ଗ୍ରେସ୍‌ ମାର୍କ ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ଓଟିଇଟି ପରୀକ୍ଷାର୍ଥୀ

କଟକ,୪ା୯ (କାର୍ତ୍ତିକ ସାହୁ):ଗ୍ରେସ୍‌ମାର୍କ ପ୍ରଦାନ ଦାବିରେ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷାର୍ଥୀମାନେ କଟକସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଧାରଣା ଦେଇଛନ୍ତି। ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଆସିଥିବା ପରୀକ୍ଷାର୍ଥୀମାନେ ପୂର୍ବାହ୍ନ ୧୧ଟାରୁ ଧାରଣାରେ ବସିଥିଲେ। ତେବେ ବୋର୍ଡ କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା କରାଯିବା ପରେ ଆଗାମୀ ଦିନରେ ପରୀକ୍ଷାର୍ଥୀଙ୍କ ଅଭିଯୋଗର ତଦନ୍ତ କରାଯାଇ ନିଷ୍ପତ୍ତି ନିଆଯିବ ବୋଲି ପ୍ରତିଶ୍ରୁତି ଦିଆଯିବାରୁ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ସୂଚନା ଅନୁସାରେ, ଗତ ମାସ ୧୭ ତାରିଖ ଅପରାହ୍ନରେ ହୋଇଥିବା ଓଟିଇଟି ପେପର-୨ ପରୀକ୍ଷା ସମୟରେ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ବିଦ୍ୟୁତ ସଂଯୋଗ କଟିଯାଇଥିଲା। ଅଧିକାଂଶ କେନ୍ଦ୍ରରେ ଆଲୋକ ନିମନ୍ତେ ବିକଳ୍ପ ବ୍ୟବସ୍ଥା କରାଯାଇ ନ ଥିବାରୁ ପରୀକ୍ଷାର୍ଥୀମାନେ ଉତ୍ତର ଖାତାରେ ଲେଖି ପାରି ନ ଥିଲେ। ପରୀକ୍ଷାର୍ଥୀମାନେ ୧ରୁ ଦେଢ଼ ଘଣ୍ଟା ସମୟ ନଷ୍ଟ କରିଥିଲେ ମଧ୍ୟ ବିଦ୍ୟୁତ୍‌ ସରବରାହ ଠିକ୍‌ ହୋଇ ନ ଥିଲା। ଅପରପକ୍ଷରେ ଉତ୍ତର ଲେଖିବା ନିମନ୍ତେ ପରୀକ୍ଷାର୍ଥୀଙ୍କୁ ଅଧିକ ସମୟ ଦିଆଯାଇ ନ ଥିଲା, ଯଦ୍ଦ୍ବାରା ସେମାନେ ପେପର-୨ରେ ଗ୍ରେସ୍‌ ମାର୍କ ପ୍ରଦାନ କରିବାକୁ ଦାବି କରିଛନ୍ତି। ଉଲ୍ଲେଖଯୋଗ୍ୟ, ପରୀକ୍ଷା କେନ୍ଦ୍ରରେ ବିଭିନ୍ନ ଆନୁଷଙ୍ଗିକ ବ୍ୟବସ୍ଥା ସହ ଯେଉଁ ଜିଲାର ପରୀକ୍ଷାର୍ଥୀ ସେହି ଜିଲାରେ ପରୀକ୍ଷା ଦେବାର ସୁବିଧା କରିବା ପାଇଁ ଚଳିତବର୍ଷ ଓଟିଇଟି ପରୀକ୍ଷା ଆବେଦନ ଶୁଳ୍କ ବା ଫି’କୁ ବୃଦ୍ଧି କରାଯାଇଥିଲା। ମାତ୍ର ପରୀକ୍ଷା କେନ୍ଦ୍ରଗୁଡ଼ିକରେ ଆଲୋକ ବ୍ୟବସ୍ଥା ନ କରିବା ପରି ବିଷୟକୁ ନେଇ ପରୀକ୍ଷାର୍ଥୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ କହିଛନ୍ତି, ଓଟିଇଟି ପରୀକ୍ଷା ସମୟରେ ବିଦ୍ୟୁତ୍‌ କଟିଯିବା ନେଇ ସେତେବେଳେ ଯେଉଁ ପରୀକ୍ଷା କେନ୍ଦ୍ରରୁ ଅଭିଯୋଗ ଆସିଥିଲା ସେଠାରେ ଅଧିକ ସମୟ ଦେବାକୁ ବୋର୍ଡ ପକ୍ଷରୁ କୁହାଯାଇଥିଲା। ତେବେ ଧାରଣାକାରୀ ପରୀକ୍ଷାର୍ଥୀମାନେ ନିର୍ଦ୍ଦିଷ୍ଟ ଭାବେ ସେମାନଙ୍କ ପରୀକ୍ଷାକେନ୍ଦ୍ର, ରୋଲ୍‌ ନମ୍ବର ଆଦି ବୋର୍ଡକୁ ଜଣାଇଲେ ତାହାର ତଦନ୍ତ କରି ଗ୍ରେସ୍‌ ମାର୍କ ଦିଆଯିବା ପାଇଁ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri