ଓଟିଡିସିର ‘ବଣଭୋଜି’ ଟୁର୍‌ ପ୍ୟାକେଜ୍

ଭୁବନେଶ୍ୱର(ବ୍ୟୁରୋ),୪ା୯: କରୋନା ମହାମାରୀ ପାଇଁ ଏକପ୍ରକାର ଭୁଶୁଡି ପଡିଥିବା ରାଜ୍ୟ ପର୍ଯ୍ୟଟନ ଶିଳ୍ପକୁ ପୁଣି ଠିଆ କରାଇବାକୁ ପ୍ରୟାସ ଆରମ୍ଭ କରିଛି ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି)। ଇକୋ ଟୁରିଜମ୍‌ ଭଳି ଏକାଧିକ ପଦକ୍ଷେପ ହାତକୁ ନେଇଥିବା ନିଗମ ‘ବଣଭୋଜି’ ନାମରେ ଏକ ସ୍ବତନ୍ତ୍ର ଟୁର୍‌ ପ୍ୟାକେଜ୍‌ ଆରମ୍ଭ କରାଯିବାକୁ ଯୋଜନା କରିଛି। ପ୍ରାକୃତିକ ସୌନ୍ଦର୍ଯ୍ୟର ଉପଯୋଗ କରି ପ୍ରାକୃତିକ ପରିବେଶ ମଧ୍ୟରେ ପର୍ଯ୍ୟଟକଙ୍କୁ ଏହା ନିଆରା ଅନୁଭୂତି ଦେବ। ନିରୋଳା ଓ ଶାନ୍ତ ପରିବେଶ ମଧ୍ୟରେ ଦିନଟିଏ ବିତାଇବା ସହ ବଣଭୋଜିର ମଜା ନେଇପାରିବେ ପର୍ଯ୍ୟଟକ। ଜଙ୍ଗଲ ଓ ପରିବେଶ ବିଭାଗ ସହାୟତାରେ ଏଭଳି ଏକ ନୂଆ ଟୁର୍‌ ବ୍ୟବସ୍ଥାକୁ ବାସ୍ତବ ରୂପ ଦେବ ଓଟିଡିସି। ସବୁ ବର୍ଗର ବ୍ୟକ୍ତି ଓ ପର୍ଯ୍ୟଟକଙ୍କୁ ନଜରରେ ରଖି ପ୍ୟାକେଜ ପ୍ରସ୍ତୁତ କରାଯାଇଛି। କରୋନା ଓ ପରବର୍ତ୍ତୀ ସମୟରେ ଲୋକଙ୍କ ଅବସର ବିନୋଦନରେ ଏହି ଟୁର୍‌ ପ୍ୟାକେଜ୍‌ ବିଶେଷ ସହାୟକ ହେବ ବୋଲି ଓଟିଡିସି ଆଶା ରଖିଛି। ଓଟିଡିସିର ୪୧ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଗୁରୁବାର ଓଟିଡିସି ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ନିରାଡ଼ମ୍ବର ଉତ୍ସବରେ ନିଗମ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏ ସମ୍ପର୍କରେସୂଚନା ଦେଇଛନ୍ତି।
କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ଭିଡ଼ିଓ କନ୍‌ଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମିଶ୍ର ନିଗମର କାର୍ଯ୍ୟଧାରା ଏବଂ କୋଭିଡ୍‌ ସମୟରେ ଓଟିଡିସି ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ କହିଥିଲେ। ସେହି କହିଲେ, ରାଜ୍ୟରେ ପର୍ଯ୍ୟଟନର ବିକାଶ କ୍ଷେତ୍ରରେ ଓଟିଡିସି ଦୀର୍ଘ ୪୧ବର୍ଷ ଧରି ପ୍ରମୁଖ ଭୂମିକା ଗ୍ରହଣ କରିଛି। ଏକ ଲାଭଦାୟକ ଅନୁଷ୍ଠାନ ଭାବେ ଓଟିଡିସି ରାଜ୍ୟ ସରକାରଙ୍କ ରୌପ୍ୟବର୍ଗର ସରକାରୀ ଉଦ୍ୟୋଗ ହୋଇପାରିଛି। କରୋନା ପରିସ୍ଥିତି ମଧ୍ୟରେ ହୋଟେଲ ଓ ପର୍ଯ୍ୟଟନ ଶିଳ୍ପ ସର୍ବାଧିକ ପ୍ରଭାବିତ ହୋଇଥିବାବେଳେ ନିଗମ ନିଜର ୨୧ଟି ପାନ୍ଥନିବାସ ଓ ୨ଟି ପରିବହନ ୟୁନିଟ୍‌ ମାଧ୍ୟମରେ କରୋନା ଯୋଦ୍ଧାଙ୍କୁ ଦୈନିକ ଖାଦ୍ୟ, ପାନୀୟ, ରହଣି ଓ ପରିବହନ ସୁବିଧା ଯୋଗାଇଦେଇଛି। ଏଥିସହିତ ନିଗମ ନିଜର ବ୍ୟବସାୟିକ କାରବାରକୁ ଜାରି ରଖିବା ପାଇଁ ଯଥାସମ୍ଭବ ପ୍ରୟାସ କରିଛି। ରାଜ୍ୟର ପର୍ଯ୍ୟଟନ ଶିଳ୍ପକୁ କ୍ରିୟାଶୀଳ କରିବାଲାଗି ଓଟିଡିସି ପକ୍ଷରୁ ଏକ ସ୍ବତନ୍ତ୍ର ଭିଡ଼ିଓ ବିଜ୍ଞାପନ ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ଥିବା ପାନ୍ଥନିବାସଗୁଡ଼ିକର ଆଧୁନିକୀକରଣ କାର୍ଯ୍ୟ ଇତିମଧ୍ୟରେ ହାତକୁ ନିଆଯାଇଥିବା ମିଶ୍ର କହିଛନ୍ତି।
ପ୍ରତିଷ୍ଠା ଦିବସରେ ବନ ବିଭାଗର ଅନୁରୋଧକ୍ରମେ ଓଟିଡିସି ନନ୍ଦନକାନନର ଏକ ଧଳାବାଘ ‘ସ୍ପନ୍ଦନ’ର ଭରଣପୋଷଣ ଦାୟିତ୍ୱ ନେଇଛି। ଏହାସହ ‘ଅତିଥି ଦେବୋ ଭବଃ’ ସ୍ଲୋଗାନରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଏକ ସ୍ବତନ୍ତ୍ର ଭିଡ଼ିଓ ଉନ୍ମୋଚନ କରାଯାଇଥିଲା। ଓଟିଡିସି ପରିଚାଳନା ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ଭିଡ଼ିଓ କନ୍‌ଫରେନ୍ସରେ ନିଗମର ସମସ୍ତ କର୍ମଚାରୀଙ୍କୁ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଥିଲେ। ଆଗାମୀ ଦିନରେ ପର୍ଯ୍ୟଟନ ଶିଳ୍ପ ବିକାଶରେ ଓଟିଡିସି ଯେପରି ପ୍ରମୁଖ ଭୂମିକା ଗ୍ରହଣ କରିବ ସେଥିପାଇଁ ସମସ୍ତେ ଯତ୍ନଶୀଳ ହେବାକୁ ସେ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri