ଏପ୍ରିଲ ୫ରୁ ଓଷ୍ଟା ପ୍ରି-ବୋର୍ଡ ପରୀକ୍ଷା: ୨୭ରେ ପ୍ରକାଶ ପାଇବ ଟେଷ୍ଟପେପର

କଟକ ଅଫିସ, ୨୫।୧: ଆସନ୍ତା ମେ’ ୩ରୁ ବୋର୍ଡ ପରୀକ୍ଷା ଆରମ୍ଭ ହେବ। କରୋନା ପାଇଁ ପ୍ରାୟ ୯ ମାସ ଧରି ବିଦ୍ୟାଳୟ ଯାଇ ନ ଥିବା ଛାତ୍ରୀଛାତ୍ରମାନେ ୧ ବର୍ଷର ପାଠ୍ୟଖସଡ଼ାକୁ ୧୦୦ ଦିନ ମଧ୍ୟରେ ଶେଷ କରି ପରୀକ୍ଷା ଦେବେ। ପରୀକ୍ଷା ପଦ୍ଧତି ଓ ମୂଲ୍ୟାୟନ ବ୍ୟବସ୍ଥାରେ କିଛି ପରିବର୍ତ୍ତନ କରାଯାଇଛି। ସଂଶୋଧିତ ପାଠ୍ୟଖସଡ଼ା ଆଧାରରେ ଛାତ୍ରୀଛାତ୍ରମାନେ ବୋର୍ଡ ପରୀକ୍ଷାକୁ କିଭଳି ଭାବେ ସଫଳତାର ସହିତ ସମ୍ମୁଖୀନ ହେବେ, ସେଥିପାଇଁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ପ୍ରୟାସ ଆରମ୍ଭ କରିଛି। ଆସନ୍ତା ୨୭ରେ ସଂଶୋଧିତ ପରିବର୍ତ୍ତିତ ପାଠ୍ୟଖସଡ଼ା ଆଧାରରେ ଓଷ୍ଟା ପକ୍ଷରୁ ସଂଶୋଧିତ ଟେଷ୍ଟପେପର ପ୍ରକାଶ ପାଇବ ବୋଲି ରବିବାର ଓଷ୍ଟା ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଓଷ୍ଟାର ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି, ଛାତ୍ରୀଛାତ୍ରଙ୍କ ନିମନ୍ତେ ଆସନ୍ତା ଏପ୍ରିଲ୍‌ ୫ରୁ ୧୦ ତାରିଖ ମଧ୍ୟରେ ଓଷ୍ଟା ପ୍ରାୟୋଜିତ ୨୦୨୧ ପ୍ରି-ବୋର୍ଡ ପରୀକ୍ଷା ଅନୁଷ୍ଠିତ ହେବ। ବୋର୍ଡ ପରୀକ୍ଷା ଭଳି ଏହି ପରୀକ୍ଷା କରାଯିବ। ଏହି ପ୍ରି-ବୋର୍ଡ ପରୀକ୍ଷା ଦ୍ୱାରା ଛାତ୍ରୀଛାତ୍ରମାନଙ୍କ ମନରୁ ଭୟ ଦୂର ହେବା ସହ ବୋର୍ଡ ପରୀକ୍ଷା ବ୍ୟବସ୍ଥା ସହିତ ନିଜକୁ ଅଭ୍ୟସ୍ତ କରାଇବାରେ ସହାୟକ ହେବ। ଉକ୍ତ ପରୀକ୍ଷା ଫଳ ଏପ୍ରିଲ ୧୨ରେ ସମସ୍ତ ବିଦ୍ୟାଳୟରେ ପ୍ରକାଶିତ ହେବ। ଛାତ୍ରୀଛାତ୍ରମାନଙ୍କୁ ସେମାନଙ୍କର ପରୀକ୍ଷା ଖାତା ଓ ରଖିଥିବା ନମ୍ବର ସମ୍ପର୍କରେ ଶିକ୍ଷକମାନଙ୍କ ପକ୍ଷରୁ ଜଣାଇ ଦିଆଯିବ। ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ଦୁର୍ବଳତାକୁ ଚିହ୍ନଟ କରି ଏପ୍ରିଲ୍‌ ୧୩ରୁ ୩୦ ତାରିଖ ମଧ୍ୟରେ ସଂଶୋଧନ କରିବା ପାଇଁ ଚେଷ୍ଟା କରିବେ। ମାର୍ଚ୍ଚ ୩୧ ମଧ୍ୟରେ ସମସ୍ତ ବିଷୟର କୋର୍ସ ଶେଷ କରିବା ପାଇଁ ରାଜ୍ୟର ସମସ୍ତ ପ୍ରଧାନଶିକ୍ଷକ, ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ଓଷ୍ଟାର ନେତୃତ୍ୱ ନେଇଥିବା ବିନୋଦ ବିହାରୀ ପାଣିଗ୍ରାହୀ, ଭିକାରୀ ଚରଣ ସାହୁ, ପ୍ରକାଶ ଚନ୍ଦ୍ର ମହାନ୍ତି, ରଞ୍ଜନ ଦାଶ, ଅଶୋକ ମହାପାତ୍ର ଓ ଶଙ୍କର କୁମାର ସୁବୁଦ୍ଧି ପ୍ରମୁଖ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri