ପୂର୍ବତନ ବିଧାୟକ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ଶ୍ରାଦ୍ଧ ଦିବସ: ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି         

ଦିଗପହଣ୍ଡି,୭|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମରେ  ସ୍ଵାଧୀନତା ସଂଗ୍ରାମୀ ବିଶିଷ୍ଟ କମ୍ୟୁନିଷ୍ଟ ନେତା ପୂର୍ବତନ ବିଧାୟକ ସ୍ବର୍ଗତ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ୩୯ ତମ ଶ୍ରାଦ୍ଧ ଦିବସ ମହାସମାରୋହରେ ପାଳନ କରାଯାଇଛି। ଗ୍ରାମର ଦଣ୍ଡପାଣି ରଙ୍ଗମଞ୍ଚ ଠାରେ  ଆୟୋଜିତ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ,ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ  ଲିଙ୍ଗରାଜ ସ୍ୱାଇଁ, ସିପିଆଇ ସାନଖେମୁଣ୍ଡି ଜୋନ ସମ୍ପାଦକ କୈଳାଶ ପାତ୍ର, ବିନାୟକ ଦାଶ, ପୂର୍ବତନ ସରପଞ୍ଚ ସୁଶାନ୍ତ ସ୍ୱାଇଁ, ସେବା ସମବାୟ ସଭାପତି ସୁକାନ୍ତ ବେହେରା, ଲେନିନ ସାହୁ, ସିମାଞ୍ଚଳ ଲେଙ୍କା,ମିଟୁ ବେହେରା,ରାଜେନ୍ଦ୍ର ସାବତ,ଯୁଧିଷ୍ଠିର ଜେନାଙ୍କ ସମେତ ବହୁ ସଂଖ୍ୟକ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ରହି ତାଙ୍କ ସ୍ମୃତି ଚାରଣ କରିବା ସହ  ପ୍ରତିମୂର୍ତ୍ତୀରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ସମଗ୍ର ସାନଖେମୁଣ୍ଡି , ଦିଗପହଣ୍ଡି,କୁକୁଡ଼ାଖଣ୍ଡିି ବ୍ଲକ ଅଧିନ ଗ୍ରାମାଞ୍ଚଳ ମାନଙ୍କରେ ଅନେକ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା କରି ସେ ଶିକ୍ଷାର ଆଲୋକବର୍ତ୍ତିକା ସାଜିଥିଲେ। ଗଞ୍ଜାମ ଜିଲା ରୟତ ଚାଷୀ ଆନ୍ଦୋଳନର ଅଗ୍ରଦୂତ ଭାବେ  ଇନାମଦାର, ମୁସ୍ତାଦାର ପ୍ରଥା ବିରୋଧୀ ଆନ୍ଦୋଳନ ର ମହାରଥୀ ଭାବେ କାର୍ଯ୍ୟ କରିବା ସହ ସ୍ଵାଧୀନତା ସଂଗ୍ରାମର ନେତୃତ୍ୱ ନେଇଥିଲେ। ପରବର୍ତ୍ତୀ ଅବସ୍ଥାରେ ବ୍ଲକ ଅଧ୍ୟକ୍ଷ ଏବଂ ବିଧାୟକ ଭାବେ ନିର୍ବାଚିତ ହୋଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ କରି ଜିଲା ର ପୁର ପଲ୍ଲୀରେ ସୁନାମ ଅର୍ଜନ କରିଥିଲେ। ଏପରିକି ତତ୍କାଳୀନ ସମୟରେ  ଜାତିଭେଦ ଓ ରାଜତନ୍ତ୍ରକୁ ସେ ବିରୋଧ କରିବା ସହ ଦୁର୍ନୀତି ବିରୋଧରେ ଋଣ ହୁଙ୍କାର କରି ବିଭିନ୍ନ ବିଭାଗୀୟ ସରକାରୀ ଅଧିକାରୀ ମାନଙ୍କ ମଧ୍ୟରେ ଛନକା ସୃଷ୍ଟି କରି ଆସୁଥିଲେ। ତାଙ୍କର  ବୀରତ୍ଵ , ସାହାସିକତା ପାଇଁ ଆଜି ମଧ୍ୟ ସେ ସମସ୍ତଙ୍କ ନିକଟରେ ଚିର ସ୍ମରଣୀୟ ହୋଇ ରହି ପାରିଛନ୍ତି ବୋଲି ପୂର୍ବତନ ବ୍ଲକ ଅଧ୍ୟକ୍ଷ କହିଛନ୍ତି।

ସେହିପରି  ଗୌତମୀ ଗ୍ରାମ ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ ବାଳକ ଉଚ୍ଚ ବିଦ୍ୟାଳୟ ରେ ଗ୍ରାମର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ବୃନ୍ଦ ଙ୍କ ଉପସ୍ଥିତିରେ ବିଦ୍ୟାଳୟ ପରିସରରେ ଥିବା ସର୍ଦ୍ଦାର ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରି ବିଦ୍ୟାଳୟ ର  ଶିକ୍ଷୟତ୍ରୀ ଶିକ୍ଷକ ଛାତ୍ର ଛାତ୍ର ବୃନ୍ଦ ଶ୍ରଦ୍ଧାଞ୍ଜଳି ଜଣାଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?