ଆଜି ଓଏସ୍‌ଏସ୍‌ଟିଇଟି: କପି କରି ଧରାପଡ଼ିଲେ ଜୀବନଯାକ ପରୀକ୍ଷା ମନା

କଟକ ଅଫିସ,୮ା୨: ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ବୁଧବାର ଅନୁଷ୍ଠିତ ହେବ। କୋଭିଡ୍‌ କଟକଣା ମଧ୍ୟରେ ରାଜ୍ୟର ୩୩୮ଟି କେନ୍ଦ୍ରରେ ୭୨,୨୮୦ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଏଥିପାଇଁ ୪୦ଟି ନୋଡାଲ ସେଣ୍ଟର କରାଯାଇଛି। ଚଳିତବର୍ଷ ଏହି ପରୀକ୍ଷାରେ କପି ରୋକିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଯେଉଁମାନେ ଏଥିରେ କପି କରି ଧରାପଡିବେ ସେମାନେ ଜୀବନ କାଳ ମଧ୍ୟରେ କେବେ ବି ଏହି ପରୀକ୍ଷା ଦେଇପାରିବେ ନାହିଁ। ଉକ୍ତ ପରୀକ୍ଷା ୨ଟି ସିଟିଂରେ ହେବ।
୬୮,୭୪୨ ଜଣ ପରୀକ୍ଷାର୍ଥୀ ପୂର୍ବାହ୍ନ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ପେପର-୧ ପରୀକ୍ଷା ଦେବେ। ସେହିପରି ୩,୫୩୮ ଜଣ ପରୀକ୍ଷାର୍ଥୀ ଅପରାହ୍ନ ୧ଟାରୁ ୩.୩୦ ପର୍ଯ୍ୟନ୍ତ ପେପର-୨ ପରୀକ୍ଷା ଦେବେ। ପରୀକ୍ଷା ସୁପରିଚାଳନା ପାଇଁ ଜିଲା ଶିକ୍ଷା ଅଧିକାରୀମାନଙ୍କ ପକ୍ଷରୁ ସ୍କ୍ବାଡ୍‌, ବୋର୍ଡ ପକ୍ଷରୁ ୪୦ଟି ସ୍କ୍ବାଡ୍‌ ଏବଂ ୮ଟି ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି। କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ କଣ୍ଟୋଲ ରୁମ୍‌ ଖୋଲାଯାଇଛି। ବୋର୍ଡ ପକ୍ଷରୁ ୦୬୭୧୨୪୧୨୦୫୯, ୦୬୭୧୨୪୧୨୦୬୦ ନମ୍ବର ଜାରି କରାଯାଇଛି। ଏହି ନମ୍ବରରେ ବୋର୍ଡକୁ ଜରୁରୀ ସୂଚନା ଦିଆଯାଇପାରିବ। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ପରୀକ୍ଷା କେନ୍ଦ୍ରରେ ସ୍ବତନ୍ତ୍ର ଆଇସୋଲେସନ ରୁମ୍‌ ବ୍ୟବସ୍ଥା କରାଯାଇଛି ବୋଲି ମଙ୍ଗଳବାର ବୋର୍ଡ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବୋର୍ଡ ସଭାପତି ରାମାଶିଷ ହାଜରା, ଉପ ସଭାପତି ନିହାର ରଞ୍ଜନ ମହାନ୍ତି ଓ ସଚିବ ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri