ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ପ୍ରଘଟ ମାମଲା: କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୩ା୯ (କାର୍ତ୍ତିକ ସାହୁ)ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ଦ୍ୱାରା ପରିଚାଳିତ ଜୁନିୟର ଇଞ୍ଜିନିୟର (ସିଭିଲ୍‌) ପରୀକ୍ଷାର ପ୍ରଶ୍ନପତ୍ର ପ୍ରଘଟ ମାମଲାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ମାମଲାର ଗମ୍ଭୀରତାକୁ ବିଚାର କରି ହାଇକୋର୍ଟ କ୍ରାଇମବ୍ରାଞ୍ଚର ଜଣେ ଡିଆଇଜି ର଼୍ୟାଙ୍କ୍‌ର ବରିଷ୍ଠ ପୋଲିସ ଅଧିକାରୀଙ୍କ ଦ୍ୱାରା ତଦନ୍ତ କରାଇବାକୁ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି।
ଆବେଦନକାରୀ ଜ୍ୟୋତିରଞ୍ଜନ ଦାସଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟ ବିଚାରପତି ଏ.କେ. ମହାପାତ୍ର ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ସହ କୌଣସି ର଼୍ୟାକେଟ୍‌ ସମ୍ପୃକ୍ତି ଥିବା ନେଇ ଜଣାପଡୁଥିବା କହିଛନ୍ତି। ଏଭଳି ର଼୍ୟାକେଟ୍‌ କେବଳ ଏହି ପରୀକ୍ଷା ନୁହେଁ, ବରଂ ରାଜ୍ୟ କିମ୍ବା ପଡ଼ୋଶୀ ରାଜ୍ୟରେ ଅନ୍ୟ ପରୀକ୍ଷା ପରିଚାଳନା ସଂସ୍ଥା ସହ ଜଡ଼ିତ ଅଛି, ତାହା ତଦନ୍ତ ସାପେକ୍ଷ। ଏଥିସହ ପରୀକ୍ଷା ଦେଇ ନଥିବା ୫୬ ଜଣ ପରୀକ୍ଷାର୍ଥି ଆଗାମୀ ୩ ତାରିଖରେ ହେବାକୁ ଥିବା ପରୀକ୍ଷା ଦେଇପାରିବେ ବୋଲି ହାଇକୋର୍ଟ କହିଛନ୍ତି। ଏଥିପାଇଁ ସେମାନଙ୍କୁ ଓଏସ୍‌ଏସ୍‌ସି କର୍ତ୍ତୃପକ୍ଷ ଆଡ୍‌ମିଟ୍‌ କାର୍ଡ ଯୋଗାଇଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ଘଟଣାରେ ନିଯୁକ୍ତି ମୂଳ ମାମଲା ଉପରେ ନିର୍ଭର କରିବ ବୋଲି ଅଦାଲତ ତାଙ୍କ ଆଦେଶରେ ସ୍ପଷ୍ଟ କରିଛନ୍ତି ା
ସୂଚନାଯୋଗ୍ୟ, ୨୦୨୨ ନଭେମ୍ବର ୨ରେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନଙ୍କ ପକ୍ଷରୁ ୧୦୦୦ ପଦବୀରେ ଜୁନିୟର୍‌ ଇଞ୍ଜିନିୟର୍‌ ସିଭିଲ୍‌ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ା ୨୦୨୩ ଜୁନ୍‌ ୪ରେ ପ୍ରିଲିମନାରି ପରୀକ୍ଷା ହୋଇଥିଲା। ୨୦୨୩ ଜୁନ୍‌ ୧୭ରେ ପ୍ରଥମ ପର୍ଯ୍ୟାୟ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କ ତାଲିକା ପ୍ରକାଶ ପାଇଥିଲା। ଏହାପରେ ଜୁଲାଇ ୧୬ରେ ମୁଖ୍ୟ ଲିଖିତ ପରୀକ୍ଷା କରାଯାଇଥିଲା। ତେବେ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ରଘଟ ହୋଇଥିଲା। ଏହି ପ୍ରଶ୍ନପତ୍ର ପ୍ରଘଟ ପଛରେ ଏକ ର଼୍ୟାକେଟ୍‌ କାର୍ଯ୍ୟ କରୁଥିବା ଜଣାପଡିଥିଲା। ଏମାନେ ଟଙ୍କା ନେଇ ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନପତ୍ର ଯୋଗାଇ ଦେଉଥିବା ସମ୍ପର୍କରେ ଚର୍ଚ୍ଚା ହେବା ସହ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଏହାର ଉପଯୁକ୍ତ ତଦନ୍ତ ପାଇଁ କେତେଜଣ ପରୀକ୍ଷାର୍ଥୀଙ୍କ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?