ମୁଖ୍ୟମନ୍ତ୍ରୀଙ୍କ ଓଡ଼ିଆ ଭଳି ଓଏସ୍‌ଏସ୍‌ସି ପରୀକ୍ଷା ପ୍ରଶ୍ନପତ୍ର: ଭାଜପା

ଭୁବନେଶ୍ୱର,୨୪ା୪(ବ୍ୟୁରୋ): ଓଡ଼ିଶା ମୁଖ୍ୟମନ୍ତ୍ରୀ ଯେମିତି ଓଡ଼ିଆ କୁହନ୍ତି, ଠିକ୍‌ ସେମିତି ଓଏସ୍‌ଏସ୍‌ସି ପରୀକ୍ଷାରେ ଓଡ଼ିଆ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଛି। ରାଜ୍ୟ ସରକାର ଓଡ଼ିଶାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହ ଖେଳ ଖେଳୁଛନ୍ତି। ଓଏସ୍‌ଏସ୍‌ସି ପରୀକ୍ଷା ପ୍ରଶ୍ନପତ୍ର ଦେଖିଲେ ଜଣାପଡ଼ୁଛି, ଏହାକୁ ପ୍ରସ୍ତୁତ କରୁଥିବା ସଂସ୍ଥା ଓଡ଼ିଆ ସଂସ୍ଥା ନୁହେଁ ଏବଂ ଏହାର ଦାୟିତ୍ୱରେ ଥିବା ଅଧିକାରୀ ମଧ୍ୟ ଓଡ଼ିଆ ନୁହନ୍ତି। ଯେଉଁଥିପାଇଁ ଓଡ଼ିଆ ଭାଷାକୁ ସମ୍ପୂର୍ଣ୍ଣ କଦର୍ଥ କରାଯାଇ ପ୍ରକାଶ କରାଯାଇଛି। ପ୍ରଶ୍ନପତ୍ରରେ ସମସ୍ତ ଲିଖିତ ପ୍ରଶ୍ନ ଭୁଲ୍‌ ରହିଛି। ପରୀକ୍ଷାର୍ଥୀମାନେ କେତେ ପରିଶ୍ରମ କରି ପ୍ରସ୍ତୁତ ହୋଇ ପରୀକ୍ଷା ଦେବାବେଳେ ପ୍ରଶ୍ନପତ୍ର ଭୁଲ୍‌, ଯାହା ପଢ଼ିବା ଏବଂ ବୁଝିବାଯୋଗ୍ୟ ନୁହେଁ। ସେଥିରେ ସେମାନଙ୍କ ମାନସିକ ଅବସ୍ଥା କ’ଣ ହୋଇଥିବ ସରକାର ଚିନ୍ତା କରିବା ଆବଶ୍ୟକ ବୋଲି ଭାଜପା ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ କହିଛନ୍ତି।
ପ୍ରଶ୍ନପତ୍ରର ଫାଇନାଲ ପ୍ରୁଫ୍‌ ବା ପ୍ରିଣ୍ଟିଂ ପ୍ରୁଫ୍‌କୁ ଦାୟିତ୍ୱରେ ଥିବା ଅଧିକାରୀ ଦେଖିନାହାନ୍ତି ନା ଓଡ଼ିଆ ଜାଣିନାହାନ୍ତି ତାହା ସରକାର ସ୍ପଷ୍ଟକରନ୍ତୁ। ଯେଉଁ ହଜାର ହଜାର ପରୀକ୍ଷାର୍ଥୀଙ୍କର ପରିଶ୍ରମ, ସମୟ ଓ ଅର୍ଥ ନଷ୍ଟ ହେଲା ଏବଂ ସରକାରଙ୍କ ରାଜସ୍ବରୁ ଖର୍ଚ୍ଚ ହେଲା ତାହାର ଭରଣା କିଏ କରିବ! ଓଡ଼ିଶାରେ ଓଡ଼ିଆଭାଷାର ଏପରି ତ୍ରୁଟି ପାଇଁ ରାଜ୍ୟ ସରକାରଙ୍କ ଓଡ଼ିଆ ବିରୋଧୀ ମନୋଭାବକୁ ସ୍ପଷ୍ଟ କରୁଛି। ଓଡ଼ିଆ ଭାଷାକୁ କଦର୍ଥ କରିବା ଓ ହଜାର ହଜାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହ ଖେଳ ଖେଳିଥିବାରୁ ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ ବୋଲି ଭାଜପା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri