ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ପ୍ରଘଟ ମାମଲା: କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୩ା୯ (କାର୍ତ୍ତିକ ସାହୁ)ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ଦ୍ୱାରା ପରିଚାଳିତ ଜୁନିୟର ଇଞ୍ଜିନିୟର (ସିଭିଲ୍‌) ପରୀକ୍ଷାର ପ୍ରଶ୍ନପତ୍ର ପ୍ରଘଟ ମାମଲାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ମାମଲାର ଗମ୍ଭୀରତାକୁ ବିଚାର କରି ହାଇକୋର୍ଟ କ୍ରାଇମବ୍ରାଞ୍ଚର ଜଣେ ଡିଆଇଜି ର଼୍ୟାଙ୍କ୍‌ର ବରିଷ୍ଠ ପୋଲିସ ଅଧିକାରୀଙ୍କ ଦ୍ୱାରା ତଦନ୍ତ କରାଇବାକୁ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି।
ଆବେଦନକାରୀ ଜ୍ୟୋତିରଞ୍ଜନ ଦାସଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟ ବିଚାରପତି ଏ.କେ. ମହାପାତ୍ର ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ସହ କୌଣସି ର଼୍ୟାକେଟ୍‌ ସମ୍ପୃକ୍ତି ଥିବା ନେଇ ଜଣାପଡୁଥିବା କହିଛନ୍ତି। ଏଭଳି ର଼୍ୟାକେଟ୍‌ କେବଳ ଏହି ପରୀକ୍ଷା ନୁହେଁ, ବରଂ ରାଜ୍ୟ କିମ୍ବା ପଡ଼ୋଶୀ ରାଜ୍ୟରେ ଅନ୍ୟ ପରୀକ୍ଷା ପରିଚାଳନା ସଂସ୍ଥା ସହ ଜଡ଼ିତ ଅଛି, ତାହା ତଦନ୍ତ ସାପେକ୍ଷ। ଏଥିସହ ପରୀକ୍ଷା ଦେଇ ନଥିବା ୫୬ ଜଣ ପରୀକ୍ଷାର୍ଥି ଆଗାମୀ ୩ ତାରିଖରେ ହେବାକୁ ଥିବା ପରୀକ୍ଷା ଦେଇପାରିବେ ବୋଲି ହାଇକୋର୍ଟ କହିଛନ୍ତି। ଏଥିପାଇଁ ସେମାନଙ୍କୁ ଓଏସ୍‌ଏସ୍‌ସି କର୍ତ୍ତୃପକ୍ଷ ଆଡ୍‌ମିଟ୍‌ କାର୍ଡ ଯୋଗାଇଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ଘଟଣାରେ ନିଯୁକ୍ତି ମୂଳ ମାମଲା ଉପରେ ନିର୍ଭର କରିବ ବୋଲି ଅଦାଲତ ତାଙ୍କ ଆଦେଶରେ ସ୍ପଷ୍ଟ କରିଛନ୍ତି ା
ସୂଚନାଯୋଗ୍ୟ, ୨୦୨୨ ନଭେମ୍ବର ୨ରେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନଙ୍କ ପକ୍ଷରୁ ୧୦୦୦ ପଦବୀରେ ଜୁନିୟର୍‌ ଇଞ୍ଜିନିୟର୍‌ ସିଭିଲ୍‌ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ା ୨୦୨୩ ଜୁନ୍‌ ୪ରେ ପ୍ରିଲିମନାରି ପରୀକ୍ଷା ହୋଇଥିଲା। ୨୦୨୩ ଜୁନ୍‌ ୧୭ରେ ପ୍ରଥମ ପର୍ଯ୍ୟାୟ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କ ତାଲିକା ପ୍ରକାଶ ପାଇଥିଲା। ଏହାପରେ ଜୁଲାଇ ୧୬ରେ ମୁଖ୍ୟ ଲିଖିତ ପରୀକ୍ଷା କରାଯାଇଥିଲା। ତେବେ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ରଘଟ ହୋଇଥିଲା। ଏହି ପ୍ରଶ୍ନପତ୍ର ପ୍ରଘଟ ପଛରେ ଏକ ର଼୍ୟାକେଟ୍‌ କାର୍ଯ୍ୟ କରୁଥିବା ଜଣାପଡିଥିଲା। ଏମାନେ ଟଙ୍କା ନେଇ ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନପତ୍ର ଯୋଗାଇ ଦେଉଥିବା ସମ୍ପର୍କରେ ଚର୍ଚ୍ଚା ହେବା ସହ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଏହାର ଉପଯୁକ୍ତ ତଦନ୍ତ ପାଇଁ କେତେଜଣ ପରୀକ୍ଷାର୍ଥୀଙ୍କ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri