କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି ଲେଖିଲେ ବାଲେଶ୍ୱର ଏସ୍‌ପି

ବାଲେଶ୍ୱର,୨୯ା୭(ମାନସ ବିଶ୍ୱାଳ): ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ (ଓଏସ୍‌ଏସ୍‌ସି) ଜେଇ ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ ମାଷ୍ଟରମାଇଣ୍ଡ ଏବଂ ରାଜ୍ୟର ଦୁଇଜଣ ଶିକ୍ଷକ ସମ୍ପୃକ୍ତ ଥିବାରୁ ସମସ୍ତଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ବାଲେଶ୍ୱର ଜିଲା ଏସ୍‌ପି ସାଗରିକା ନାଥ ବିଭାଗୀୟ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି। ଏନେଇ ଶୁକ୍ରବାର ସୂଚନା ମିଳିଛି।
ଏହି ମାମଲାର ମାଷ୍ଟରମାଇଣ୍ଡ ବିହାର ରାଜ୍ୟର ବିଶାଲ କୁମାର ଚୌରାସିଆ (୩୫) ପାଟନା ଆକାଉଣ୍ଟାଣ୍ଟ ଜେନେରାଲ(ଏଜି)ଙ୍କ ଅଫିସ୍‌ର ଜଣେ ବରିଷ୍ଠ କର୍ମଚାରୀ। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବିହାର ଏଜିଙ୍କୁ ଚିଠି ଲେଖିଛନ୍ତି ବାଲେଶ୍ୱର ଏସ୍‌ପି। ସେହିପରି ଯାଜପୁର ଜିଲାର ସୁଶାନ୍ତ କୁମାର ସାହୁ (୪୨) ଶିକ୍ଷକ ଭାବେ କାର୍ଯ୍ୟ କରୁଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଯାଜପୁର ଡିଇଓଙ୍କୁ ଏବଂ ଗଞ୍ଜାମ ଜିଲାର ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ (୩୩) କନ୍ଧମାଳ ଜିଲାରେ ଶିକ୍ଷକତା କରୁଥିବାରୁ କନ୍ଧମାଳ ଡିଇଓଙ୍କୁ ସେମାନଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଚିଠି ଲେଖିଥିବା ଜଣାପଡ଼ିଛି। ଏଥିସହିତ ଡିଲ୍‌ରେ ସମ୍ପୃକ୍ତ ୮୮ ପ୍ରାର୍ଥୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ପାଇଁ ଓଏସ୍‌ଏସ୍‌ସିକୁ ଚିଠି ଲେଖିଥିବା ବେଳେ ଭବିଷ୍ୟତରେ ଓଏସ୍‌ଏସ୍‌ସି ସମସ୍ତ ପରୀକ୍ଷାରୁ ସେମାନଙ୍କୁ ନିବୃତ୍ତ ରଖିବାକୁ ଚିଠି ଲେଖିଛନ୍ତି।
ଉଲ୍ଲେଖଯୋଗ୍ୟ, ଗତ ୧୬ ତାରିଖରେ ଓଏସ୍‌ଏସ୍‌ସି ଜେଇ ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ନେଇ ବାଲେଶ୍ୱର ପୋଲିସକୁ ସୂଚନା ମିଳିଥିଲା। ସ୍ବତନ୍ତ୍ର ଟିମ୍‌ ମାଧ୍ୟମରେ ସହଦେବଖୁଣ୍ଟା ଥାନା ଅ୧୬ ନଂ. ଜାତୀୟ ରାଜପଥର ବାରୁଣୀ ବ୍ରିଜ୍‌ଠାରେ ଏକ ଗ୍ରୁପ୍‌କୁ ଠାବ କରାଯାଇ ସେମାନଙ୍କ ନିକଟରୁ ତଥ୍ୟ ଅନୁସାରେ ଅନ୍ୟ ଏକ ଗ୍ରୁପ୍‌କୁ ଦୀଘା ନିକଟ ଏକ ହୋଟେଲରୁ ମୋଟ ୯ଜଣଙ୍କୁ ଗିରଫ କରାଯାଇଥିଲା। ଏନେଇ ସହଦେବଖୁଣ୍ଟା ଥାନାରେ ମାମଲା (ନଂ. ୩୦୩/୨୩) ରୁଜୁ କରାଯାଇ ସେମାନଙ୍କୁ କୋର୍ଟଚାଲାଣ କରାଯାଇଥିଲା। ଅଧିକ ତଦନ୍ତ ପାଇଁ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯାଇଥିଲା। ସେମାନଙ୍କ ନିକଟରୁ ମିଳିଥିବା ତଥ୍ୟ ଅନୁସାରେ ବାଲେଶ୍ୱର ପୋଲିସର ସ୍ବତନ୍ତ୍ର ଟିମ୍‌ ବିହାର, ମଧ୍ୟପ୍ରଦେଶ ଏବଂ ଓଡ଼ିଶାରୁ ମାଷ୍ଟରମାଇଣ୍ଡଙ୍କ ସହ ୮ଜଣଙ୍କୁ ଗିରଫ କରିଥିଲା। ମୋଟ ଗିରଫ ୧୭ଜଣଙ୍କ ଠାରୁ ୨୫ଟି ମୋବାଇଲ, ୩ଟି ଦସ୍ତଖତ ଥିବା ବ୍ଲାଙ୍କ ଚେକ୍‌, ୩ଟି ଅରିଜିନାଲ ସାର୍ଟିଫିକେଟ୍‌, ଗୋଟିଏ ବସ୍‌, ଗୋଟିଏ ସ୍କ୍ରର୍ପିଓ, ୩ଟି କାର୍‌, ୨ଟି ଟ୍ରାଭେଲର୍ସ, ନଗଦ ଲକ୍ଷାଧିକ ଟଙ୍କା ଜବତ କରାଯାଇଥିବା ଗତ ୨୭ ତାରିଖରେ ବାଲେଶ୍ୱର ଏସ୍‌ପି ଖବରଦାତା ସମ୍ମିଳନୀରେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?