ପରପାରିରେ ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝି

ଭୁବନେଶ୍ୱର,୧୧।୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ନୂଆପଡା ଜିଲା ଖଡ଼ିଆଳ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ମାଝିଙ୍କର ସୋମବାର ବିଳମ୍ବିତ ରାତିରେ ଭୁବନେଶ୍ୱରରେ ପରଲୋକ ଘଟିଛି। ଏ ନେଇ ତାଙ୍କ ପୁଅ କୃଷ୍ଣସିଂହ ମାଝି ସୂଚନା ଦେଇଛନ୍ତି । ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ରାତିରେ ଶୋଇଥିବା ସମୟରେ ହଠାତ ସେ ଅସୁସ୍ଥତା ଅନୁଭବ କରିଥିଲେ। ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିବା ବେଳେ ସେଠାରେ ରାତି ପ୍ରାୟ ୩ଟାରେ ତାଙ୍କ ପରଲୋକ ଘଟିଛି। ସେ ଖଡ଼ିଆଳ ନିର୍ବାଚନମଣ୍ଡଳୀରୁ ୪ଥର ବିଧାୟକ ଭାବରେ ନିର୍ବାଚିତ ହୋଇଥିବା ବେଳେ ଥରେ ରାଜ୍ୟର ସ୍ବାସ୍ଥ୍ୟ ମନ୍ତ୍ରୀ ଭାବରେ କାର୍ଯ୍ୟ ତୁଲାଇଥିଲେ।
ତାଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ମୃତଦେହ ଆଜି ଜନ୍ମମାଟିକୁ ନିଆଯିବା ପରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri