଥିଲେ। ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଏହି ପ୍ରକଳ୍ପରେ ସାମିଲ ହୋଇଥିବା ଅନ୍ୟ ଛାତ୍ରୀଛାତ୍ରଙ୍କ ମଧ୍ୟରେ କଳାହାଣ୍ଡିର ସାତ୍ୱିକ ପରାସର ବେହେରା, ବରଗଡ଼ର ଏମ୍‌.ସାଇକ୍ରିଷ୍ଣା ଏବଂ ଭୁବନେଶ୍ୱରର ଋଷଭ ମିଶ୍ର, ଦ୍ୱୀପାୟନ ଜେନା ,ଶିବମ ସୁନ୍ଦର ମହାକୁଡ଼, ଶ୍ରୀୟା ସାହୁ ସାମିଲ ଥିଲେ। ଆମେରିକାର ନାସା ପକ୍ଷରୁ ଅନୁଷ୍ଠିତ ପ୍ରକଳ୍ପ ପ୍ରତିଯୋଗିତାରେ ଭାରତର ପ୍ରତିନିଧିତ୍ୱ କରିଥିବା ଏହି ପ୍ରକଳ୍ପ ମନୋନୀତ ହୋଇଥିଲା। ପ୍ରତିଯୋଗିତାରେ ବିଶ୍ୱର ୭୩ଟି ଦେଶର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଆମେରିକାର ନାସା ମାଧ୍ୟମରେ ସେମାନଙ୍କ ପ୍ରକଳ୍ପ ମହାକାଶ ଯିବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ଖବର ପାଇ ଛାତ୍ରୀଛାତ୍ରମାନେ ଖୁସି ପ୍ରକାଶ କରିଛନ୍ତି। ତେବେ କୋଭିଡ୍‌ କଟକଣା ଯୋଗୁ ସେମାନେ ନାସା ପରିଦର୍ଶନରେ ଯାଇପାରିନାହାନ୍ତି। ଏନେଇ ଆୟୋଜିତ କାର୍ଯ୍ୟକ୍ରମର ଭର୍ଚୁଆଲ ମିଟ୍‌ରେ ସେମାନଙ୍କୁ ଯୋଗଦେବାକୁ ଭୁବନେଶ୍ୱରସ୍ଥିତ ଏକାଡେମୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri