ଓଟିଡିିସି ପକ୍ଷରୁ ‘ପିଠା ଅନ୍‌ ହ୍ବିଲ’ ସାଙ୍ଗକୁ ଦୋଳିର ମଜା

ଭୁବନେଶ୍ୱର, ୧୪।୬(ବ୍ୟୁରୋ) : ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ଏଥର ମଧ୍ୟ ‘ପିଠା ଅନ୍‌ ହ୍ବିଲ୍‌’ କାର୍ଯ୍ୟକ୍ରମ କରାଯିବ। କରୋନା କଟକଣା ଉଠିବା ପରେ ଏଥର ଧୁମ୍‌ଧାମ୍‌ରେ ରଜ ପାଳନ ହେବ। ଏହାକୁ ଦୃଷ୍ଟିରେ ରଖି ପାନ୍ଥନିବାସ ଠାରେ ସୋମବାର ‘ରଜ ମହୋତ୍ସବ’ ଓ ‘ପିଠା ଅନ୍‌ ହ୍ବିଲ୍‌’ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି। ପହିଲି ରଜ ଠାରୁ ୩ଦିନ ପର୍ଯ୍ୟନ୍ତ ଶହୀଦ ନଗର ପୂଜା ମଣ୍ଡପ ପଡ଼ିଆରେ ରଜ ମହୋତ୍ସବ ଓ ସ୍ବତନ୍ତ୍ର ପ୍ରଦର୍ଶନୀ ହେବ। ସେହିପରି ପୋଡ଼ପିଠା, କାକରା, ଆରିସା, ମହୁଲ ପିଠା ଭଳି ବିଭିନ୍ନ ରକମର ପିଠା ଏହା ମାଧ୍ୟମରେ ବିକ୍ରି କରାଯିବ। ପୋଡ଼ପିଠାର ଦାମ୍‌ ୪୦୦ ଟଙ୍କା (୧ କେଜି) ଥିବାବେଳେ କାକରା, ଖିରଗଜା, ଆରିସା, ମଣ୍ଡା, ଲବଙ୍ଗଲତା (ଗୋଟା) ୨୦ ଟଙ୍କା, ଛେନାପୋଡ଼ (୧୦୦ ଗ୍ରାମ୍‌) ୫୦ ଟଙ୍କା, ମହୁଲ ପିଠା (ଗୋଟା) ୪୦ ଟଙ୍କା ରହିଛି। ପାନ୍ଥ ନିବାସ ସମେତ ନିମନ୍ତ୍ରଣ ରେଷ୍ଟୁରାଣ୍ଟ, କିଟ୍‌ ଛକ, ଶହୀଦ ନଗର ଦୁର୍ଗାପୂଜା ମଣ୍ଡପ ପଡ଼ିଆ ଏବଂ ରାଜ୍ୟ ସଂଗ୍ରହାଳୟ ଠାରେ ସୁସ୍ବାଦୁ ପାରମ୍ପରିକ ଓଡ଼ିଆ ପିଠା ବିକ୍ରୟ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏଥିସହ ଶହୀଦନଗର ପୂଜା ମଣ୍ଡପ ପଡ଼ିଆରେ ରଜଦୋଳିର ବ୍ୟବସ୍ଥା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ ବୋଲି ଓଟିଡିସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ସାରା ବିଶ୍ୱକୁ ମଦ ପରଷିବ ପାକିସ୍ତାନ! ମୁନିରଙ୍କ ଘର ନିକଟରେ ଫ୍ୟାକ୍ଟ୍ରି, ୫୦ ବର୍ଷ ପରେ ଉଠିଲା ବ୍ୟାନ

ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri