ଗଜପତିରେ ଅର୍ନାମେଣ୍ଟାଲ ମାଛଚାଷ ଆରମ୍ଭ

ପାରଳାଖେମୁଣ୍ଡି,୮ା୮(ଡି.ଏନ୍‌.ଏ): ଗଜପତି ଜିଲା ପ୍ରଶାସନ ସୀମାନ୍ତ ଗଙ୍ଗାବାଡ଼ ପଞ୍ଚାୟତରେ ପହଞ୍ଚି ଲୋକଙ୍କ ଦୁଃଖସୁଖ ବୁଝିବା ସହ ସେମାନଙ୍କ ପାଇଁ ବିଭିନ୍ନ ପ୍ରକାର ରୋଜଗାରର ବ୍ୟବସ୍ଥା କରିଛି। ଲୋକେ କିପରି ରୋଜଗାରକ୍ଷମ ହେବେ ଏବଂ ପଡୋଶୀ ଆନ୍ଧ୍ରପ୍ରଦେଶ ଦ୍ୱାରା ପ୍ରଲୋଭିତ ହେବେ ନାହିଁ ତାହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ମହିଳାଙ୍କୁ ରୋଜଗାରକ୍ଷମ କରିବାକୁ ଉଦ୍ୟମ କରିଛି ଜିଲା ପ୍ରଶାସନ। ଜିଲାରେ ପ୍ରଥମ ଥର ପାଇଁ ଅର୍ନାମେଣ୍ଟାଲ ମାଛ ଚାଷ ଆରମ୍ଭ କରାଯାଇଛି। ପ୍ରଥମ ଥର ପାଇଁ ୩ ଲକ୍ଷ ଟଙ୍କା ବ୍ୟୟରେ ଅର୍ନାମେଣ୍ଟାଲ ମାଛ ଚାଷ ପ୍ରକଳ୍ପ ଆରମ୍ଭ କରାଯାଇଛି। ଲୋକେ ରଙ୍ଗୀନ ମାଛ ଚାଷ ସହିତ ଆବଶ୍ୟକ ସ୍ଥଳେ ଆକ୍ବାରିୟମ ମଧ୍ୟ ତିଆରି କରିପାରିବେ। ବଜାରରେ ଏହି ରଙ୍ଗୀନ ମାଛର ଚାହିଦା ରହିଥିବାରୁ ମହିଳା ସ୍ବୟଂସହାୟକ ଗୋଷ୍ଠୀ ଏହାକୁ ବିକ୍ରି କରି ବେଶ ଲାଭବାନ ହୋଇପାରିବେ ବୋଲି ଜିଲାପାଳ କହିଛନ୍ତି। ଏଭଳି ଆଗକୁ ଆହୁରି ଅନେକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜିଲାପାଳ ପଣ୍ଡା ସୂଚନା ଦେଇଛନ୍ତି। ଆନ୍ଧ୍ର ସୀମାରେ ଥିବା ଗଜପତି ଜିଲା ରାୟଗଡ ବ୍ଲକ ଗଙ୍ଗାବାଡ ପଞ୍ଚାୟତର ବିଭିନ୍ନ ଗାଁକୁ ନିଜ ଅଧୀନକୁ ନେବା ପାଇଁ ଦୀର୍ଘ ବର୍ଷ ହେବ ଆନ୍ଧ୍ର ସରକାର ଚେଷ୍ଟା ଚଳାଇ ଲୋକଙ୍କୁ ରାସନ କାର୍ଡ ଠାରୁ ଆରମ୍ଭ କରି ଭୋଟର ପରିଚୟ ପତ୍ର ଯାଏଁ ସବୁ କିଛି ଯୋଗାଇ ସେମାନଙ୍କୁ ପ୍ରଲୋଭିତ କରିବାକୁ ପ୍ରୟାସ କରୁଛି। ଜିଲାପାଳ ପଣ୍ଡା କହିଛନ୍ତି ଯେ ଏହି ପଞ୍ଚାୟତ ଉପରେ ପ୍ରଶାସନର ସ୍ବତନ୍ତ୍ର ଦୃଷ୍ଟି ରହିଛି। ପଞ୍ଚାୟତକୁ ବର୍ତ୍ତମାନ ବାଲ୍ୟ ବିବାହ ମୁକ୍ତ ଘୋଷଣା କରାଯାଇଛି। ଏହି ଅଞ୍ଚଳର ଲୋକେ କିଭଳି ରୋଜଗାରକ୍ଷମ ହେବେ ଏବଂ ଆନ୍ଧ୍ର ଦ୍ବାରା ପ୍ରଲୋଭିତ ହେବେ ନାହିଁ ସେଥିପ୍ରତି ଧ୍ୟାନ ଦେଇଛି ପ୍ରଶାସନ। ଏଠାକାର ମହିଳା ସ୍ବୟଂସହାୟକ ଗୋଷ୍ଠୀମାନଙ୍କୁ ଓଡିଶା ଜୀବିକା ମିଶନ ପକ୍ଷରୁ ମହମବତୀ ତିଆରି, କୁକୁଡା ଚାଷ ଭଳି ଲାଭଜନକ ବ୍ୟବସାୟ ପାଇଁ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri