ଆଜିଠୁ ଖୋଲିବ ଓଟି କମ୍ପ୍ଲେକ୍ସ

ବ୍ରହ୍ମପୁର ଅଫିସ,୧୨।୧୦: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲ ଅଧୀକ୍ଷକଙ୍କ ଚାମ୍ବରରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଏମକେସିଜି ଅଧୀକ୍ଷକ ପ୍ରଫେସର ଡା. ସନ୍ତୋଷ କୁମାର ମିଶ୍ର ଓ ଡ଼ିନ ଡା. ଅବନୀକାନ୍ତ ମିଶ୍ର ଅଧ୍ୟକ୍ଷତା କରିଥିଲେ। ସେହିପରି ବିଭିନ୍ନ ବିଭାଗୀୟ ମୁଖ୍ୟ, ହାଉସସର୍ଜନ ସଂଘର କର୍ମକର୍ତ୍ତା ଓ ନର୍ସିଂ ସଂଘର କର୍ମକର୍ତ୍ତା ମଧ୍ୟ ଯୋଗ ଦେଇଥିଲେ। ଅଗଷ୍ଟ ୨୬ ରେ ସୁପରସ୍ପେସାଲିଷ୍ଟ କୋଠାରେ ଥିବା ଓଟି କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଥିଲା। ସେବେଠାରୁ ଉକ୍ତ ଓଟି ବନ୍ଦକରି ଦିଆଯାଇଥିଲା। ବୁଧବାରଠାରୁ ଉକ୍ତ ଓଟି କମ୍ପ୍ଲେକ୍ସ କାର୍ଯ୍ୟକ୍ଷମ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ସେହିପରି ସେପ୍ଟେମ୍ବର ୨୯ରେ ରୋଗୀଙ୍କ ରକ୍ତ ସଂଗ୍ରହକୁ ନେଇ ଉତ୍ତେଜନା ଦେଖା ଦେଇଥିଲା। ଏନେଇ ଏହି ବୈଠକରେ ସରକାରଙ୍କ ଦ୍ୱାରା ପ୍ରତ୍ୟେକ ଅଧିକାରୀଙ୍କ ପାଇଁ ନିର୍ଦ୍ଧାରିତ ଥିବା କାର୍ଯ୍ୟ ସମ୍ପର୍କରେ ଆଲୋଚନା ହୋଇଥିଲା। ଉଭୟ ପକ୍ଷଙ୍କ ମଧ୍ୟରେ ଡ୍ୟୁଟି ମ୍ୟାନେଜମେଣ୍ଟକୁ ନେଇ ରହିଥିବା ଦ୍ୱନ୍ଦ୍ୱର ଆପୋଷ ବୁଝାମଣା ଜରିଆରେ ସମାଧାନ କରାଯାଇଥିଲା। ବିଶେଷକରି ଭେଷଜ ବିଭାଗରେ ପ୍ରତିଦିନ ପ୍ରାୟ ୧୫୦ ରୋଗୀ ଆସିଥାନ୍ତି। ସେମାନଙ୍କ ରକ୍ତ ନମୁନା ସଂଗ୍ରହ କିପରି ସହଜ ହୋଇପାରିବ ସେନେଇ ମଧ୍ୟ ଆଲୋଚନା କରାଯାଇଥିଲା। ଆବଶ୍ୟକ ପଡ଼ିଲେ ଉକ୍ତ ବିଭାଗରେ ଅଧିକ ନର୍ସିଂ ଅଫିସର କିମ୍ବା ଲେବୋରେଟୋରି ଟେକ୍ନିସିଆନ ଯୋଗାଇ ଦିଆଯିବ ବୋଲି ସ୍ଥିର କରାଯାଇଛି।
ଦିତ୍ୱୀୟ ପର୍ଯ୍ୟାୟରେ ଡ଼ିନ୍‌ ଡା.ମିଶ୍ରଙ୍କ କାର୍ଯ୍ୟାଳୟରେ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏମ୍‌କେସିଜ ମେଡିକାଲ ପରିସରରେ ଲାଗି ରହିଥିବା ଗାଡ଼ି ପାର୍କିଂ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଆଲୋଚନା ହୋଇଥିଲା। ରୋଗୀ ସମ୍ପର୍କୀୟଙ୍କ ବାଇକ୍‌ ଓ ଅନ୍ୟାନ୍ୟ ଗାଡ଼ି ପାର୍କିଂ ପାଇଁ ଏକ ଘରୋଇ ସଂସ୍ଥାକୁ ଟେଣ୍ଡର ଦେବାକୁ ନିଷ୍ପତ୍ତି ହୋଇଥିଲା। ମେଡିକାଲର ବିଭିନ୍ନ ବିଭାଗ ସମ୍ମୁଖରେ ପାର୍କିଂ କରାଯାଉଥିବା ଗାଡ଼ିଗୁଡିକ ସେଠାରେ ପାର୍କିଂ ନ କରି ସୁପରସ୍ପେସାଲିଟି କୋଠା ସମ୍ମୁଖ ଭାଗରେ ଥିବା ଏକ ଖୋଲା ସ୍ଥାନରେ ଗାଡି ପାର୍କିଂ କରାଯିବା ପାଇଁ ସ୍ଥିର ହୋଇଥିଲା। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଏମ୍‌କେସିଜି ଉପ ଅଧୀକ୍ଷକ ଡା. କିରନ ପଟ୍ଟନାୟକ ଓ ପ୍ରଶାସନିକ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri