ରବିବାର ଶିକ୍ଷାଦାନ ବନ୍ଦ ନ କଲେ ଆଇନର ଆଶ୍ରୟ ନେବ ଓଷ୍ଟା

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ଗତ ଜାନୁୟାରୀ ୮ରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଛି। ସରକାର ୧୦୦ ଦିନର ଶିକ୍ଷାଦାନ ଅବଧି ସ୍ଥିର କରି ରବିବାର ଶିକ୍ଷାଦାନ ପାଇଁ ମାର୍ଗଦର୍ଶିକା ଜାରି କରିଛନ୍ତି। ଏହାଦ୍ୱାରା ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶିକ୍ଷକ କର୍ମଚାରୀଙ୍କ ମୌଳିକ ଅଧିକାର ଓ ଆଦର୍ଶ ଶ୍ରମ ଆଇନ୍‌ର ଖୋଲାଖୋଲି ଉଲ୍ଲଂଘନ କରାଯାଉଛି ବୋଲି ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ପକ୍ଷରୁ ଅଭିଯୋଗ କରାଯାଇଛି। ରବିବାର ଶିକ୍ଷାଦାନ ବନ୍ଦ ନ କଲେ ଆଇନର ଆଶ୍ରୟ ନେବାକୁ ବାଧ୍ୟ ହେବୁ ବୋଲି ଓଷ୍ଟା ଚେତାବନୀ ଦେଇଛି।
ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଓଷ୍ଟାର ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି କହିଛନ୍ତି, କରୋନା ସମୟରେ ୯ମାସ ଧରି ଶିକ୍ଷକ ବା କର୍ମଚାରୀମାନେ ସରକାରଙ୍କ ନିର୍ଦ୍ଦେଶିତ ସମସ୍ତ କାର୍ଯ୍ୟ ସୁଚାରୁ ରୂପେ ପାଳନ କରିଛନ୍ତି। କୋଭିଡ୍‌ ଦାୟିତ୍ୱ ଅନୁପାଳନ କରି ଅନେକ ସ୍ଥାନରେ ଶିକ୍ଷକମାନେ ସଂକ୍ରମଣର ଶିକାର ହୋଇଛନ୍ତି ଓ କେତେଜଣଙ୍କର ମୃତ୍ୟୁ ମଧ୍ୟ ହୋଇଛି। ଏହାପରେ ରବିବାରରେ ଶିକ୍ଷାଦାନ କରିବା ପାଇଁ ବାଧ୍ୟ କରି ସରକାର ଶିକ୍ଷକଙ୍କୁ ଗୋତି ଶ୍ରମିକଭଳି ବ୍ୟବହାର କରୁଛନ୍ତି। ଶିକ୍ଷକମାନେ ନିର୍ବିକାର ଭାବରେ ଏକମାସ ଧରି କାର୍ଯ୍ୟକରି ଆସିଲେଣି। ଠିକ୍‌ ସମୟରେ ପାଠ୍ୟଖସଡ଼ା ଶେଷ ହେବ। ତଥାପି ଯଦି ସରକାର ପୁନଶ୍ଚ ଶିକ୍ଷକଙ୍କୁ ରବିବାରରେ କାର୍ଯ୍ୟ କରିବା ପାଇଁ ବାଧ୍ୟ କରନ୍ତି ତେବେ ରାଜ୍ୟର ଅଗଣିତ ଶିକ୍ଷକ ସରକାରଙ୍କୁ ଏ ଦିଗରେ ଅସହଯୋଗ କରିବେ। ଏଭଳି ସମ୍ବେଦନଶୀଳ ବିଷୟ ଉପରେ ସରକାର ତୁରନ୍ତ ପୁନର୍ବିଚାର କରନ୍ତୁ। ଏଥିସହିତ ନବମଠାରୁ ଏକାଦଶ ଶ୍ରେଣୀରେ ଶିକ୍ଷାଦାନର ନିର୍ଘଣ୍ଟ ସ୍ଥିର କରିବା ପାଇଁ ପ୍ରଧାନ ଶିକ୍ଷକ ଓ ଅଧ୍ୟକ୍ଷଙ୍କୁ ଦାୟିତ୍ୱ ପ୍ରଦାନ କରନ୍ତୁ। ନଚେତ୍‌ ଏଥିପାଇଁ ଯେଉଁ ପରିସ୍ଥିତି ସୃଷ୍ଟି ହେବ ସେଥିପାଇଁ ରାଜ୍ୟ ସରକାର ନିଜେ ଦାୟୀ ରହିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri