ଆନ୍ଦୋଳନକୁ ଓହ୍ଲାଇବ ଓଷ୍ଟା

ଭୁବନେଶ୍ୱର/କଟକ ୨୨।୧(ଅସମାପିକା ସାହୁ/କାର୍ତ୍ତିକ ସାହୁ): ବିଭିନ୍ନ ସମସ୍ୟା ନେଇ ଫେବୃଆରୀ ପ୍ରଥମ ସପ୍ତାହରେ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)। ଶିକ୍ଷକ, ଅଭିଭାବକ, ପୁରାତନ ଛାତ୍ର ଓ ପରିଚାଳନା କମିଟି ସଦସ୍ୟଙ୍କ ସହ ବିଭିନ୍ନ ସଙ୍ଗଠନ ଏହି ଆନ୍ଦୋଳନରେ ସାମିଲ ହେବେ। ଅବସର ନେଉଥିବା ଶିକ୍ଷକମାନଙ୍କୁ ପେନସନ୍‌ ପ୍ରଦାନ ଓଷ୍ଟାର ପ୍ରମୁଖ ଦାବି ରହିବ। ଏ ନେଇ ରବିବାର ଓଷ୍ଟା ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। ଓଷ୍ଟା ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ କହିଛନ୍ତି, ଅବସର ନେଉଥିବା ଶିକ୍ଷକମାନଙ୍କୁ ପେନସନ୍‌ ପ୍ରଦାନ, ଅବସରକାଳୀନ ସୁବିଧା, ଚାକିରି ସର୍ତ୍ତାବଳୀ, ସପ୍ତମ ବେତନ ଓ ନୂତନ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ ଇତ୍ୟାଦି ଦାବିକୁ ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇ ପାଳନ ନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏକ ଜନପ୍ରିୟ ସରକାର ଜନମଙ୍ଗଳ ରାଷ୍ଟ୍ରରେ ସବୁବର୍ଗର କର୍ମଚାରୀଙ୍କ କଥା ବିଚାର କରୁଥିବାବେଳେ ଶିକ୍ଷକମାନଙ୍କ ପ୍ରତି ଏ ଅବିଚାର କାହିଁକି ବୋଲି ଦାଶ ପ୍ରଶ୍ନ କରିଛନ୍ତି। ଆସନ୍ତା ୩୧ ସୁଦ୍ଧା ଯଦି ସରକାର ଦେଇଥିବା ପ୍ରତିଶ୍ରୁତି ପାଳନ ନ କରନ୍ତି, ତେବେ ଫେବୃଆରୀ ପ୍ରଥମ ସପ୍ତାହରେ ଓଷ୍ଟା ମିଳିତ ଆନ୍ଦୋଳନକୁ ଓହ୍ଲାଇବ। ଓଷ୍ଟାର ଆହ୍ବାନରେ ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀମାନଙ୍କର ସାମାଜିକ ସୁରକ୍ଷା ପାଇଁ ହଜାର ହଜାର ସଂଖ୍ୟାରେ ଶିକ୍ଷୟିତ୍ରୀ, ଶିକ୍ଷକ ଓ ଶିକ୍ଷାକର୍ମଚାରୀଙ୍କ ସହିତ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ, ଅଭିଭାବକ, ପୁରାତନ ଛାତ୍ର ଓ ପ୍ରାଥମିକଠାରୁ ମହାବିଦ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷକ ଏବଂ ଶିକ୍ଷାକର୍ମଚାରୀଙ୍କୁ ନେଇ ଏକ ମହାସମାବେଶ ଭୁବନେଶ୍ୱରସ୍ଥିତ ଗାନ୍ଧିମାର୍ଗରେ କରାଯିବ। ଶିକ୍ଷକମାନେ ଅହୋରାତ୍ର ଧାରଣାରେ ବସି ରହିବେ। ସରକାର ସମସ୍ୟାଗୁଡ଼ିକର ସମାଧାନ ନ କରି ଅଯଥା ଟାଳଟୁଳ ନୀତି ଅବଲମ୍ବନ କରିବା, ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ନିଯୁକ୍ତି ନ କରିବା, ଚାକିରି ସର୍ତ୍ତାବଳୀ ଓ ଅବସର ପରେ ଶିକ୍ଷକମାନଙ୍କୁ ପେନସନ୍‌ ନ ଦେବା ଆଦି ବୈମାତୃକ ମନୋଭାବ ଶିକ୍ଷକମାନଙ୍କୁ ବାରମ୍ବାର ରାଜରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ କରୁଛି ବୋଲି ସଙ୍ଗଠନ ପକ୍ଷରୁ ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?