ନିଯୁକ୍ତି ନିୟମିତ ପାଇଁ OTET ବାଧ୍ୟତାମୂଳକ ନୁହେଁ: ଓଡ଼ିଶା ହାଇକୋର୍ଟ

କଟକ,୧୨।୧୨: ଚାକିରିକୁ ନିୟମିତ ମାନ୍ୟତା ଦେବା ପାଇଁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଯୋଗ୍ୟତା ବାଧ୍ୟତାମୂଳକ ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଆଦେଶରେ ସ୍ପଷ୍ଟ କରିଛନ୍ତି। ହାଇକୋର୍ଟ କହିଛନ୍ତି ଯେ, ଓଟିଇଟି କେବଳ ଦରମା ବୃଦ୍ଧି ପାଇଁ ଆବଶ୍ୟକ।

ଜଣେ ଗଣଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ମିଶ୍ରଙ୍କ ଚାକିରିକୁ ରାଜ୍ୟ ସରକାର ଓଟିଇଟି ଯୋଗ୍ୟତା ନ ଥିବା ଦର୍ଶାଇ ନିୟମିତ କରିବାକୁ ମନା କରିଦେଇଥିଲେ। ଏହା ବିରୁଦ୍ଧରେ ସନ୍ଧ୍ୟାରାଣୀ ମିଶ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମାମଲାର ଶୁଣାଣି କରି ବିଚାରପତି ଜଷ୍ଟିସ୍ ଡି.କେ. ଶ୍ରୀପଦ ଆବେଦନକାରିଣୀଙ୍କୁ ନିୟମିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଅଦାଲତ ଦର୍ଶାଇଛନ୍ତି ଯେ, ନିଯୁକ୍ତି ନିୟମିତ ପାଇଁ ଓଟିଇଟି ବାଧ୍ୟତାମୂଳକ ନୁହେଁ। ଅଧିକାରୀମାନଙ୍କ ତ୍ରୁଟି ଯୋଗୁଁ ଆବେଦନକାରିଣୀଙ୍କୁ ୮ ବର୍ଷର ସେବା ସୁବିଧା ନ ଦେବା ଅସାମ୍ବିଧାନିକ। ଜିଲାପାଳଙ୍କ ଯାଞ୍ଚ ରିପୋର୍ଟକୁ ଅଣଦେଖା କରିବା ଭୁଲ ଥିଲା।

କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ, ଆବେଦନକାରିଣୀଙ୍କୁ ୨୦୦୮ ମସିହା ଫେବ୍ରୁଆରୀ ୨ ତାରିଖରୁ ନିୟମିତ ବୋଲି ଧରାଯାଉ ଏବଂ ସମସ୍ତ ଆର୍ଥିକ ଲାଭ ତିନି ମାସ ମଧ୍ୟରେ ପ୍ରଦାନ କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?