ଓସ୍‌ମେ ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ତଥା କଟକ ଖପୁରିଆ ଶିଳ୍ପାଞ୍ଚଳଠାରେ ଥିବା ଓଡ଼ିଶା ଆସମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓଏଏସ୍‌ଏମ୍‌ଇ ବା ଓସ୍‌ମେ)ର ଓଡ଼ିଶା ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ନିକଟରେ ସଂଘର ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଓସ୍‌ମେ ଓଡ଼ିଶା ମହିଳା ଶିଳ୍ପୋଦ୍ୟୋଗୀ ସଂଘର କେନ୍ଦ୍ରୀୟ ସ୍ବତନ୍ତ୍ର ସଂଘ ୨୦୨୪-୨୬ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ନିର୍ବାଚନ ନିକଟରେ ଆୟୋଜିତ ହୋଇଯାଇଛି। ଓସ୍‌ମେର କେନ୍ଦ୍ରୀୟ ଅର୍ଥ ସଚିବ ଆଦିକନ୍ଦ ରାଉତ ଓ ଉପାଧ୍ୟକ୍ଷ ରଣଜିତ୍‌ କୁମାର ସାହୁ ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇଥିଲାବେଳେ ସଂଘର ଅଧ୍ୟକ୍ଷ ଗୌରୀଶଙ୍କର ଦାଶ, ମହାସଚିବ ସାତ୍ତ୍ୱିକ ସ୍ବାଇଁ, ଅତିରିକ୍ତ ସଚିବ ଅଭିଳାଷ ଦାଶ ପ୍ରମୁଖ ଉପସ୍ଥିତ ଥିଲେ। ମହିଳା ଶିଳ୍ପୋଦ୍ୟୋଗୀ ଶାଖାର ନୂତନ କର୍ମକର୍ତ୍ତା ଜ୍ୟୋତିର୍ମୟୀ ମହାନ୍ତି ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିଲାବେଳେ ଉପାଧ୍ୟକ୍ଷ ଭାବେ ଅମ୍ରିତା ପାତ୍ର, ସମ୍ପାଦକ ଅନ୍ବେଷା ରାଉତ, ଯୁଗ୍ମ ସମ୍ପାଦକ ସୋନାଲି ଶତପଥୀ, ସଙ୍ଗଠନ ସମ୍ପାଦକ ବିଜୟିନୀ ମିଶ୍ର, କାର୍ଯ୍ୟନିର୍ବାହୀ ସମ୍ପାଦକ କଳ୍ପନା ଧଳ, କୋଷାଧ୍ୟକ୍ଷ ସଙ୍ଗୀତା ଦାସ ଏବଂ ସଂଘର ପଲିସି ଆଫେୟାର୍ସ ବୁଝିବା ପାଇଁ ସୁରେଖା ରାଉତରାୟ ପ୍ରମୁଖ ନିର୍ବାଚିତ ହୋଇଥିଲେ। କଟକ ଜିଲା ମହିଳା ସଂଘ ପାଇଁ ରୀନା ବେହେରା ସମ୍ପାଦକ ଭାବେ ମନୋନୀତ ହୋଇଥିଲେ। କେନ୍ଦ୍ରୀୟ ପରିଚାଳନା ସମିତିକୁ ସଭ୍ୟ ଭାବେ ଚନ୍ଦନା ଦାସ, ରଶ୍ମିତା ପ୍ରସାଦ, ଶିବାନୀ ପଣ୍ଡା, ବନଜା ବେହେରା, ଗାୟତ୍ରୀ ପଟ୍ଟନାୟକ, ପ୍ରଭାତୀ ନାୟକ ଓ କବିତା ସାହୁ ପ୍ରମୁଖ ମନୋନୀତ ହୋଇଥିଲେ। ନିର୍ବାଚନ ଅଧିକାରୀ ଆଦିକନ୍ଦ ରାଉତ ସମସ୍ତ ନିର୍ବାଚିତ ପ୍ରତିନିଧିଙ୍କୁ ଶପଥ ପାଠ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri