୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ ହୋଇଥିବା ବେଳେ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ସମୟରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଭବାନୀପାଟଣାରୁ ପଡୋଶୀ ଆନ୍ଧ୍ର ରାଜ୍ୟ ବିଶାଖାପାଟଣାକୁ OSRTC ବିଭାଗର ଭୋଲଭ ବସ୍‌ (OD 02 DE 5446) ଅଭିମୁଖେ ଯାଉଥିଲା । ସୁଙ୍କି ଥାନାଠାରୁ ପ୍ରାୟ ୩ କିଲୋମିଟର ଦୂରତା ପଣସମାନଗୁଡି ଗ୍ରାମ ନିକଟସ୍ଥ ଘାଟିରେ ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଘଟିଥିଲା। ଏକ ବୁଲାଣିଆ ରାସ୍ତା ଯଥା ଜାତୀୟ ରାଜପଥରୁ ୪୦ ଫୁଟ୍‌ ତଳକୁ ବସ୍‌ଟି ଖସି ଓଲଟି ପଡିବା ଫଳରେ ବସ୍‌ରେ ରହିଥିବା ସମସ୍ତ ଯାତ୍ରୀ ବସ୍‌ ଭିତରେ ଖେଳି ଯିବା ସହ ଜଣେ ଯାତ୍ରୀ ବସ୍‌ ତଳେ ଚାପି ହୋଇ ଯାଇଥିଲେ । ଯିଏ କି କଳାହାଣ୍ଡି ଜିଲାର କଲମପୁର୍‌ ବ୍ଲକ ଅଧିନସ୍ଥ ବଲାଗାଁ ଗ୍ରାମର ଜାମ୍ବବ ବିହାରୀ। ତାଙ୍କୁ ଗୁରୁତର ଅବସ୍ଥାରେ ପଟ୍ଟାଙ୍ଗି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ ଘୋଷଣା କରାଯାଇଛି। ସେପଟେ ୪ଜଣ ଗୁରୁତରଙ୍କୁ ପ୍ରାଥମିକ ଚିକିତ୍ସା ପରେ କୋରାପୁଟ ମେଡ଼ିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟ ଦୁଇଜଣ ନିଜସ୍ବ ବ୍ୟବସ୍ଥାରୁ ବିଶାଖାପାଟଣା ସ୍ଥାନାନ୍ତରିତ ହୋଇଛନ୍ତି। ସେପଟେ ବସ୍‌ର ସମ୍ମୁଖ ଭାଗ ୧ ନଂ ସିଟ ରେ ବସିଥିବା ଯାତ୍ରୀ ଭାଗିରଥି ବାଗଙ୍କ କହିବା ଅନୁସାରେ କୌଣସି ଟ୍ରକ ବସ୍‌କୁ ଧକ୍କା ଦେଇନାହିଁ । ଡ୍ରାଇଭରଙ୍କ ଆଖି ଲାଗି ଯାଇଥିବାରୁ ଏହିପରି ଦୁର୍ଘଟଣା ଘଟିଛି ବୋଲି ସେ ପ୍ରକାଶ କରିଛନ୍ତି । ଅନ୍ୟପକ୍ଷରେ ସୁଙ୍କି ଥାନା ଅଧିକାରୀ ଚତୁର୍ଭୁଜ ନାୟକ ବିଳମ୍ବିତ ରାତିରେ ଦୁର୍ଘଟଣାସ୍ଥଳେ ପହଞ୍ଚି ବ୍ଲକ ସଦର ମହକୁମାରୁ ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ଡକାଇ ବସ୍‌ ଭିତରୁ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ କରି ଘଟଣା ସମ୍ପର୍କରେ ତଦନ୍ତ ଜାରି ରଖିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri