ଗିରଫ ହେଲେ କୁବେର ଓଏସ୍‌ଆର୍‌ଟିସି ସିଏଓ, କେରଳରେ ବି କରିଛନ୍ତି ଘର

ଭୁବନେଶ୍ୱର,୨୪ା୮: ଓଏସ୍‌ଆର୍‌ଟିସିର ଚିଫ୍‌ ଆକାଉଣ୍ଟ ଅଫିସର(ସିଏଓ) ବିଜୟ ମଙ୍ଗରାଜ ଶନିବାର ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଆଜି ତାଙ୍କୁ ଗିରଫ କରିଛି। ବିଜୟଙ୍କର ଖାଲି ଓଡ଼ିଶାରେ ନୁହେଁ କେରଳରେ ମଧ୍ୟ ଘର ରହିଥିବା ତଦନ୍ତ ବେଳେ ଜଣାପଡ଼ିଛି। କେରଳର ଏର୍ନାକୁଲମ୍‌ରେ ତାଙ୍କର ୨ ମହଲା ବିଶିଷ୍ଟ କୋଠା ରହିଛି। ସେହିପରି ଭୁବନେଶ୍ୱରରେ ୨ଟି କୋଠା ଓ ୨ଟି ପ୍ଲଟ୍‌ ଥିବା ବେଳେ ତାଙ୍କଠାରୁ ୧.୪୭ କୋଟି ଟଙ୍କାର ବ୍ୟାଙ୍କ ଜମା ଜବତ ହୋଇଛି। ସେହିପରି ୫୦୦ ଗ୍ରାମର ସୁନା ଜବତ କରିଛି ଭିଜିଲାନ୍ସ।

ସୂଚନାଯୋଗ୍ୟ, ଓଏସ୍‌ଆର୍‌ଟିସି ଚିଫ୍‌ ଆକାଉଣ୍ଟ ଅଫିସର(ସିଏଓ)ଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଥିଲା। ସିଏଓଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଥିଲା। ଫ୍ଲାଟ୍‌ ନଂ ୩୦୧, ଟାଓ୍ବାର-୬, ଜେଡ-୧ ଇଷ୍ଟେଟ୍‌, ନନ୍ଦନକାନନ ରୋଡ୍‌, ନନ୍ଦନବିହାର, ଭୁବନେଶ୍ୱରର ପଳାଶୁଣିସ୍ଥିତ ପ୍ଲଟ୍‌ ନଂ-୯୧୮ରେ ଏକ ଦୁଇ ମହଲା କୋଠା, ଭୁବନେଶ୍ୱରର ପଳାଶୁଣିସ୍ଥିତ ପ୍ଲଟ୍‌ ନଂ-୮୯୨ରେ ଦୁଇ ମହଲା କୋଠା, ମୟୂରଭଞ୍ଜର ଢିପସାହିସ୍ଥିତ ଭୂୟାଁ ନିବାସ, ଭୁବନେଶ୍ୱରର ଓଏସ୍‌ଆର୍‌ଟିସିର ମୁଖ୍ୟ ଆକାଉଣ୍ଟ ଅଫିସ, ଭୁବନେଶ୍ୱରର ଖାରବେଳ ଭବନସ୍ଥିତ ଆର୍ଥିକ ପରାମର୍ଶଦାତା କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ, ବାଣିଜ୍ୟ ଏବଂ ପରିବହନ, ୫ମ ମହଲା କୋଠା, କାର୍ଯ୍ୟାଳୟର ନିର୍ଦ୍ଦେଶକ, ବ୍ୟବସାୟ ବିକାଶ ଏବଂ ଅର୍ଥ, ଓଆର୍‌ଆଇଡିଏଲ୍‌, ୬ ମହଲା, ଇଡ୍‌କୋ ଟାଓ୍ବାର- ଜନପଥ ଭୁବନେଶ୍ୱରରେ ଏହି ଚଢ଼ାଉ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ଭାରତ ଉପରୁ ଟାରିଫ୍‌ ହଟାଯାଉ

ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri