OSRTC ବସ୍‌ ଗାଡିଆପଡା ଘାଟିରେ ଦୁର୍ଘଟଣାଗ୍ରସ୍ତ: କଣ୍ଡକ୍ଟର ମୃତ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଖଜୁରୀପଡ଼ା,୧୧।୧୦ ( ବିଦୁର ବେହେରା ): ଲାଞ୍ଜିଗଡରୁ କଟକକୁ ଯାତ୍ରା କରୁଥିବା ଯାତ୍ରୀବାହୀ ଓଆରଏସଟିସି ବସ୍‌ ଗାଡିଆପଡା ଘାଟିର ଏସ ବୁଲାନିରେ ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି । କଣ୍ଡକ୍ଟର ସୌମ୍ୟ ରଞ୍ଜନ ଦାସ(୨୪)ମୃତ ହୋଇଥିବା ବେଳେ ବସ ଚାଳକ ଟୁଟୁ ପ୍ରଧାନ (୩୫) ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି । ୫ ଜଣ ଯାତ୍ରୀ ଗୁରୁତର ଏବଂ ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଥାନା ଅଧିକାରୀ ଚାପ ଧାରୀ ପ୍ରଧାନ ସମେତ ପୋଲିସ ବାହିନୀ ପହଞ୍ଚି ଆହତ ଏବଂ ଗୁରୁତରକୁ ଉଦ୍ଧାର କରି ମେଡିକାଲ ଭର୍ତ୍ତି କରିଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଲାଞ୍ଜିଗଡରୁ କଟକ ଯାଉଥିବା ଓଆରଏସଟିସି ଯାତ୍ରୀବାହୀ ବସ୍‌ ନଂ OD05G0553 ଶୁକ୍ରବାର ରାତି ୧୨ଟା ବେଳେ ଖଜୁରୀପଡା ଥାନା ନିକଟସ୍ଥ ଗାଡିଆପଡା ଘାଟିର ଏସ ବୁଲାନିରେ ବ୍ରେକ ଫେଲ ହେବାରୁ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲା। ଫଳରେ ଗାଡିରୁ ବସ୍‌ କଣ୍ଡକ୍ଟର ସୌମ୍ୟରଞ୍ଜନ ଦାସ ଛିଟିକି ପଡ଼ି ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା । ଖବରପାଇ ଥାନା ଅଧିକାରୀ ଚାପ ଧାରୀ ପ୍ରଧାନ ସମେତ ପୋଲିସ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୫ ଜଣ ଗୁରୁତର ଏବଂ ୧୦ ଜଣ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ପୋଲିସ ଗାଡିରେ ନେଇ ଖଜୁରୀପଡ଼ା ମେଡିକାଲରେ ଭର୍ତ୍ତି କରିଛି । ସେଠାରେ ଡାକ୍ତର କଣ୍ଡକ୍ଟର ସୌମ୍ୟରଞ୍ଜନ ଦାସଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ଜଣଙ୍କ ହେଲେ ଢେଙ୍କାନାଳ ଜିଲା କହ୍ନେଇପାଳ ଗ୍ରାମର ବୋଲି ଜଣାପଡ଼ିଛି । ଶନିବାର ସୌମ୍ୟର ମାମୁ ଅଲେଖ ପ୍ରସାଦ ଦାସ ଥାନାରେ ଏତଲା ଦେଇଛନ୍ତି। ଏ ନେଇ ଥାନାରେ ୨୩୦/୨୫ ମାମଲା ରୁଜୁ କରି ଘଟଣାର ତଦନ୍ତ ଚାଲିଥିବା ଥାନା ଅଧିକାରୀ ଚାପ ଧାରୀ ପ୍ରଧାନ ସୂଚନା ଦେଇଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?