OSSC Recruitment 2024: କୃଷି ବିଭାଗରେ ବଡ଼ ନିଯୁକ୍ତି, ଖାଲି ଅଛି ୩୨୪ ପଦ, ଦରମା ଜାଣିଲେ…

ଭୁବନେଶ୍ୱର,୧୯।୧୧; ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ପୂରଣ ହେବାକୁ ଯାଉଛି ଅନେକ ପଦ । ଏନେଇ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଟ ୩୨୪ ଜଣ ମୃତ୍ତିକା ସଂରକ୍ଷଣ ସମ୍ପ୍ରସାରଣ କାର୍ଯ୍ୟକର୍ତ୍ତାଙ୍କୁ ଏହି ନିଯୁକ୍ତି ଦିଆଯିବ । ନଭେମ୍ବର ୨୭ରୁ ଏଥିପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଡିସେମ୍ବର ୨୬ରେ ଶେଷ ହେବ ।

ସେହିପରି ଅନଲାଇନ ଆପ୍ଲିକେଶନ ଫର୍ମ ସବମିଶନ ବା ଆବେଦନର ଶେଷ ତାରିଖ ଡିସେମ୍ବର ୨୯ ରହିଥିବାବେଳେ ଫର୍ମ ସଂଶୋଧନର ଶେଷ ତାରିଖ ଜାନୁଆରୀ ୧ ତାରିଖ ରହିଥିବା ଜଣାପଡିଛି । ଇଚ୍ଛୁକ ପ୍ରାର୍ଥୀମାନେ ଅଫିସିଆଲ ୱେବସାଇଟକୁ ଯାଇ ଏହି ନିଯୁକ୍ତିର ସବିଶେଷ ତଥ୍ୟ ଜାଣି ପାରିବେ ।

pdfimage

ଅଣସଂରକ୍ଷିତ, ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ଶ୍ରେଣୀ (ଏସଇବିସି), ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି) ବର୍ଗର ପ୍ରାର୍ଥୀଙ୍କ ପାଇଁ ଏଥିରେ ପଦ ସଂରକ୍ଷିତ ରହିଛି । ପ୍ରାର୍ଥୀ ଯେ କୌଣସି ସ୍ବୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟ / ଶିକ୍ଷାନୁଷ୍ଠାନର କୃଷି ସମ୍ପନ୍ଧୀୟ ବିଷୟରେ ଯୁକ୍ତଦୁଇ ବିଜ୍ଞାନ କିମ୍ବା ଧନ୍ଦାମୂଳକ ଶିକ୍ଷା ପାସ କରିଥିବେ । ଚଳିତ ବର୍ଷ ଜାନୁଆରୀ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୧ରୁ ୩୮ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ । ପ୍ରିଲିମିନାରୀ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷା ଓ ସାର୍ଟିଫିକେଟ ଯାଞ୍ଚ ଆଦି ତିନୋଟି ପର୍ଯ୍ୟାୟ ମାଧ୍ୟମରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ ।

pdfimage

ଓଏସଏସସିରେ ଆବେଦନ କରିବା ପାଇଁ ପ୍ରଥମେ ଏହାର ଅଫିସିଆଲ ଓ୍ବେସାଇଟ୍‌ ossc.gov.in କୁ ଲଗ୍‌ଇନ୍‌ କରନ୍ତୁ। ଏହାପରେ ରିକ୍ୟୁଆରମେଣ୍ଟ ଟ୍ୟାବକୁ କ୍ଲିକ୍‌ କରନ୍ତୁ। Combined Higher Secondary (CHS) Recruitment 2024 ଲିଙ୍କ୍‌କୁ ସିଲେକ୍ଟ କରନ୍ତୁ। ଯୋଗ୍ୟ ବିବେଚିତ ହେବା ପରେ OSSC CHSL Apply Online ଲିଙ୍କ୍‌କୁ ଯାଆନ୍ତୁ। ଏହାପରେ ଫର୍ମ ପୂରଣ କରନ୍ତ


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri