‘ମୁଁ ୧୦୦୦ ବର୍ଷ ପର୍ଯ୍ୟନ୍ତ ଜେଲରେ ରହିବାକୁ ପ୍ରସ୍ତୁତ ଅଛି’

ଇସଲାମାବାଦ,୧୯।୮: ପାକିସ୍ତାନର ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ଶୁକ୍ରବାର କହିଛନ୍ତ, ସେ ନିଜ ଦେଶ ପାଇଁ ୧୦୦୦ ବର୍ଷ ଜେଲରେ ରହିବାକୁ ପ୍ରସ୍ତୁତ ଅଛନ୍ତି। ବାସ୍ତବରେ, ତୋଶାଖାନା ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଇମ୍ରାନ୍‌ ଖାନଙ୍କୁ ତିନି ବର୍ଷ ଜେଲ ଦଣ୍ଡାଦେଶ ହୋଇଛି ଏବଂ ବର୍ତ୍ତମାନ ସେ ପଞ୍ଜାବ ପ୍ରଦେଶର ଅଟକ ଜେଲରେ ଅଛନ୍ତି।

ଅଟକ ଜେଲରେ ଖାନଙ୍କୁ ଭେଟିବା ପରେ ଶୁକ୍ରବାର ଖବରଦାତାମାନଙ୍କ ସହ କଥାବାର୍ତ୍ତା କରି ପାକିସ୍ତାନ ତେହେରିକ-ଇ-ଇନସାଫ ମୁଖ୍ୟଙ୍କ ଆଇନ ଦଳର ସଦସ୍ୟ ଉମିଆର ନିଆଜି କହିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ଭଲ ଏବଂ ସୁସ୍ଥ ଅଛନ୍ତି।

ନିଆଜି ଦାବି କରିଛନ୍ତି ଯେ, ୬ ଜଣିଆ ଦଳ ମଧ୍ୟରୁ ତାଙ୍କୁ କେବଳ ଇମ୍ରାନ୍‌ ଖାନଙ୍କୁ ଭେଟିବାକୁ ଅନୁମତି ଦିଆଯାଇଥିଲା। ପିଟିଆଇ ମୁଖ୍ୟଙ୍କ ସହ ତାଙ୍କର ସାକ୍ଷାତ ବିଷୟରେ କଥାବାର୍ତ୍ତା କରୁଥିବାବେଳେ ନିଆଜି ଅତ୍ୟନ୍ତ ଭାବପ୍ରବଣ ଦେଖାଯାଉଥିଲେ। ସେ ଗଣମାଧ୍ୟମକୁ କହିଛନ୍ତି ଯେ, ସାକ୍ଷାତ ସମୟରେ ଇମ୍ରାନ୍‌ ଖାନ କହିଛନ୍ତି, (ଜେଲରେ) ସୁବିଧା ଯୋଗାଇ ନ ଦିଆଗଲେ ମୁଁ ବ୍ୟସ୍ତ ନୁହେଁ, ମୋତେ ଯଦି ୧୦୦ବର୍ଷ ପାଇଁ କାରାଗାରରେ ରଖାଯିବ, ଏଥିରେ କୌଣସି ଫରକ ପଡିବନି, ମୁଁ ଏଥିପାଇଁ ପ୍ରସ୍ତୁତ, କାରଣ ଜଣେ ସ୍ବାଧୀନ ବ୍ୟକ୍ତି ପାଇଁ ବଳିଦାନ ଦେବାକୁ ପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri