OSSSC ବାତିଲ କଲା RI, ARI, ଅମିନ, ICDS ପରୀକ୍ଷା: ୧୫ ଦିନ ଭିତରେ ସାନି ପ୍ରିଲିମ୍‌ ପରୀକ୍ଷା

କଟକ,୩୦।୭: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ରେଭେନ୍ୟୁ ଇନ୍‌ସ୍ପେକ୍ଟର (RI), ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍‌ସ୍ପେକ୍ଟର (ARI), ଅମିନ ଏବଂ ICDS ସୁପରଭାଇଜର ପଦବୀ ପାଇଁ ଆୟୋଜିତ କମ୍ବାଇନ୍‌ଡ ରିକ୍ରୁଟମେଣ୍ଟ ଏକ୍ସାମିନେସନ (CRE) ୨୦୨୪ର ପ୍ରିଲିମିନାରୀ ପରୀକ୍ଷା ବାତିଲ କରିଛି। ଏନେଇ ଅଡ଼ିଶାର ଆଡ଼ଭୋକେଟ ଜେନେରାଲ (AG) ପିତାମ୍ବର ଆଚାର୍ଯ୍ୟ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି।

ବାତିଲ ପରୀକ୍ଷାର ସ୍ଥାନରେ ୧୫ ଦିନ ଭିତରେ ଏକ ସାନି ପ୍ରିଲିମିନାରୀ ପରୀକ୍ଷା ଆୟୋଜନ କରାଯିବ ବୋଲି OSSSC ଘୋଷଣା କରିଛି। ତେବେ, ଏହି ପରୀକ୍ଷା ପାଇଁ ପ୍ରାର୍ଥୀଙ୍କୁ ପୁନଶ୍ଚ ଆବେଦନ କରିବାକୁ ପଡ଼ିବ ନାହିଁ, ଏବଂ ପୂର୍ବରୁ ଆବେଦନ କରିଥିବା ସମସ୍ତ ପ୍ରାର୍ଥୀଙ୍କୁ ଏହି ପରୀକ୍ଷାରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିବ।

ଗତ ବର୍ଷ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮, ୨୦୨୪ ପର୍ଯ୍ୟନ୍ତ ଅନୁଷ୍ଠିତ ପ୍ରିଲିମିନାରୀ ପରୀକ୍ଷାରେ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଥିଲା। ଏହାକୁ ନେଇ ପରୀକ୍ଷାର୍ଥୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଫଳସ୍ୱରୂପ, OSSSC ଏକ ଅଭୂତପୂର୍ବ ନିଷ୍ପତ୍ତି ନେଇ ପ୍ରିଲିମ୍‌ ପରୀକ୍ଷାରେ ଅଂଶଗ୍ରହଣ କରିଥିବା ସମସ୍ତ ପ୍ରାର୍ଥୀଙ୍କୁ ପାସ୍‌ ଘୋଷଣା କରି ମେନ୍‌ ପରୀକ୍ଷାରେ ଅଂଶଗ୍ରହଣ କରିବାର ସୁଯୋଗ ଦେଇଥିଲା। ଏହି ନିଷ୍ପତ୍ତି ଅନୁଯାୟୀ, ପ୍ରାୟ ୫ ଲକ୍ଷ ପରୀକ୍ଷାର୍ଥୀ ମେନ୍‌ ପରୀକ୍ଷା ପାଇଁ ଯୋଗ୍ୟ ହୋଇଥିଲେ।

କିନ୍ତୁ, OSSSCର ବିଜ୍ଞପ୍ତି ଅନୁସାରେ, ମେନ୍‌ ପରୀକ୍ଷା ପାଇଁ ଖାଲି ପଦବୀର ୫ ଗୁଣ ପ୍ରାର୍ଥୀଙ୍କୁ ସର୍ଟଲିଷ୍ଟ କରାଯିବାର ନିୟମ ଥିଲା। ଏହି ନିୟମର ଉଲ୍ଲଂଘନ ହେତୁ କିଛି ପ୍ରାର୍ଥୀ ଓଡ଼ିଶା ହାଇକୋର୍ଟରେ ପିଟିସନ ଦାଖଲ କରିଥିଲେ। ହାଇକୋର୍ଟରେ ଏହି ମାମଲାର ଶୁଣାଣି ବେଳେ AG ପିତାମ୍ବର ଆଚାର୍ଯ୍ୟ କୋର୍ଟଙ୍କୁ ଜଣାଇଛନ୍ତି ଯେ, OSSSC ପୂର୍ବ ପରୀକ୍ଷା ବାତିଲ କରି ନୂଆ ସାନି ପ୍ରିଲିମ୍‌ ପରୀକ୍ଷା ଆୟୋଜନ କରିବ।

ଏହି ନିଷ୍ପତ୍ତି ରାଜ୍ୟରେ ୨,୮୯୫ଟି ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟାକୁ ପ୍ରଭାବିତ କରିଛି। ନୂଆ ପରୀକ୍ଷା ସୁଷ୍ଠୁ ଓ ନିରପେକ୍ଷ ଭାବେ ପରିଚାଳନା କରାଯିବ ବୋଲି OSSSC ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି। ପରୀକ୍ଷାର ସମୟସୂଚୀ ଓ ଅନ୍ୟାନ୍ୟ ସୂଚନା ଶୀଘ୍ର ଓଫିସିଆଲ ୱେବସାଇଟ www.osssc.gov.inରେ ପ୍ରକାଶ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୩୧।୧: ରାଜଧାନୀରେ ବୁଲିଲା ଖଣ୍ଡା। ରକ୍ତରେ ଭିଜିଲା ଏମ୍ସ ରୋଡ। ବଡ଼ି ଭୋର୍‌ରୁ ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ…

ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସୁନେତ୍ରା

ମୁମ୍ବାଇ ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ…

ଭେନେଜୁଏଲା ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ, ଜାରିହେଲା ଜରୁରୀ ସ୍ଥିତି

ନ୍ୟୁୟର୍କ,୩୧ା୧:ଭେନେଜୁଏଲା ପରେ ଏବେ ଅନ୍ୟତମ କାରିବିଆନ ରାଷ୍ଟ୍ର କ୍ୟୁବା ଉପରେ ଟ୍ରମ୍ପଙ୍କ ଦୃଷ୍ଟି ପଡ଼ିଛି। କ୍ୟୁବାକୁ ଏକଘରିକିଆ କରିବାକୁ ଟ୍ରମ୍ପ ଏହି ଦେଶ ଉପରେ ଜରୁରିକାଳୀନ ସ୍ଥିତି…

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ନୀତି ନିର୍ଘଣ୍ଟ: ରାତି ୧୦ଟାରେ ମହାଦୀପ ଦର୍ଶନ

ପୁରୁଣା ଭୁବନେଶ୍ୱର,୩୦ା୧(ସୁବାସ ଚନ୍ଦ୍ର ପ୍ରଧାନ):ଆସନ୍ତା ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା। ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri