ଠିକ୍‌ରେ ଚାଲୁନି OSSSC ୱେବ୍‌ସାଇଟ୍‌: ପୁଣି ବଢିଲା ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର,୧୭।୨(ଅସମାପିକା ସାହୁ): ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ(ଓଏସ୍‌ଏସ୍‌ଏସ୍‌ସି)ର ୱେବ୍‌ସାଇଟ୍‌ ଠିକ ଭାବେ କାର୍ଯ୍ୟ କରୁ ନ ଥିବାରୁ କମ୍ବାଇନ୍‌ଡ ରିକ୍ରୁଟ୍‌ମେଣ୍ଟ ଏକ୍‌ଜାମ୍‌ର ଆବେଦନ ଅବଧି ବାରମ୍ବାର ବୃଦ୍ଧି କରାଯାଉଛି। ଦୁଇ ମାସ ହେଲାଣି ଆବେଦନ ପ୍ରକ୍ରିୟା ଜାରି ରହିଥିଲେ ମଧ୍ୟ ଆଶାୟୀମାନେ ଆବେଦନ କରିପାରୁନାହାନ୍ତି। ଶୁକ୍ରବାର ପୁଣି ଆବେଦନ ଅବଧିକୁ ମାସେ ବଢ଼ାଇଛି ଓଏସ୍‌ଏସ୍‌ଏସ୍‌ସି। ଅନ୍ୟପଟେ ଆବେଦନ ହୋଇପାରୁ ନ ଥିବାରୁ ସମ୍ପୂର୍ଣ୍ଣ ନିଯୁକ୍ତି ପ୍ରକ୍ରିୟା ବିଳମ୍ବିତ ହେଉଛି। ଦୀର୍ଘଦିନରୁ ଆବେଦନ କରିବା ପାଇଁ ପ୍ରୟାସ କରୁଥିବା ଆଶାୟୀମାନେ ଆୟୋଗର ଏପରି ନୀତିରେ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଦୁଇମାସରୁ ଅଧିକ ହେଲାଣି ବୈଷୟିକ କାରଣ ଦର୍ଶାଇ ସାମୟିକ ଭାବେ ୱେବ୍‌ସାଇଟ୍‌କୁ ବନ୍ଦ କରି ଦିଆଯାଉଛି। ସକାଳ ୧୦ଟାରୁ ସନ୍ଧ୍ୟା ୬ ଯାଏ ଆବେଦନ ପ୍ରକ୍ରିୟା ବନ୍ଦ ରହୁଥିବା ୱେବ୍‌ସାଇଟ୍‌ରେ ଦର୍ଶାଯାଇଛି। ଅବଶିଷ୍ଟ ସମୟ ଅର୍ଥାତ୍‌ ସନ୍ଧ୍ୟା ୬ରୁ ସକାଳ ୧୦ଟା ପର୍ଯ୍ୟନ୍ତ ଆବେଦନ କରିବାକୁ ପରାମର୍ଶ ଦିଆଯାଇଛି। ହେଲେ ଏହି ସମୟ ମଧ୍ୟରେ ବି ୱେବ୍‌ସାଇଟ ଠିକ୍‌ ଭାବେ ଚାଲୁନାହିଁ। ନୂତନ ପଞ୍ଜୀକରଣ କରିବାକୁ କୌଣସି ଅପଶନ୍‌ ଆସୁନାହିଁ। ତେଣୁ ଆଶାୟୀଙ୍କ ସମୟ ନଷ୍ଟ ହେଉଛି। ରାଜସ୍ବ ନିରୀକ୍ଷକ, ସହ ରାଜସ୍ବ ନିରୀକ୍ଷକ, ଅମିନ, ଆଇସିଡିଏସ୍‌ ସୁପରଭାଇଜର ଓ ଏସ୍‌ଏସ୍‌ଏଫ୍‌ ପଦ ପାଇଁ ଆବେଦନ ପ୍ରକ୍ରିୟା ଡିସେମ୍ବର ୩୧ ତାରିଖରୁ ଆରମ୍ଭ ହୋଇଛି। ହେଲେ ଓ୍ବେବ୍‌ସାଇଟ୍‌ ଠିକ ଭାବେ କାର୍ଯ୍ୟ କରୁ ନ ଥିବାରୁ ଆବେଦନ ଅବଧିକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଫାର୍ମାସିଷ୍ଟ ଓ ମଲ୍ଟିପୁଲ୍‌ ହେଲ୍‌ଥ ୱାର୍କର ପଦ ପାଇଁ ଡିସେମ୍ବର ୨୨ରୁ ଆବେଦନ ଆରମ୍ଭ ହୋଇଥିବାବେଳେ ଏହାର ଅବଧିକୁ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ବଢ଼ାଯାଇଛି। ଏକାଧିକଥର ଆବେଦନ ଅବଧି ବଢ଼ାଯାଉଥିଲେ ମଧ୍ୟ କେବେ ୱେବ୍‌ସାଇଟ ସମ୍ପୂର୍ଣ୍ଣ ବା ଠିକ୍‌ ଭାବେ କାର୍ଯ୍ୟକ୍ଷମ ହେବ ସେନେଇ ଆୟୋଗ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ତେଣୁ ଏହି ସମୟ ମଧ୍ୟରେ ସମସ୍ୟାର ସମାଧାନ ହେବ ନା ଆୟୋଗ ପୁଣି ଆବେଦନ ଅବଧି ବୃଦ୍ଧି କରିବ ସେନେଇ ଆଶାୟୀଙ୍କ ମଧ୍ୟରେ ଆଶଙ୍କା ପ୍ରକାଶ ପାଇଛି। ସୋସିଆଲ ମିଡିଆ ‘ଏକ୍ସ’ରେ ବହୁ ଆଶାୟୀ ପ୍ରତିକ୍ରିୟା ପ୍ରକାଶ କରି ୱେବ୍‌ସାଇଟକୁ ଅବିଳମ୍ବେ କାର୍ଯ୍ୟକ୍ଷମ କରିବାକୁ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି

କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା…

ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି!

ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ…

ଭାଜପାକୁ ହରାଇ ବିପୁଳ ବିଜୟ ପରେ ବଡ଼ ଦାବି କଲେଣି ପ୍ରଶାନ୍ତ କିଶୋର, କହିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ବିଜୟୀ ହେବା ପରେ, ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ତାଙ୍କ ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର…

‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri