ହେଲ୍‌ଥ ଓ୍ବାର୍କର ନିଯୁକ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ

କଟକ,୩।୧:ମଲ୍ଟି ପର୍ପସ ହେଲ୍‌ଥ ଓ୍ବାର୍କର(ଏମପିଏଚଡବ୍ଲ୍ୟୁ) ନିଯୁକ୍ତି ଉପରେ ରୋକ ଲଗାଇବାକୁ ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିସନ (ଓଏସଏସଏସ୍‌ସି)କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ୨୦୨୪ରେ ଓଏସଏସଏସସି ରାଜ୍ୟରେ ମୋଟ ୨୭୫୩ଟି ପଦବୀ ପୂରଣ କରିବା ଲକ୍ଷ୍ୟରେ ଏମପିଏଚଡବ୍ଲୁର ଫଳାଫଳ ଘୋଷଣା କରିଥିଲ। ଓଏସଏସଏସସି ଏମପିଏଚଡବ୍ଲ୍ୟୁ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଅନେକ ପ୍ରାର୍ଥୀ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସେମାନଙ୍କ ଆବେଦନର ଶୁଣାଣି କରି ହାଇକୋର୍ଟ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏମପିଏଚଡବ୍ଲ୍ୟୁ ନିଯୁକ୍ତି ଉପରେ ରୋକ ଲଗାଇଛନ୍ତି। ଆସନ୍ତା ମାର୍ଚ୍ଚ ପ୍ରଥମ ସପ୍ତାହରେ କୋର୍ଟ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରିବେ।
ଏମପିଏଚଡବ୍ଲ୍ୟୁ ନିଯୁକ୍ତି ପାଇଁ ୧୦୦ ମାର୍କର ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଭୁଲ ଉତ୍ତର ପାଇଁ ନେଗେଟିଭ ମାର୍କିଂ ହୋଇଥିଲା। ପରେ ୧୩ଟି ଉତ୍ତର ଭୁଲ ଥିବା ବେଳେ ୮ଟି ପ୍ରଶ୍ନର ଉତ୍ତରକୁ ନେଇ କୌଣସି ସ୍ପଷ୍ଟତା ନ ଥିବା ଅଭିଯୋଗ ହୋଇଥିଲା। ଏହାପରେ ଅନେକ ପ୍ରାର୍ଥୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଖାଲି ପଡ଼ିଥିବା ୧.୧ ଲକ୍ଷ ସରକାରୀ ପଦବୀ ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ଓଏସଏସଏସସି, ଓପିଏସସି ଅଧ୍ୟକ୍ଷଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଥିଲେ। ସ୍ବାସ୍ଥ୍ୟ, ଗୃହ, ଶିକ୍ଷା ଏବଂ କୃଷି ଭଳି ଅତ୍ୟାବଶ୍ୟକ ସେବାରେ ଖାଲି ଥିବା ପଦବୀଗୁଡ଼ିକୁ ଯଥାଶୀଘ୍ର ପୂରଣ କରାଯିବା ଉଚିତ। ଯାହାଦ୍ୱାରା ଏହି ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡିକ ପ୍ରଭାବଶାଳୀ ଏବଂ ଦକ୍ଷତାର ସହ କାର୍ଯ୍ୟ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ ମାଝୀ କହିଥିଲେ।
ମିଳିଥିବା ସୂଚନା ଅନୁଯାୟୀ, ବର୍ତ୍ତମାନ ରାଜ୍ୟର ବିଭିନ୍ନ ବିଭାଗରେ ପ୍ରାୟ ୧ ଲକ୍ଷ ୧୦ ହଜାର ୫୫୭ ପଦବୀ ଖାଲି ପଡ଼ିଛି। ରାଜ୍ୟ ସରକାର ୫ ବର୍ଷରେ ପ୍ରାୟ ଦେଢ଼ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବା ସହ ପ୍ରଥମ ଦୁଇ ବର୍ଷରେ ପ୍ରାୟ ୬୫,୦୦୦ ଖାଲି ପଦବୀ ପୂରଣ କରିବାକୁ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri