ଓଟିଡିସି ଅଧ୍ୟକ୍ଷ ଲେନିନ୍‌ ମହାନ୍ତି ଇସ୍ତଫା ଦେଲେ

ଭୁବନେଶ୍ୱର,୮।୬(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି)ର ଅଧ୍ୟକ୍ଷ ଲେନିନ୍‌ ମହାନ୍ତି ତାଙ୍କ ପଦବୀରୁ ଶୁକ୍ରବାର ଇସ୍ତଫା ଦେଇଛନ୍ତି। ସେ ୨୦୨୨ରେ ଅଧ୍ୟକ୍ଷ ପଦରେ ଅବସ୍ଥାପିତ ହୋଇଥିଲେ। ଏଥିସହ ମହାନ୍ତି ବିଜୁ ଜନତା ଦଳର ମୁଖପାତ୍ର ଅଛନ୍ତି। ଗତ ୪ ତାରିଖରେ ରାଜ୍ୟରେ ସରକାର ପରିବର୍ତ୍ତନ ହେବା ପରେ ସେ ଓଟିଡିସି ଅଧ୍ୟକ୍ଷ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି। ଏ ନେଇ ମହାନ୍ତି କହିଛନ୍ତି, ସରକାର ପରିବର୍ତ୍ତନ ହେବା ଏକ ସ୍ବାଭାବିକ ପ୍ରକ୍ରିୟା। ପର୍ଯ୍ୟଟନ କ୍ଷେତ୍ରରେ ଏକ ରୂପାନ୍ତରୀକରଣ ହେବା ଆମେ ସମସ୍ତେ ଦେଖିଛୁ। ସମସ୍ତଙ୍କ ସହଯୋଗରେ ୪୦ବର୍ଷର ପେଣ୍ଡିଙ୍ଗ କାମକୁ ମୋ କାର୍ଯ୍ୟକାଳ ମଧ୍ୟରେ ଶେଷ କରିବାକୁ ଆମେ ସମସ୍ତେ ଚେଷ୍ଟା କରିଛୁ। ପଦବୀରୁ ଇସ୍ତଫା ଦେଲେ ମଧ୍ୟ ଓଡ଼ିଶା ଲୋକଙ୍କ ପାଇଁ ମୋ ନେତା ନବୀନ ପଟ୍ଟନାୟକଙ୍କ ସହ ରହି ଆଗାମୀ ଦିନରେ କାମ କରିବେ ବୋଲି ଲେନିନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri