Posted inଜାତୀୟ

ତିରୁପତିଙ୍କ ପ୍ରସାଦରେ ପୋକ!: ପୋକଠାରୁ ଅଧିକ ଆଶ୍ଚର୍ଯ୍ୟଜନକ ଥିଲା…

ନୂଆଦିଲ୍ଲୀ,୬।୧୦: ତିରୁପତି ମନ୍ଦିରର ପ୍ରସାଦ ତିଆରି କରିବା ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବିର ବ୍ୟବହାରକୁ ନେଇ ବିବାଦ ଥମି ନ ଥିବା ବେଳେ ଆଉ ଜଣେ ଭକ୍ତ ଏକ ନୂଆ ଅଭିଯୋଗ ଆଣିଛନ୍ତି। ଜଣେ ଭକ୍ତ ଏବେ ଦାବି କରିଛନ୍ତି ଯେ, ଆନ୍ଧ୍ରପ୍ରଦେଶର ତିରୁମାଲା ମନ୍ଦିରରେ ସେମାନଙ୍କୁ ଦିଆଯାଇଥିବା ପ୍ରସାଦରେ ପୋକ ବାହାରିଛି । ତେବେ ଶ୍ରୀ ଭେଙ୍କଟେଶ୍ବର ସ୍ବାମୀ ମନ୍ଦିର ପରିଚାଳନା ଦାୟିତ୍ବରେ ଥିବା ତିରୁମାଲା ତିରୁପତି ଦେବସ୍ଥାନମ୍ (ଟିଟିଡି) ଏଭଳି ଦାବିକୁ ଖାରଜ କରିଛି ।

ସୂଚନାଯୋଗ୍ୟ, ଏଭଳି ଘଟଣା ସାମ୍ନାକୁ ଅଆସିବା ପରେ ଭକ୍ତ ଜଣଙ୍କ କହିଛନ୍ତି ଯେ, ‘ଏହା ଗ୍ରହଣୀୟ ନୁହେଁ ଏବଂ ଟିଟିଡି କର୍ତ୍ତୃପକ୍ଷଙ୍କ ଅବହେଳାକୁ ପ୍ରତିଫଳିତ କରୁଛି । ଯେଉଁମାନେ ଦାୟୀ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରୁଛୁ’ ।

ସେ କହିଛନ୍ତି, ୱାରଙ୍ଗାଲରୁ ଦର୍ଶନ ପାଇଁ ଆସିଥିଲି । ମୁଁ ମୁଣ୍ଡନ କରିବା ପରେ ମଧ୍ୟାହ୍ନ ଭୋଜନ କରିବାକୁ ଯାଇଥିଲି । କିନ୍ତୁ ଭୋଜନ ସମୟରେ ପ୍ରସାଦରେ ଏକ ପୋକ ଦେଖିବାକୁ ପାଇଥିଲି । ଏ ନେଇ ମୁଁ ସେଠାରେ ଉପସ୍ଥିତ ଥିବା କର୍ମଚାରୀଙ୍କୁ କହିଥିଲି, କିନ୍ତୁ ସେମାନଙ୍କ ଯାହା ପ୍ରତିକ୍ରିୟା ରଖିଥିଲେ ତାହା ପୋକଠାରୁ ଅଧିକ ଆଶ୍ଚର୍ଯ୍ୟଜନକ ଥିଲା ବୋଲି ଭକ୍ତଜଣକ କହିଥିଲେ । ସେମାନେ କହିଥିଲେ ବେଳେବେଳେ ଏହା ଘଟେ ।

ତେବେ ଏହି ଘଟଣାର ଫଟୋ, ଭିଡିଓ ଉତ୍ତୋଳନ କରିବା ପରେ ଅଧିକାରୀମାନେ ମୋ ପାଖକୁ ଆସି ସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲେ । ପ୍ରସାଦ ସେବନ ପାଇଁ ବ୍ୟବହୃତ ହେଉଥିବା ପତ୍ରରୁ ଏହି ପୋକ ଆସିଛି ବୋଲି ସେମାନେ କହିଥିଲେ । ତେବେ ଏହି ଅବହେଳା ଗ୍ରହଣୀୟ ନୁହେଁ । ଯଦି ପିଲାମାନେ କିମ୍ବା ଅନ୍ୟମାନେ ଏହି ଦୂଷିତ ଖାଦ୍ୟ ଖାଆନ୍ତି ଆଉ ଅସୁବିଧାରେ ପଡ଼ନ୍ତି ଏଥିପାଇଁ କିଏ ଦାୟୀ ରହିବେ ବୋଲି ଭକ୍ତ କହିଛନ୍ତି ।

ଏହି ଘଟଣା ସାମ୍ନାକୁ ଆସିବା ପରେ ମନ୍ଦିର କର୍ମଚାରୀମାନେ ସେମାନଙ୍କୁ ଅପମାନିତ ଓ ଭୟଭୀତ କରିବାକୁ ଚେଷ୍ଟା କରିଥିଲେ ବୋଲି ଭକ୍ତ ଅଭିଯୋଗ କରିଛନ୍ତି । ସେ ଆହୁରି କହିଛନ୍ତି, ‘ସେମାନେ ଆମକୁ ଘଉଡ଼ାଉଥିଲେ। ଏଭଳି ଘଟଣା ପାଇଁ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ୍’ ।

ପ୍ରସାଦରେ ପୋକ ଥିବା ଅଭିଯୋଗକୁ ଭିତ୍ତିହୀନ ଏବଂ ମିଥ୍ୟା ବୋଲି କହି ଭକ୍ତଙ୍କ ଅଭିଯୋଗକୁ ଟିଟିଡି ଦୃଢ଼ ଭାବେ ପ୍ରତ୍ୟାଖାନ କରିଛି । ପ୍ରତିଦିନ ହଜାର ହଜାର ଭକ୍ତଙ୍କ ପାଇଁ ଫ୍ରେସ୍‌ ପ୍ରସାଦ ପ୍ରସ୍ତୁତ କରାଯାଇଥାଏ । ପ୍ରସାଦରେ ପୋକ୍‌ ପଡ଼ିବା ସମ୍ଭବ ନୁହେଁ ବୋଲି ଟଟିଡି ପକ୍ଷରୁ କୁହାଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri