ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ: ୩ ଶିକ୍ଷକ ନିଲମ୍ବିତ

ଦେବଗଡ଼,୧୧।୪ ଦେବଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଗତ ୯ ତାରିଖରେ ଅନୁଷ୍ଠିତ ଓଟିଇଟି (ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ) ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପରୀକ୍ଷା ପରିଚାଳନା ଦାୟିତ୍ୱରେ ଅବହେଳା ଅଭିଯୋଗରେ ଦେବଗଡ଼ ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା ରବିବାର ୨ଜଣ ଶିକ୍ଷକ ଓ ଜଣେ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରିଛନ୍ତି। ସେମାନେ ହେଲେ ପରୀକ୍ଷା କେନ୍ଦ୍ର ଶ୍ରେଣୀ କୋଠରି ଦାୟିତ୍ୱରେ ଥିବା ସୁନାମୁଣ୍ଡା ହାଇସ୍କୁଲର ଶିକ୍ଷକ ବିଶ୍ୱନାଥ କିଷାନ, ଚେକିଂ ଦାୟିତ୍ୱରେ ଥିବା ଶିକ୍ଷକ ସୁଶାନ୍ତ କୁମାର ରାୟ ଏବଂ ରିଲିଭର ତଥା ଚେକିଂ ଦାୟିତ୍ୱରେ ଥିବା ଶିକ୍ଷୟିତ୍ରୀ ରଞ୍ଜିତା ମିଶ୍ର। ତେବେ ଜିଲା ଶିକ୍ଷା ଅଧିକାରୀଙ୍କ ଏହି ନିଲମ୍ବନ ଆଦେଶ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହେବା ସହ ପରୀକ୍ଷା କେନ୍ଦ୍ର ଅଧୀକ୍ଷକଙ୍କୁ ବଞ୍ଚାଇବାକୁ ଯାଇ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନିଲମ୍ବନ କରାଯାଇଥିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀଙ୍କ ମତାମତ ଲୋଡିବାରୁ କେନ୍ଦ୍ର ଅଧୀକ୍ଷକଙ୍କ ବିରୋଧରେ ମଧ୍ୟ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri