Posted inଜାତୀୟ

ଅନାଥଙ୍କୁ ମିଳିବ ମାସକୁ ଅଢ଼େଇ ହଜାର, ମୁଖ୍ୟମନ୍ତ୍ରୀ କଲେ ଘୋଷଣା…

ଲକ୍ଷ୍ନୌ,୩।୮: ଏଣିକି ଅନାଥଙ୍କୁ ମାସକୁ ଅଢ଼େଇ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ। ଏନେଇ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ପକ୍ଷରୁ ଏଭଳି ଘୋଷଣା କରାଯାଇଛି। କୋଭିଡ-୧୯ କାରଣରୁ ଅନାଥ ହୋଇଥିବା ଅନାଥ ପିଲାମାନଙ୍କୁ ମଧ୍ୟ ଏହି ସୁବିଧା ଯୋଗାଇ ଦିଆଯିବ। ମାତାପିତାଙ୍କୁ ହରାଇ ଥିବା ପିଲାଙ୍କୁ ଏହି ସହାୟତା ପ୍ରଦାନ ଲାଗି ଏକ ପ୍ରସ୍ତାବକୁ ଯୋଗୀଙ୍କ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ବାଲ୍‌ ସେବା ଯୋଜନା ଅନ୍ତର୍ଗତ ଅନାଥ ପିଲାମାନଙ୍କୁ ରାଜ୍ୟ ସରକାର ପ୍ରତିମାସରେ ୨୫୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବେ। ଏହି ଯୋଜନା ଅନୁସାରେ ଯୋଗ୍ୟତା ବର୍ଗରେ ସାମିଲ କରାଯାଇଥିବା ସର୍ବାଧିକ ଦୁଇ ପିଲା ଥିବା ପରିବାରଙ୍କୁ ସହାୟତା ରାଶି ପ୍ରଦାନ କରାଯିବ। ପ୍ରକାଶିତ ସରକାରୀ ରିପୋର୍ଟ ଅନୁଯାୟୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଶିଶୁ ସେବା ଯୋଜନା ଅନ୍ତର୍ଗତ ଆର୍ଥିକ ସହାୟତା ଯୋଗାଇଦେବା ପ୍ରସ୍ତାବକୁ ମନ୍ତ୍ରୀ ପରିଷଦର ଅନୁମୋଦନ ମିଳିିଛି। ୧୮ ବର୍ଷରୁ କମ ବୟସ୍କ ଅନାଥ ପିଲାମାନଙ୍କ ସରକାରୀ ସହାୟତା ମିଳିବ। ଏହା ବ୍ୟତୀତ, ଯେଉଁ ପିଲାମାନଙ୍କର ମାତା ଛାଡପତ୍ର ପାଇଛନ୍ତି କିମ୍ବା ପରିତ୍ୟକ୍ତା ହୋଇଛନ୍ତି କିମ୍ବା ଯେଉଁ ପିଲାମାନଙ୍କର ମାତାପିତା କିମ୍ବା ପରିବାରର ମୁଖ୍ୟ ଜେଲରେ ଅଛନ୍ତି, କିମ୍ବା ଶିଶୁ ଶ୍ରମିକ, ଭିକ୍ଷାବୃତ୍ତି କରୁଥିବା ଶିଶୁ, ଶିଶୁ ବୈଶ୍ୟାବୃତ୍ତିରୁ ଉଦ୍ଧାର ହୋଇଥିତ୍ବା ପରିବାରର ପିଲା ଆଦିଙ୍କୁ ପରିବାରର ପିଲାମାନଙ୍କୁ ମଧ୍ୟ ଆର୍ଥିକ ସହାୟତା ପ୍ରଦାନ କରାଯିବ।
ସରକାରୀ ରିପୋର୍ଟ ଅନୁଯାୟୀ, ୧୮ ରୁ ୨୩ ବର୍ଷ ବୟସ୍କ ଯୁବବର୍ଗ ଯେଉଁମାନେ କୋଭିଡ କିମ୍ବା ଅନ୍ୟାନ୍ୟ କାରଣରୁ ମାତାପିତା କିମ୍ବା ଅଭିଭାବକ ହରାଇଛନ୍ତି ଏବଂ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷା ସମାପ୍ତ କରିବା ପରେ ସ୍ନାତକୋତ୍ତର ଡିଗ୍ରୀ କିମ୍ବା ଡିପ୍ଲୋମା ପାଠ୍ୟକ୍ରମରେ ଅଧ୍ୟୟନ କରୁଛନ୍ତି, ସେମାନଙ୍କୁ ମଧ୍ୟ ଏହି ଯୋଜନାର ଲାଭ ମିଳିବ। ଦ୍ୱାଦଶ ଶିକ୍ଷା ସମାପ୍ତ କରିବା ପରେ ଜାତୀୟ ତଥା ରାଜ୍ୟ ସ୍ତରୀୟ ପ୍ରତିଯୋଗିତାମୂଳକ ପରୀକ୍ଷା, ଏନ୍‌ଇଇଟି, ଜେଇଇ, ସିଏଲ୍‌ଏଟି ଆଦି ପ୍ରବେଶିକା ପରୀକ୍ଷା ଦେଉଥିବା ଛାତ୍ରୀଛାତ୍ର ଏହାର ସୁଫଳ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri