Posted inରାଜ୍ୟ

ଓଟିଡିସିର ‘ଚନ୍ଦ୍ରଭାଗା ବିଚ୍‌ କାଫେ’

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଚିତ ପୁରୀର ଚନ୍ଦ୍ରଭାଗା ବେଳାଭୂମିରେ ଖୋଲିଛି ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) କାଫେଟେରିଆ। ପୁରୀ ପରେ ଓଟିଡିସି ପକ୍ଷରୁ ଚନ୍ଦ୍ରଭାଗାରେ ଏହି ନୂତନ କାଫେଟେରିଆ ଖୋଲାଯାଇଛି। ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମଙ୍ଗଳବାର ଏହି କାଫେଟେରିଆକୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ଓଟିଡିସି ଦ୍ୱାରା ପରିଚାଳିତ ହେବାକୁ ଥିବା ଏହି କାଫେଟେରିଆର ନାମ ‘ଚନ୍ଦ୍ରଭାଗା ବିଚ୍‌ କାଫେ’ ରହିଛି। ଉଦ୍‌ଘାଟନୀ ଉତ୍ସବରେ ପର୍ଯ୍ୟଟନ ବିଭାଗ ସଚିବ ବିଶାଲ ଦେବଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଏହାପୂର୍ବରୁ ଗତ ମାସରେ ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ଓଟିଡିସି ପକ୍ଷରୁ ‘ଦି ହ୍ବାଇଟ୍‌ କ୍ରାବ୍‌’ ନାମରେ ଏକ କାଫେଟେରିଆ ଲୋକାର୍ପିତ ହୋଇଥିଲା। ପ୍ରଥମ ୩୦ଦିନ ମଧ୍ୟରେ ଏହି କାଫେଟେରିଆ ୩.୫ଲକ୍ଷ ଟଙ୍କାରୁ ଅଧିକ ବ୍ୟବସାୟ କରିଥିବାବେଳେ ଧୀରେ ଧୀରେ ଏହା ପର୍ଯ୍ୟଟକଙ୍କ ଦ୍ୱାରା ଲୋକପ୍ରିୟ ହେଉଛି। ପୁରୀର ବ୍ଲୁ ଫ୍ଲାଗ୍‌ ବିଚ୍‌ ପରେ ଚନ୍ଦ୍ରଭାଗା ବେଳାଭୂମିରେ ଆଉ ଏକ କାଫେଟେରିଆ ପ୍ରତିଷ୍ଠା କରି ଓଟିଡିସି ପର୍ଯ୍ୟଟକଙ୍କ ସୁବିଧା ସୁଯୋଗ ପାଇଁ ନୂଆ ପଦକ୍ଷେପ ନେଇଥିବା ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କହିଛନ୍ତି। ଏହି କାଫେଟେରିଆ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ଆଦୃତି ଲାଭ କରିବ ବୋଲି ଶ୍ରୀମୟୀ ଆଶାବ୍ୟକ୍ତ କରିଛନ୍ତି। ଏହି ନୂଆ କାଫେଟେରିଆ ସମ୍ପର୍କରେ ସୂଚନା ଦେଇ ଓଟିଡିସିର ପରିଚାଳନା ନିର୍ଦ୍ଦେଶକ ସଚିନ୍‌ ଆର୍‌. ଯାଦବ କହିଥିଲେ, ଚନ୍ଦ୍ରଭାଗା ବିଚ୍‌ କାଫେରେ ପର୍ଯ୍ୟଟକମାନେ ନିଜର ପସନ୍ଦ ମୁତାବକ ଖାଦ୍ୟର ବରାଦ ଦେଇପାରିବେ। ସମ୍ପୂର୍ଣ୍ଣ ନିଆରା ଢଙ୍ଗରେ ଅଭିଜ୍ଞ ରୋଷେୟାମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାରର ସୁସ୍ବାଦୁ ସି ଫୁଡ୍‌ ବା ସାମୁଦ୍ରିକ ଖାଦ୍ୟ ପ୍ରସ୍ତୁତ କରାଯାଇ ପର୍ଯ୍ୟଟକଙ୍କୁ ପରିବେଷଣ କରାଯିବ। ଏଠାରେ ବାଲିପ୍ରନ୍‌, କ୍ରାଫ୍ଟଚିଲ୍ଲି, ଫିସ୍‌ଫିଙ୍ଗର, ଗୋଲଡେନ୍‌ ଫ୍ରାଏଡ୍‌ ପ୍ରନ୍‌ ଭଳି ସି ଫୁଡ୍‌ ସହ ଚା ଓ କଫି ଆଦି ସୁଲଭ ମୂଲ୍ୟରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri