ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ: ପରୀକ୍ଷା କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟ ନିଲମ୍ବିତ

ଦେବଗଡ଼,୧୫।୪: ଦେବଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଓଟିଇଟି (ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ) ପରୀକ୍ଷା ବେଳେ ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ପୁଣି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର କେନ୍ଦ୍ର ଅଧୀକ୍ଷକ (ସୁପରିଣ୍ଟେଣ୍ଡେଣ୍ଟ) କୁମୁଦ ବନ୍ଧୁ ପୃଷ୍ଟିଙ୍କୁ ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା କାର୍ଯ୍ୟରେ ଅବହେଳା ଅଭିଯୋଗରେ ନିଲମ୍ବିତ କରିଛନ୍ତି। ମୋବାଇଲରେ ପ୍ରଶ୍ନପତ୍ରର ଚିତ୍ର ଉତ୍ତୋଳନ କରିଥିବା ପରୀକ୍ଷାର୍ଥତ୍ନୀ ରଜନୀ ବେହେରାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ସମ୍ବଲପୁର ଜିଲାପାଳ ତଥା ଜିଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତାଙ୍କୁ ସମ୍ବଲପୁର ଜିଲା ନାକଟିଦେଉଳ ୟୁଜିୟୁପି ସ୍କୁଲର କନିଷ୍ଠ ଶିକ୍ଷୟିତ୍ରୀ ପଦବୀରୁ ବହିଷ୍କୃତ କରିବା ସହ ଲଗାତର ୩ ବର୍ଷ ପାଇଁ ପରୀକ୍ଷା ଦେବାରୁ ବଞ୍ଚିତ କରିଥିଲେ। ଅନୁରୂପ ଭାବେ କାର୍ଯ୍ୟରେ ଅବହେଳା ଅଭିଯୋଗରେ ମାଧ୍ୟମିକ ଶିକ୍ଷା ବୋର୍ଡଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଶିକ୍ଷା ଅଧିକାରୀ ବେହେରା ଗତ ୧୨ ତାରିଖରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରର ଗେଟ୍‌ ଚେକିଂ ଓ ଇନ୍‌ଭିଜିଲେଟର ଦାୟିତ୍ୱରେ ଥିବା ଶିକ୍ଷକ ସୁଶାନ୍ତ କୁମାର ରାୟ, ବିଶ୍ୱନାଥ କିଷାନ ଓ ଶିକ୍ଷୟିତ୍ରୀ (ରିଲିଭର) ରଞ୍ଜିତା ମିଶ୍ରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri