ଅନାଥ ବାଳିକାଙ୍କୁ ବୁଲେଇବାକୁ ନେଇ ବଳାତ୍କାର ମାମଲା: ଦୋଷୀଙ୍କୁ ୧୨ବର୍ଷ ଜେଲ

ବାରିପଦା ଅଫିସ,୧୭ା୩: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ଶୁକ୍ରବାର ଏକ ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ ଦୁର୍ଗା ଚରଣ ମିଶ୍ର ଏହାର ବିଚାର କରି ଦୋଷୀଙ୍କୁ ୧୨ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ ୧୦ହଜାର ଟଙ୍କା ଜରିମାନା ଓ ଅନାଦାୟେ ଅଧିକ ୧ବର୍ଷ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଗୋରୁମହିଷାଣି ଥାନା ଅନ୍ତର୍ଗତ ଭୀମକାନ୍ଦା ଗ୍ରାମର ଲଖିରାମ ବିନ୍ଧାଣୀ(୫୦)। ପ୍ରକାଶ ଯେ, ୨୦୨୦ ଜୁନ ୧୫ରେ ଜଣେ ଅନାଥ ବାଳିକା ସାଙ୍ଗ ସହିତ ଗଁା ଦାଣ୍ଡରେ ଖେଳୁଥିବା ବେଳେ ଅଭିଯୁକ୍ତ ଲଖିରାମ ଦୁହଁିଙ୍କୁ ବୁଲେଇବାକୁ ନେଇଯାଇଥିଲେ। ସେଠାରେ ଜଣେ ସାଙ୍ଗକୁ ଗଛରେ ବାନ୍ଧି ଅନାଥ ବାଳିକାଙ୍କୁ ବଳାତ୍କାର କରିଥିଲେ। ଏ ନେଇ ପୀଡ଼ିତାଙ୍କ ପିଉସୀ ଗୋରୁମହିଷାଣି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା(ନଂ.୪୧/୨୦) ରୁଜୁ କରି ଅଭିଯୁକ୍ତକୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ଉକ୍ତ ମାମଲାକୁ ଆଇନଜୀବୀ ମନୋରଞ୍ଜନ ପଟ୍ଟନାୟକ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri