OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା ରାଜ୍ୟ ପରିବହନ ବିଭାଗ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଥିବା ବେଳେ ଏକ ବଡ଼ ଦୁର୍ଘଟଣାରୁ ସମସ୍ତ ଯାତ୍ରୀ ବର୍ତ୍ତି ଯାଇଛନ୍ତି।

ସୂଚନା ମୁତାବକ ମାଲକାନଗିରି ଏମ୍‌ଭି-୭୯ରୁ ନିୟମିତ ବାହାରୁଥିବା ଉକ୍ତ ବସ୍‌ ନମ୍ବର ଓଡି ୦୨ ସିଇ ୭୫୧୨ବସ୍‌ଟି ଆନ୍ଧ୍ର ରାଜ୍ୟର ବିଶାଖାପାଟଣା ଅଭିମୁଖେ ଯାଉଥିଲା । ଏହି ସମୟରେ ବିଳମ୍ବିତ ରାତରେ ସାଲୁର୍‌ ବାଇପାସ ରାସ୍ତା କଡ଼କୁ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଯାହାଫଳରେ ବସ୍‌ରେ ରହିଥିବା ୨୯ ଯାତ୍ରୀଙ୍କ ମଧ୍ୟରୁ ୭ଣ ଆହତ ହୋଇଥିବା ବେଳେ ସେମାନଙ୍କୁ ଦୁର୍ଘଟଣା ସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ସାଲୁର୍‌ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ସମସ୍ତେ ନିଜ ଘରକୁ ଫେରି ଯାଇଛନ୍ତି। ବସ୍‌ରେ ଥିବା ଅବଶିଷ୍ଟ ୨୨ ଯାତ୍ରୀଙ୍କୁ ବିଜୟନଗରମସ୍ଥିତ ରାଜ୍ୟ ଓଡ଼ିଶା ପରିବହନ ବିଭାଗ ପକ୍ଷରୁ ଜଗଦଲପୁର ବସ ଯୋଗେ ନିଜ ଗନ୍ତବ୍ୟ ସ୍ଥଳ ବିଶାଖାପାଟଣାକୁ ପଠାଇବା ନେଇ ସହଯୋଗ କରିଥିଲେ।

ଡ୍ରାଇଭର ଏନ୍‌ ଭାସ୍କର ରାଓଙ୍କ କହିବା ଅନୁସାେ,ର ବସର ଷ୍ଟିଅରିଂ ହଠାତ୍‌ ଲକ୍‌ ପଡ଼ିଗଲା। ଫଳରେ ବସ୍‌ଟି ଦୁର୍ଘଟଣା ସ୍ଥାନର ଏକ ବୁଲାଣିଆ ରାସ୍ତା କଡ଼କୁ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଉକ୍ତ ତ୍ରୁଟି ସାଲୁର୍‌ ଘାଟରେ ହୋଇଥିଲେ ଏକ ବଡ଼ ଦୁର୍ଘଟଣା ହୋଇଥାନ୍ତା କିନ୍ତୁ ଏଥିରୁ ସମସ୍ତ ଯାତ୍ରୀ ବର୍ତ୍ତି ଯାଇଥିବା ପ୍ରକାଶ କରିଛନ୍ତି।

ସୂଚନା ୟଯୋଗ୍ୟ, ଦୁର୍ଘଟଣାଗ୍ରସ୍ତ ବସ୍‌ଟି ମାଲକାନଗିରି ଜିଲା ଏମ୍‌ଭି-୭୯ରୁ ବାହାରି ଜୟପୁର, କୋରାପୁଟ ଏବଂ ପଟ୍ଟାଙ୍ଗି ହୋଇ ଆନ୍ଧ୍ର ରାଜ୍ୟର ବିଶାଖାପାଟଣା ଯାଉଥିଲା । ସେପଟେ ବସ୍‌ ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଦୁର୍ଘଟଣାସ୍ଥଳରେ ବିଜୟନଗରମ ଡିପୋ ଅତିରିକ୍ତ ମ୍ୟାନେଜର ରବୀନ୍ଦ୍ର ବେହେରାଙ୍କ ସହ ଅନ୍ୟ କର୍ମଚାରୀ ପହଞ୍ଚି ଦୁର୍ଘଟଣା ସମ୍ପର୍କରେ ଯାଞ୍ଚ କରି ବସରେ ଥିବା ଯାତ୍ରୀଙ୍କୁ ସ୍ଥାନାନ୍ତରିତ କରିଥିଲେ। ଏନେଇ ଉକ୍ତ ଡିପୋ ମ୍ୟାନେଜର ଇଶ୍ୱର ମହାପାତ୍ରଙ୍କୁ ଏ ସମ୍ପର୍କରେ ପଚାରିବାରୁ ଦୁର୍ଘଟଣାକୁ ନେଇ ତଦନ୍ତ ଆରମ୍ଭ ହୋଇଛି କିନ୍ତୁ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି ବୋଲି ସେ କହିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?