ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଆଜୀବନ କାରାଦଣ୍ଡ

ଝାରସୁଗୁଡା ଅଫିସ,୨।୪: ଛତିଶଗଡ଼ ରାୟଗଡ଼ ଜିଲା ଚକ୍ରଧରନଗର ଥାନା ଅଞ୍ଚଳରେ ଘଟିଥିବା ଡବଲ ମର୍ଡର ମାମଲାରେ ରାୟ ଶନିବାର ପ୍ରକାଶ ପାଇଛି। ରାୟଗଡ ଅତିରିକ୍ତ ଜିଲା ଦୌରାଜଜ କଳ୍ପନା ଦାଶ ଏବଂ ତାଙ୍କ ଝିଅ ବବଲି ହତ୍ୟାକାଣ୍ଡ ମାମଲାର ବିଚାର କରି ମୁଖ୍ୟ ଅଭିଯୁକ୍ତ ତଥା ବ୍ରଜରାଜନଗର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହି ମାମଲାରେ ଛନ୍ଦି ହୋଇଥିବା ଅନ୍ୟତମ ଅଭିଯୁକ୍ତ ଅନୁପଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। କୋର୍ଟର ଏହି ରାୟ ପ୍ରକାଶ ପାଇବା ପରେ ଏହା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି।

ସୂଚନାଯୋଗ୍ୟ, ଗତ ୨୦୧୬ ମସିହାରେ ଛତିଶଗଡ ରାୟଗଡ ଜିଲା ଚକ୍ରଧର ନଗର ଥାନା ଅଞ୍ଚଳରେ ଜଣେ ମହିଳା ଓ ଏକ ଝିଅକୁ ହତ୍ୟାକରି ଫିଙ୍ଗି ଦିଆଯାଇଥିଲା । ପୋଲିସ ମୃତଦେହ ଦ୍ବୟକୁ ଜବତ କରି ଚକ୍ରଧର ନଗର ଥାନାରେ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଥିଲା। ପୋଲିସ ତଦନ୍ତ ପରେ ଏହା ବ୍ରଜରାଜନଗରର କଳ୍ପନା ଦାଶ ଓ ତାଙ୍କ ଝିଅ ବବଲିଙ୍କ ମୃତଦେହ ବୋଲି ଜଣାପଡିଥିଲା। ତା’ପରେ ପୋଲିସ ତଦନ୍ତ କରି ଏହି ହତ୍ୟାକାଣ୍ଡରେ ବ୍ରଜରାଜନଗର ଅନୁପ ଓ ତାଙ୍କ ଡ୍ରାଇଭର ବର୍ଦ୍ଧନଙ୍କ ସମ୍ପୃକ୍ତି ରହିଥିବା ଜାଣିବାକୁ ପାଇଥିଲା। ଉଭୟଙ୍କୁ ପୋଲିସ ଗତ ୨୦୨୦ ଫେବୃଆରୀ ୧୩ ତାରିଖରେ ଗିରଫକରି କୋର୍ଟ ଚାଲାଣ କରିଥିଲା । ଏହି ମାମଲା କୋର୍ଟରେ ବିଚାରାଧୀନ ଥିଲା। ଗତ ୨ମାସ ତଳେ ଡ୍ରାଇଭର ଟପ୍ପୋ ଜେଲରୁ ମୁକୁଳିଥିଲେ। ଅନୁପ ଜେଲରେ ଥିଲେ। କୋର୍ଟରେ ଏହାର ବିଚାର ଚାଲିଥିବା ବେଳେ ଏପ୍ରିଲ ୨ ତାରିଖରେ ଏହାର ଚୂଡାନ୍ତ ରାୟ ପ୍ରକାଶ ପାଇବାର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri