ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଚିତ ପୁରୀର ଚନ୍ଦ୍ରଭାଗା ବେଳାଭୂମିରେ ଖୋଲିଛି ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) କାଫେଟେରିଆ। ପୁରୀ ପରେ ଓଟିଡିସି ପକ୍ଷରୁ ଚନ୍ଦ୍ରଭାଗାରେ ଏହି ନୂତନ କାଫେଟେରିଆ ଖୋଲାଯାଇଛି। ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମଙ୍ଗଳବାର ଏହି କାଫେଟେରିଆକୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ଓଟିଡିସି ଦ୍ୱାରା ପରିଚାଳିତ ହେବାକୁ ଥିବା ଏହି କାଫେଟେରିଆର ନାମ ‘ଚନ୍ଦ୍ରଭାଗା ବିଚ୍ କାଫେ’ ରହିଛି। ଉଦ୍ଘାଟନୀ ଉତ୍ସବରେ ପର୍ଯ୍ୟଟନ ବିଭାଗ ସଚିବ ବିଶାଲ ଦେବଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଏହାପୂର୍ବରୁ ଗତ ମାସରେ ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ରେ ଓଟିଡିସି ପକ୍ଷରୁ ‘ଦି ହ୍ବାଇଟ୍ କ୍ରାବ୍’ ନାମରେ ଏକ କାଫେଟେରିଆ ଲୋକାର୍ପିତ ହୋଇଥିଲା। ପ୍ରଥମ ୩୦ଦିନ ମଧ୍ୟରେ ଏହି କାଫେଟେରିଆ ୩.୫ଲକ୍ଷ ଟଙ୍କାରୁ ଅଧିକ ବ୍ୟବସାୟ କରିଥିବାବେଳେ ଧୀରେ ଧୀରେ ଏହା ପର୍ଯ୍ୟଟକଙ୍କ ଦ୍ୱାରା ଲୋକପ୍ରିୟ ହେଉଛି। ପୁରୀର ବ୍ଲୁ ଫ୍ଲାଗ୍ ବିଚ୍ ପରେ ଚନ୍ଦ୍ରଭାଗା ବେଳାଭୂମିରେ ଆଉ ଏକ କାଫେଟେରିଆ ପ୍ରତିଷ୍ଠା କରି ଓଟିଡିସି ପର୍ଯ୍ୟଟକଙ୍କ ସୁବିଧା ସୁଯୋଗ ପାଇଁ ନୂଆ ପଦକ୍ଷେପ ନେଇଥିବା ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କହିଛନ୍ତି। ଏହି କାଫେଟେରିଆ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ଆଦୃତି ଲାଭ କରିବ ବୋଲି ଶ୍ରୀମୟୀ ଆଶାବ୍ୟକ୍ତ କରିଛନ୍ତି। ଏହି ନୂଆ କାଫେଟେରିଆ ସମ୍ପର୍କରେ ସୂଚନା ଦେଇ ଓଟିଡିସିର ପରିଚାଳନା ନିର୍ଦ୍ଦେଶକ ସଚିନ୍ ଆର୍. ଯାଦବ କହିଥିଲେ, ଚନ୍ଦ୍ରଭାଗା ବିଚ୍ କାଫେରେ ପର୍ଯ୍ୟଟକମାନେ ନିଜର ପସନ୍ଦ ମୁତାବକ ଖାଦ୍ୟର ବରାଦ ଦେଇପାରିବେ। ସମ୍ପୂର୍ଣ୍ଣ ନିଆରା ଢଙ୍ଗରେ ଅଭିଜ୍ଞ ରୋଷେୟାମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାରର ସୁସ୍ବାଦୁ ସି ଫୁଡ୍ ବା ସାମୁଦ୍ରିକ ଖାଦ୍ୟ ପ୍ରସ୍ତୁତ କରାଯାଇ ପର୍ଯ୍ୟଟକଙ୍କୁ ପରିବେଷଣ କରାଯିବ। ଏଠାରେ ବାଲିପ୍ରନ୍, କ୍ରାଫ୍ଟଚିଲ୍ଲି, ଫିସ୍ଫିଙ୍ଗର, ଗୋଲଡେନ୍ ଫ୍ରାଏଡ୍ ପ୍ରନ୍ ଭଳି ସି ଫୁଡ୍ ସହ ଚା ଓ କଫି ଆଦି ସୁଲଭ ମୂଲ୍ୟରେ ଉପଲବ୍ଧ ହେବ।
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...
ପାରମ୍ପରିକ ‘ଟୋକି ପର୍ବ’ ପାଇଁ ଚଳଚଞ୍ଚଳ କଳାହାଣ୍ଡି: ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…
ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...
ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି…
ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...
ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍ ଜବତ
ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍ପି...
ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ
ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...
ରାସ୍ତାରେ ଟ୍ରକ୍ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍ ଗେଟ୍ ନିକଟରେ...
ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...
ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…
ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...
Archives


