ଓଏସ୍‌ଡିଏମ୍‌ଏକୁ ମିଳିବ ସୁଭାଷ ବୋଷ ଆପଦ ପ୍ରବନ୍ଧନ ପୁରସ୍କାର

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରାକୃତିକ ବିପର୍ଯ୍ୟୟ ଓ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡ଼ିଶା ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ (ଓଏସ୍‌ଡିଏମ୍‌ଏ)କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁଭାଷ ଚନ୍ଦ୍ର ବୋଷ୍‌ ଆପଦ ପ୍ରବନ୍ଧନ ପୁରସ୍କାର-୨୦୨୩ ପ୍ରଦାନ କରାଯିବ। ବିପର୍ଯ୍ୟୟ ବେଳେ ଉତ୍ସର୍ଗୀକୃତ ଅବଦାନ ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଉକ୍ତ ପୁରସ୍କାର ପ୍ରଦାନ କରାଯିବ। ଏହି ପୁରସ୍କାର ବାବଦରେ ଓଏସ୍‌ଡିଏମ୍‌ଏକୁ ୫୧ ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ।
ପ୍ରତ୍ୟେକ ବର୍ଷ ନେତାଜୀ ସୁଭାଷ ବୋଷ୍‌ଙ୍କ ଜୟନ୍ତୀ ଦିବସରେ ଉକ୍ତ ପୁରସ୍କାର ପାଇଁ ଘୋଷଣା କରାଯାଏ। ଏଥିପାଇଁ ମନୋନୀତ ସଂସ୍ଥାକୁ ୫୧ ଲକ୍ଷ ଟଙ୍କା କ୍ୟାଶ୍‌ ପୁରସ୍କାର ସହ ଏକ ପ୍ରମାଣପତ୍ର ଏବଂ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରେ ୫ ଲକ୍ଷ ଟଙ୍କା ଓ ସାର୍ଟିଫିକେଟ ପ୍ରଦାନ ବ୍ୟବସ୍ଥା ରହିଛି।
୧୯୯୯ ମହାବାତ୍ୟା ପରେ ଓଏସ୍‌ଡିଏମ୍‌ଏ ପ୍ରତିଷ୍ଠା କରାଯାଇଥିଲା। ଓଏସ୍‌ଡିଏମ୍‌ଏ ଓଡ଼ିଶା ଡିଜାଷ୍ଟର ରେସ୍‌ପନ୍ସ ଆକ୍ସନ ଫୋର୍ସ(ଓଡିଆରଏଫ୍‌) ଏର୍ଲି ଓ୍ବାର୍ନିଂ ସର୍ଭିସ ଫ୍ରେମ୍‌ଓ୍ବାର୍କ, ଲୋକମାନଙ୍କୁ ଆଗୁଆ ସୂଚନା ଦେବା ପାଇଁ ମୋବାଇଲ ଆପ୍‌ ‘ସତର୍କ’ ସହିତ ବହୁମୁଖୀ ବାତ୍ୟା ନିରୋଧକ ବ୍ୟବସ୍ଥା ଗ୍ରହଣ କରିଆସିଛି। ୨୦୧୪ରେ ବାତ୍ୟା ହୁଡୁହୁଡୁ, ୨୦୧୯ରେ ଫନି, ୨୦୨୦ରେ ଅମ୍ଫନ ଏବଂ ୨୦୨୦ରେ ଓଡ଼ିଶାରେ ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଏସ୍‌ଡିଏମ୍‌ଏ ତ୍ୱରିତ ପଦକ୍ଷେପ ଗ୍ରହଣ କରିଆସିଛି। ଏହାଛଡ଼ା ଓଏସ୍‌ଡିଏମ୍‌ଏ ରାଜ୍ୟରେ ଲୋକମାନଙ୍କୁ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସୁରକ୍ଷିତ ସ୍ଥାନ ଯୋଗାଇଦେବାକୁ ସମୁଦ୍ର ଉପକୂଳରୁ ୧.୫ କିଲୋମିଟର ମଧ୍ୟରେ ୮୭୯ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିଛି। ଏଥିସହ ସମୁଦ୍ରକୂଳିଆ ୩୮୧ ସୁନାମିପ୍ରବଣ ଗ୍ରାମକୁ ଚିହ୍ନଟ କରି ବିପର୍ଯ୍ୟୟ ପ୍ରସ୍ତୁତି ପାଇଁ ପଦକ୍ଷେପ ନେଇଛି। ଏସବୁ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ଓଏସ୍‌ଡିଏମ୍‌ଏକୁ କେନ୍ଦ୍ର ସରକାର ପୁରସ୍କୃତ କରିବାକୁ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri